Posted inଜାତୀୟ

ବାରମୂଳାରେ ସେନାର ପାଟ୍ରୋଲିଂ ପାର୍ଟି ଉପରେ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୧୨।୮: ଜମ୍ମୁ-କଶ୍ମୀରରେ ସେନା ପାଟ୍ରୋଲିଂ ପାର୍ଟି ଉପରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ବାରାମୂଳା ଜିଲାର ସୋପୋରେର ହାଇଗାମ ଅଞ୍ଚଳରେ ସନ୍ଦିଗ୍ଧ ଆତଙ୍କବାଦୀମାନେ ବୁଧବାର ସେନାଙ୍କ ଉପରେ ଅଚାନକ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ଜଣେ ଯବାନ ଆହତ ହୋଇଥିବା ବେଳେ ତାଙ୍କୁ ସଙ୍ଗେ ସଙ୍ଗେ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ବୁଧବାର ଆତଙ୍କବାଦୀମାନେ ହାଇଗାମର ଟାଇମ୍‌ ପାସ୍‌ ହୋଟେଲ ନିକଟରେ ସେନା, ସିଆରପିଏଫ୍‌ ଓ ପୋଲିସର ମିଳିତ ନାକା ଦଳ ଉପରେ ଅତର୍କିତ ଗୁଳି ଚଳାଇଥିଲେ। ଏହାର ପ୍ରତିଜବାବରେ ସୁରକ୍ଷାକର୍ମୀ ମଧ୍ୟ ଆକ୍ରମଣ କରିଥିଲେ। ହେଲେ ଘଟଣାସ୍ଥଳରୁ ଆତଙ୍କବାଦୀମାନେ ଫେରାର ହେବାରେ ସଫଳ ହୋଇଥିଲେ। ଏହି ଆକ୍ରମଣରେ ଜଣେ ଯବାନ ଆହତ ହୋଇଥିବା ବେଳେ ଚିକିତ୍ସା ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ବୋଲି ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଅନ୍ୟପଟେ ଆତଙ୍କବାଦୀଙ୍କୁ ଖୋଜିବା ପାଇଁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘PM ମୋଦିଙ୍କୁ ରାତିରେ ସେ ପର୍ଯ୍ୟନ୍ତ ଶୋଇବାକୁ ଦେବୁନି, ଯେ ପର୍ଯ୍ୟନ୍ତ…’ ରାହୁଲ ଗାନ୍ଧୀଙ୍କ ତୀବ୍ର ଆକ୍ରମଣ

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ମୋଦି ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, ଏହି ଲୋକମାନେ ଦେଶକୁ ଭିତରୁ ଦୁର୍ବଳ କରିଦେଇଛନ୍ତି। ଏହା ସହିତ…

କ୍ରିକେଟ୍‌ କୋଚଙ୍କୁ ହତ୍ୟା: ଖେଳାଳିଙ୍କ ସହ ଯୋଇଥିଲା ଯୁକ୍ତିତର୍କ, ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୪।୮: ଶ୍ରୀଲଙ୍କାରେ ଜଣେ କ୍ରିକେଟ କୋଚଙ୍କୁ ହତ୍ୟା କରାଯାଇଛି। କଲମ୍ବୋ କ୍ରିକେଟ କ୍ଲବର ପ୍ରଶିକ୍ଷକ ସୁମିଥ ଫର୍ଣ୍ଣାଣ୍ଡୋ ତାଙ୍କ ନିଜ ଖେଳାଳିଙ୍କ ସହ ଝଗଡ଼ା କରିଥିଲେ ଏବଂ…

ଆପଣ ନ କରିପାରିଲେ ଆମେ କରିବୁ…. କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୧୪।୮: ଅଧିକ ପରିମାଣର ଚିନି, ଲୁଣ ଏବଂ ସନ୍ତୁଳିତ ଚର୍ବି (ସାଚୁରେଟେଡ୍‌ ଫ୍ୟାଟ୍‌) ଥିବା ପ୍ୟାକେଟଯୁକ୍ତ ଖାଦ୍ୟ ସାମଗ୍ରୀ ଉପରେ ‘ଫ୍ରଣ୍ଟ-ଅଫ୍‌-ପ୍ୟାକ ୱାର୍ଣ୍ଣିଂ ଲେବଲ’(ଖାଦ୍ୟ ପ୍ୟାକେଟ ଉପରେ…

