ଉପରାଷ୍ଟ୍ରପତିଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ

କାବୁଲ, ୯।୯: ଆଫଗାନିସ୍ତାନ ଉପରାଷ୍ଟ୍ରପତି ଅମରୁଲ୍ଲା ସାଲେହଙ୍କ ଉପରେ ବୁଧବାର ସକାଳ ୭ଟା ୩୦ରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଅମରୁଲ୍ଲା ରାଜଧାନୀ କାବୁଲରେ ସୁରକ୍ଷାକର୍ମୀଙ୍କ ସହିତ ଯାଉଥିବାବେଳେ ଆତଙ୍କବାଦୀମାନେମାନେ ଆକ୍ରମଣ କରିଛନ୍ତି। ଆତଙ୍କବାଦୀ ଅମରୁଲ୍ଲା ଘରୁ ବାହାରି କାର୍ଯ୍ୟାଳୟକୁ ଯାଉଥିବା ସମୟରେ ବିସ୍ଫୋରଣ ଘଟାଇଥିଲେ। ଏଥିରେ ଅମରୁଲ୍ଲାଙ୍କ ୩ ଜଣ ସୁରକ୍ଷାକର୍ମୀଙ୍କ ସମେତ ୧୫ ଜଣଙ୍କର ମୃତ୍ୟୁ ଘଟିଛି। ବିସ୍ଫୋରଣରେ ବହୁ ୫୦ରୁ ଅଧିକ ସାଧାରଣ ଲୋକ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳକୁ ପୋଲିସ ଘେରି ରହିଛନ୍ତି। ମୃତାହତଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ଥିବା ଆଭ୍ୟନ୍ତରୀଣ ମନ୍ତ୍ରଣାଳୟ ପ୍ରବକ୍ତା ତାରିକ୍‌ ଆରିଆନ୍‌ ସୂଚନା ଦେଇଛନ୍ତି। ପୋଲତଳେ ଆତଙ୍କବାଦୀଙ୍କ ଦ୍ୱାରା ଆଇଇଡ଼ି ବିସ୍ଫୋରଣ କରାଯାଇଥିଲା। ବିସ୍ଫୋରଣ ଯୋଗୁ ନିକଟରେ ଥିବା ଗ୍ୟାସ୍‌ ସିଲିଣ୍ଡର ଦୋକାନରେ ମଧ୍ୟ ଜଳି ଉଠିଥିଲା। ଆକ୍ରମଣ ପରେ ଅମରୁଲ୍ଲାଙ୍କର ଏକ ଭିଡ଼ିଓ ଜାରି କରାଯାଇଛି। ଆକ୍ରମଣ ହାକ୍କାନି ସଂଗଠନ କରିଥିବା ନେଇ ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଏବେ ଆମେରିକାରେ ନିର୍ବାଚନ ହେଲେ କିଏ ମାରିବେ ବାଜି: ସର୍ଭେରେ ଆଶ୍ଚର୍ଯ୍ୟଜନକ ଖୁଲାସା

ଓ୍ବାଶିଂଟନ,୨୬।୪: ନଭେମ୍ବରରେ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ସମ୍ପର୍କରେ ଓପିନିୟନ୍‌ ପୋଲ୍‌ ପ୍ରକାଶ ପାଇଛି। ପୁଣି ଥରେ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବଇଡେନ...

୨୦୨୩ରେ ୨୮.୨ କୋଟି ଦୁର୍ଭିକ୍ଷ ପ୍ରଭାବିତ

ଜାତିସଂଘ,୨୬ା୪:୨୦୨୩ରେ ୫୯ଟି ଦେଶର ପ୍ରାୟ ୨୮.୨ କୋଟି ଲୋକ ଅତ୍ୟଧିକ କ୍ଷୁଧା ମଧ୍ୟରେ ରହିଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri