ପାକିସ୍ତାନ ଷ୍ଟକ୍‌ ଏକ୍ସଚେଞ୍ଜରେ ଆତଙ୍କବାଦୀ ଆକ୍ରମଣ: ୪ଆତଙ୍କବାଦୀ ନିପାତ

କରାଚି,୨୯।୬: କରାଚି ସ୍ଥିତ ପାକିସ୍ତାନ ଷ୍ଟକ୍‌ ଏକ୍ସଚେଞ୍ଜରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ସୋମବାର ଷ୍ଟକ୍‌ ଏକ୍ସଚେଞ୍ଜ ଭିତରକୁ ୪ଜଣ ଆତଙ୍କବାଦୀ ପ୍ରବେଶ କରି ଗ୍ରେନେଡ ମାଡ଼ କରିବା ସହ ଆଖିବୁଜା ଗୁଳି ଚାଳନା କରିଥିଲେ। ଏହି ଘଟଣାରେ ୪ଆତଙ୍କବାଦୀ ନିହତ ହୋଇଥିବା ବେଳେ ୫ଜଣଙ୍କ ମୃତ୍ୟୁ ଓ ୭ଜଣ ଆହତ ହୋଇଥିବା ଜଣାପଡ଼ିଛି। ମୃତ୍ୟୁସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ସୂଚନାଯୋଗ୍ୟ, ସକାଳ ୧୧ଟାରେ ଷ୍ଟକ୍‌ ଏକ୍ସଚେଞ୍ଜ ବିଲଡିଂ ଭିତରୁ ୪ଜଣ ଆତଙ୍କବାଦୀ ପ୍ରବେଶ କରି ଗୁଳି ଚଳାଇବା ସହ ଗେଟ୍‌ ସମ୍ମୁଖରେ ଗ୍ରେନେଡ୍‌ ମାଡ଼ କରିଥିଲେ। କିଛି ସମୟ ଧରି ଉକ୍ତ ବିଲଡିଂରେ ସେମାନେ ଆତଙ୍କ ଖେଳାଇଥିଲେ। ଖବରପାଇ ଘଟଣାସ୍ଥଳରେ ପୋଲିସ ଓ ରେଞ୍ଜର୍ସ ଯବାନ ପହଞ୍ଚି ଷ୍ଟକ୍‌ ଏକ୍ସଚେଞ୍ଜକୁ ଘେରାବନ୍ଦୀ କରି ଆତଙ୍କବାଦୀଙ୍କ ଉପରକୁ ଆକ୍ରମଣ କରିଥିଲେ। ରେଞ୍ଜର୍ସ ଯବାନଙ୍କ ଗୁଳିରେ ୪ ଆତଙ୍କବାଦୀ ଘଟଣାସ୍ଥଳରେ ଟଳି ପଡ଼ିଥିଲେ। ଏହି ଘଟଣାରେ ୫ଜଣ ନାଗରିକଙ୍କ ମୃତ୍ୟୁ ହୋଇଥିବା ବେଳେ ୭ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ବିଟାଲରେ ଭର୍ତ୍ତି କରାଯାଇଛି। ଉକ୍ତ ବିଲଡିଂରେ ଫସି ରହିଥିବା ସମସ୍ତ କର୍ମଚାରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ତେବେ ସୁରକ୍ଷା ଦୃଷ୍ଟିରୁ ଉକ୍ତ ବିଲଡିଂର ଆଖପାଖ ଅଞ୍ଚଳକୁ ସିଲ୍‌ କରାଯାଇ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି। ସ୍ଥିତି ଏବେ ନିୟନ୍ତ୍ରଣାଧିନ ରହିଛି ବୋଲି କରାଚିର ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

୨୫ ଏକରର ଫାର୍ମହାଉସ କୋଟି କୋଟି ଟଙ୍କାର ସମ୍ପତ୍ତି: କାହା ପାଇଁ କ’ଣ ଛାଡ଼ିଯାଇଛନ୍ତି ନାନା? ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଚଳଚ୍ଚିତ୍ର ଜଗତ ଶୋକାକୁଳ ହୋଇପଡ଼ିଛି। ଗୁରୁବାର ସକାଳେ (ଅକ୍ଟୋବର ୮) ଗୋଆସ୍ଥିତ ବାସଭବନରେ ୭୫ ବର୍ଷ ବୟସରେ…

ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ…

ଏହି କ୍ରିକେଟର୍‌ଙ୍କୁ ହୃଦୟରୁ ପସନ୍ଦ କରୁଥିଲେ ନାନା ପାଟେକର: ଆଉଟ୍‌ ହେଲେ ଖାଉ ନ ଥିଲେ…

ମୁମ୍ବାଇ,୮।୧୦: ବଲିଉଡ୍‌ର ଲୋକପ୍ରିୟ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ପରଲୋକରେ ସିନେମା ଜଗତରେ ଶୋକର ଛାୟା ଖେଳିଯାଇଛି। ନାନା ପାଟେକର…

ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦର ପ୍ରଭାବ: ଦାରିଙ୍ଗବାଡ଼ିରେ ରାସ୍ତା ଅବରୋଧ

ଦାରିଙ୍ଗବାଡ଼ି, ୮।୧୦ (ଅରୁଣ ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି।…

ଅମଳ ପୂର୍ବରୁ ଚାଷୀମୁଣ୍ଡରେ ଚଡ଼କ: ଧାନ ଫସଲରେ ରୋଗପୋକ, ମଉଳି ଯାଉଛି ଅମଳ ଆଶା

ବରଗଡ଼,୮ା୧୦(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି ବୋଲି କୁହାଯାଏ। ହେଲେ ଏଠାରେ ଧାନଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ସମସ୍ୟା ଏଠାରେ ସାଧାରଣରେ…

ବରଗଡ଼ରେ ବନ୍ଦକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ: ଗାଡ଼ି ଚଳାଚଳ ଠପ୍‌

ବରଗଡ଼,୮।୧୧(ପ୍ରେମାନନ୍ଦ ଖମାରୀ): ଗୁରୁବାର ଓଡ଼ିଶା ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ ରହିଛି । ଗାଡ଼ି ଚଳାଚଳ ଠପ ପଡିଥିବା…

ନାନା ପାଟେକରଙ୍କ ଦେହାନ୍ତର ସାତ ଦିନ ପୂର୍ବରୁ ଏକ ଟୁଇଟ କରିଥିଲେ ପରେଶ ରାୱଲ; କ’ଣ ଥିଲା ସେଥିରେ?ଯାହା ଏବେ ହେଉଛି ଭାଇରାଲ

ମୁମ୍ବାଇ,୮।୧୦: ବରିଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ସକାଳେ ଗୋଆସ୍ଥିତ ବାସଭବନରେ ଏହି ଲୋକପ୍ରିୟ ଅଭିନେତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା ଏବଂ…

ନାନା ପାଟେକରଙ୍କ ପତ୍ନୀ କିଏ? ଛାଡ଼ପତ୍ର ନ ନେଇ ୩୫ ବର୍ଷ ଧରି ଅଲଗା ରହିବାର କାରଣ କହିଥିଲେ…

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ୮ ଅକ୍ଟୋବର ୨୦୨୬ରେ ଗୋଆସ୍ଥିତ ତାଙ୍କ ବାସଭବନରେ ତାଙ୍କୁ ହୃଦଘାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?