ଲାବ୍‌ରେ ତିଆରି ହେଉଛି ‘ମିନି-ବ୍ରେନ୍‌’: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ, ୧୪ା୮:ଶରୀରର ଛୋଟ ଚର୍ମ କୋଷିକାରୁ ମାନବ ମସ୍ତିଷ୍କର ଜୀବନ୍ତ ଟିସୁ ପ୍ରସ୍ତୁତ କରିବା ଆଉ କେବଳ କଳ୍ପନା କିମ୍ବା ବିଜ୍ଞାନ କାହାଣୀରେ ସୀମିତ ହୋଇରହିନାହିଁ। ଆମେରିକା…

ଆଜି ମେଷ-ମିଥୁନ ସମେତ ୫ ରାଶିର ଭାଗ୍ୟୋଦୟ, ଗ୍ରହ ଚଳନରୁ ଧନ- କ୍ୟାରିୟରରେ ମିଳିବ ବଡ଼ ଖୁସିଖବର

ଆଜି ଶ୍ରାବଣ ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଶୁକ୍ରବାର। ଦୃକ ପଞ୍ଚାଙ୍ଗ ଅନୁସାରେ ପ୍ରତିପଦା ତିଥି ସନ୍ଧ୍ୟା ୬ଟା ୪୬ ମିନିଟ ପର୍ଯ୍ୟନ୍ତ ରହିବ। ଏହାପରେ…

ଥମିନି ବର୍ଷାର ପ୍ରକୋପ: ଆଜି ବି ସ୍ଥଗିତ ରହିଲା ସେକେଣ୍ଡ ସେମିଷ୍ଟାର ପରୀକ୍ଷା

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ପଶ୍ଚିମ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଗୁରୁବାରରୁ ଲଗାତାର ବର୍ଷା ଯୋଗୁ ଗୁରୁତର ବନ୍ୟା ସଦୃଶ ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଗୁରୁବାର ସମ୍ବଲପୁର…

ଜେମ୍ସ ୱେବ୍‌ ଟେଲିସ୍କୋପ୍‌ରେ ଧରାପଡ଼ିଲା ‘ବ୍ଲାକ୍‌ ହୋଲ୍‌ ଷ୍ଟାର୍‌’

ଓ୍ବାଶିଂଟନ,୧୪।୮: ମହାକାଶ ବିଜ୍ଞାନ କ୍ଷେତ୍ରରେ ବିରଳ ସଫଳତା ହାସଲ କରିଛନ୍ତି ଜ୍ୟୋତିର୍ବିଜ୍ଞାନୀ। ନାସାର ପ୍ରସିଦ୍ଧ ଜେମ୍ସ ୱେବ୍‌ ସ୍ପେସ୍‌ ଟେଲିସ୍କୋପର ଚିତ୍ରକୁ ଅନୁଧ୍ୟାନ କରି ଗବେଷକମାନେ ସମ୍ପୂର୍ଣ୍ଣ…

ଇଥାନଲରୁ ଖରାପ ହେବା ସୁନିଶ୍ଚିତ: ଗାଡ଼ି ନିର୍ମାତା

ନୂଆଦିଲ୍ଲୀ,୧୪।୮(ରଏଟର୍ସ):ବିଗତ ଏକ ବର୍ଷ ମଧ୍ୟରେ କମ୍ପାନୀଗୁଡ଼ିକ ଦେଶର ୨୧ ରାଜ୍ୟର ପେଟ୍ରୋଲ ପମ୍ପରୁ ୨୫୦ରୁ ଅଧିକ ଇ୨୦ ପେଟ୍ରୋଲ ନମୁନା ସଂଗ୍ରହ କରି ପରୀକ୍ଷା କରିଥିଲେ। ଏଥିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri