Posted inଜାତୀୟ

ପୋଲିସ-ସିଆରପିଏଫ୍‌ ଦଳଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ, ଜଣେ ଯବାନ ଶହୀଦ…

ଶ୍ରୀନଗର,୨।୧୦ : ଆତଙ୍କବାଦୀମାନେ ଜମ୍ମୁ-କଶ୍ମୀରର ପୁଲୱାମା ଜିଲାର ପୋଲିସ ଏବଂ ସିଆରପିଏଫ୍‌ ଦଳଙ୍କ ଉପରେ ଆକ୍ରମଣ କରିଛନ୍ତି। ଏହି ଆତଙ୍କବାଦୀ ଆକ୍ରମଣରେ ଜଣେ ପୋଲିସ ଯବାନ ଶହୀଦ ହୋଇଥିବାବେଳେ ଜଣେ ସିଆରପିଏଫ୍‌ ଯବାନ ଆହତ ହୋଇଛନ୍ତି। ଆହତ ଯବାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛଇ। ପୋଲିସ ଏବଂ ସୁରକ୍ଷା ବାହିନୀ ଏହି ଅଞ୍ଚଳକୁ ଘେରି ରହିଛନ୍ତି। ସର୍ଚ୍ଚ ଅପରେଶନ ଜାରି ରହିଛି।

ସୂଚନାନୁସାରେ, ପୁଲୱାମା ଜିଲାର ପିଙ୍ଗଲାନାରେ ଆତଙ୍କବାଦୀମାନେ ପୋଲିସ ଏବଂ ସିଆରପିଏଫ୍‌ ଦଳଙ୍କ ଉପରେ ଗୁଳି ଚଳାଇ ଘଟଣାସ୍ଥଳରୁ ପଳାଇ ଯାଇଥିଲେ। ଏହି ଆକ୍ରମଣରେ ଜଣେ ପୋଲିସ କର୍ମଚାରୀ ଏବଂ ସିଆରପିଏଫ୍‌ ଯବାନ ଆହତ ହୋଇଥିଲେ। ଉଭୟଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରା ଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ପୋଲିସ ଯବାନଙ୍କର ମୃତ୍ୟୁ ଘଟିଥିଲା।

ସୂଚନା ପାଇବା ମାତ୍ରେ ପୋଲିସ ଏବଂ ସୁରକ୍ଷା ବାହିନୀ ଘଟଣାସ୍ଥଳରେ ପହଞ୍ଚି ସମଗ୍ର ଅଞ୍ଚଳକୁ ଘେରି ରହି ଆତଙ୍କବାଦୀଙ୍କୁ ଖୋଜିବା ଆରମ୍ଭ କରିଛନ୍ତି। ଆତଙ୍କବାଦୀଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେଶନ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍‌ ହାତେଇବାକୁ ଆପଣାଉଛନ୍ତି ଏହି…

ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ…

ବଡ଼ ଖୁଲାସା କଲେ ପୂର୍ବତନ କ୍ରିକେଟର, ବିରାଟଙ୍କ ଟେଷ୍ଟ ସନ୍ନ୍ୟାସ ପଛରେ ଥିଲା ଏହି ବ୍ୟକ୍ତିଙ୍କ ହାତ

ନୂଆଦିଲ୍ଲୀ,୧୨।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ଅଭିଜ୍ଞ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା ଏବେ ବି କ୍ରିକେଟ୍‌ପ୍ରେମୀଙ୍କ ମନରେ ରହିଛି…

ଆଖିରୁ ଝରାଇଲାଣି ଲୁହ, କେବେ କମିବ ପିଆଜ ଦର? ଆସିଲା ବଡ଼ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଦଶହରା, ଦୀପାବଳି ଏବଂ ଛଠ ପରି ପ୍ରମୁଖ ପର୍ବପର୍ବାଣୀ ଗୋଟିଏ ପରେ ଗୋଟିଏ ଆସୁଥିବା ବେଳେ, ପିଆଜର ବୃଦ୍ଧି ପାଉଥିବା ଦର ସାଧାରଣ ଲୋକଙ୍କ ପାଇଁ…

କେଶୁରାରେ ସିରିଜ୍‌ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍‌ରେ…

ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍‌। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍‌ ଦୁର୍ଘଟଣା…

କାହିଁକି ବିରୋଧୀ ଦଳକୁ ଭେଟିବାକୁ ମନା କଲେ CJI ସୂର୍ଯ୍ୟ କାନ୍ତ? ଏହି ୫ କାରଣ ମାଧ୍ୟମରେ ବୁଝନ୍ତୁ ସମ୍ପୂର୍ଣ୍ଣ ଘଟଣାକୁ

ନୂଆଦିଲ୍ଲୀ,୧୨।୧୦: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟ କାନ୍ତ ବିରୋଧୀ ଦଳର ନେତାମାନଙ୍କୁ ଭେଟିବାକୁ ମନା କରିଦେଇଛନ୍ତି। ରାହୁଲ ଗାନ୍ଧୀଙ୍କ ବ୍ୟତୀତ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଅନ୍ୟାନ୍ୟ କଂଗ୍ରେସ…

ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ ଠିକଣାରେ ଚଢ଼ାଉ

ଧର୍ମଶାଳା,୧୨।୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍ । ମୋଟ ୭ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା ରହିଛି । ଆୟ ବହିର୍ଭୂତ…

ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍

ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?