Posted inଜାତୀୟ

୧୫ ଅଗଷ୍ଟରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା, ଆଇବି ଜାରି କଲା ସତର୍କ ସୂଚନା…

ନୂଆଦିଲ୍ଲୀ, ୪।୮ : ଭାରତ ୭୫ ତମ ସ୍ବାଧୀନତା ଦିବସ ପାଳନ କରିବାକୁ ଯାଉଛି। ଏହି ସମୟରେ ଇଣ୍ଟେଲିଜେନ୍ସ ବ୍ୟୁରୋ(ଆଇବି) ଦିଲ୍ଲୀ ପୋଲିସକୁ ଆତଙ୍କବାଦୀ ଆକ୍ରମଣ ଆଶଙ୍କା ସମ୍ପର୍କରେ ସତର୍କ ରହିବାକୁ କହିଛି। ଖବର ମୁତାବକ ବ୍ୟୁରୋ ଦ୍ୱାରା ୧୦ ପୃଷ୍ଠାର ରିପୋର୍ଟ ଜାରି କରାଯାଇଛି । ଯେଉଁଥିରେ ଆତଙ୍କବାଦୀ ସଂଗଠନ ଜୈଶ-ଇ-ମହମ୍ମଦ, ଲଶ୍କର-ଇ-ତୋଏବା ସହିତ ଉଦୟପୁର ଏବଂ ଅମରାବତୀ କାଣ୍ଡ ସମ୍ପର୍କରେ ମଧ୍ୟ ଉଲ୍ଲେଖ କରାଯାଇଛି।

ରିପୋର୍ଟ ମୁତାବକ, ଆଇବି ଏହାର ରିପୋର୍ଟରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା ବିଷୟରେ କହିଛି। ଏଥିସହ ଅଗଷ୍ଟ ୧୫ ପାଇଁ ଦିଲ୍ଲୀ ପୋଲିସକୁ ଲାଲ କିଲ୍ଲାରେ ପ୍ରବେଶ ପାଇଁ କଡା ନିୟମ ଲାଗୁ କରିବାକୁ କୁହାଯାଇଛି। ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ହତ୍ୟା ସମ୍ପର୍କରେ ମଧ୍ୟ ରିପୋର୍ଟରେ ଆଇବି ପକ୍ଷରୁ କୁହାଯାଇଛି। ନିକଟରେ ଦିଲ୍ଲୀ ପୋଲିସ ମଧ୍ୟ ସ୍ବାଧୀନତା ଦିବସରେ ଟ୍ରାଫିକ ସମ୍ପର୍କରେ ଏକ ଗାଇଡ଼ଲାଇନ ଜାରି କରିଥିଲା।

ଉଦୟପୁର ଏବଂ ଅମରାବତୀରେ ଘଟିଥିବା ଘଟଣାକୁ ଦୃଷ୍ଟିରେ ରଖି ଏଜେନ୍ସିମାନେ ପୋଲିସକୁ ଆତଙ୍କବାଦୀ ଗୋଷ୍ଠୀ ତଥା ଜନଗହଳି ପୂର୍ଣ୍ଣ ଅଞ୍ଚଳରେ ସେମାନଙ୍କ କାର୍ଯ୍ୟକଳାପ ପ୍ରତି ସଜାଗ ରହିବାକୁ କହିଛନ୍ତି। ରିପୋର୍ଟ ଅନୁଯାୟୀ, ଜୈଶ ଏବଂ ଲଶ୍କର ଆତଙ୍କବାଦୀଙ୍କୁ ସହାୟତା ଯୋଗାଇ ପାକିସ୍ତାନର ଆଇଏସଆଇ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର କରୁଥିବା ରିପୋର୍ଟରେ କୁହାଯାଇଛି। ବଡ ନେତା ତଥା ଗୁରୁତ୍ୱପୂର୍ଣ୍ଣ ସ୍ଥାନଗୁଡିକୁ ଟାର୍ଗେଟ କରିବାକୁ ଆତଙ୍କବାଦୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଆଇବି ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri