Posted inଜାତୀୟ

୧୫ ଅଗଷ୍ଟରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା, ଆଇବି ଜାରି କଲା ସତର୍କ ସୂଚନା…

ନୂଆଦିଲ୍ଲୀ, ୪।୮ : ଭାରତ ୭୫ ତମ ସ୍ବାଧୀନତା ଦିବସ ପାଳନ କରିବାକୁ ଯାଉଛି। ଏହି ସମୟରେ ଇଣ୍ଟେଲିଜେନ୍ସ ବ୍ୟୁରୋ(ଆଇବି) ଦିଲ୍ଲୀ ପୋଲିସକୁ ଆତଙ୍କବାଦୀ ଆକ୍ରମଣ ଆଶଙ୍କା ସମ୍ପର୍କରେ ସତର୍କ ରହିବାକୁ କହିଛି। ଖବର ମୁତାବକ ବ୍ୟୁରୋ ଦ୍ୱାରା ୧୦ ପୃଷ୍ଠାର ରିପୋର୍ଟ ଜାରି କରାଯାଇଛି । ଯେଉଁଥିରେ ଆତଙ୍କବାଦୀ ସଂଗଠନ ଜୈଶ-ଇ-ମହମ୍ମଦ, ଲଶ୍କର-ଇ-ତୋଏବା ସହିତ ଉଦୟପୁର ଏବଂ ଅମରାବତୀ କାଣ୍ଡ ସମ୍ପର୍କରେ ମଧ୍ୟ ଉଲ୍ଲେଖ କରାଯାଇଛି।

ରିପୋର୍ଟ ମୁତାବକ, ଆଇବି ଏହାର ରିପୋର୍ଟରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା ବିଷୟରେ କହିଛି। ଏଥିସହ ଅଗଷ୍ଟ ୧୫ ପାଇଁ ଦିଲ୍ଲୀ ପୋଲିସକୁ ଲାଲ କିଲ୍ଲାରେ ପ୍ରବେଶ ପାଇଁ କଡା ନିୟମ ଲାଗୁ କରିବାକୁ କୁହାଯାଇଛି। ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ହତ୍ୟା ସମ୍ପର୍କରେ ମଧ୍ୟ ରିପୋର୍ଟରେ ଆଇବି ପକ୍ଷରୁ କୁହାଯାଇଛି। ନିକଟରେ ଦିଲ୍ଲୀ ପୋଲିସ ମଧ୍ୟ ସ୍ବାଧୀନତା ଦିବସରେ ଟ୍ରାଫିକ ସମ୍ପର୍କରେ ଏକ ଗାଇଡ଼ଲାଇନ ଜାରି କରିଥିଲା।

ଉଦୟପୁର ଏବଂ ଅମରାବତୀରେ ଘଟିଥିବା ଘଟଣାକୁ ଦୃଷ୍ଟିରେ ରଖି ଏଜେନ୍ସିମାନେ ପୋଲିସକୁ ଆତଙ୍କବାଦୀ ଗୋଷ୍ଠୀ ତଥା ଜନଗହଳି ପୂର୍ଣ୍ଣ ଅଞ୍ଚଳରେ ସେମାନଙ୍କ କାର୍ଯ୍ୟକଳାପ ପ୍ରତି ସଜାଗ ରହିବାକୁ କହିଛନ୍ତି। ରିପୋର୍ଟ ଅନୁଯାୟୀ, ଜୈଶ ଏବଂ ଲଶ୍କର ଆତଙ୍କବାଦୀଙ୍କୁ ସହାୟତା ଯୋଗାଇ ପାକିସ୍ତାନର ଆଇଏସଆଇ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର କରୁଥିବା ରିପୋର୍ଟରେ କୁହାଯାଇଛି। ବଡ ନେତା ତଥା ଗୁରୁତ୍ୱପୂର୍ଣ୍ଣ ସ୍ଥାନଗୁଡିକୁ ଟାର୍ଗେଟ କରିବାକୁ ଆତଙ୍କବାଦୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଆଇବି ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର...

ସ୍ତ୍ରୀ ସମ୍ପତ୍ତି ଉପରେ ସ୍ବାମୀଙ୍କ ନିୟନ୍ତ୍ରଣ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୪:ସ୍ତ୍ରୀଙ୍କ ସମ୍ପତ୍ତି ଉପରେ ସ୍ବାମୀଙ୍କର ନିୟନ୍ତ୍ରଣ ନାହିଁ। ଅସୁବିଧା ସମୟରେ ସ୍ବାମୀ ସ୍ତ୍ରୀଙ୍କ ସମ୍ପତ୍ତିକୁ ବ୍ୟବହାର କରିପାରନ୍ତି। କିନ୍ତୁ ତାହାକୁ ଫେରାଇବା ସ୍ବାମୀଙ୍କର ନୈତିକ ଦାୟିତ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri