ମାଲି ସେନା ଶିବିର ଉପରେ ଆତଙ୍କବାଦୀ ଆକ୍ରମଣ, ୬ ସେନା ମୃତ ଅନେକ ଆହତ

ବମାକୋ,୨୫ ।୪: ଦକ୍ଷିଣ ଆଫ୍ରିକୀୟ ଦେଶ ମାଲିରେ ରବିବାର ୩ ସେନା ଶିବିରକୁ ଟାର୍ଗେଟ କରି କରାଯାଇଥିବା ଆତଙ୍କବାଦୀ ଆକ୍ରମଣରେ ଅତିକମରେ ୬ ଜଣ ସେନାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହାସହ ଡଜନେରୁ ଅଧିକ ଆହତ ବି ହୋଇଛନ୍ତି । ମାଲିର ସେନା ପକ୍ଷରୁ ଏହି ସୂଚନା ଦିଆଯାଇଛି । ଟୁଇଟ କରି ସେନା କହିଛି ବିଶାଳ ମରୁଭୂମୀ ଦେଶର ୩ କେନ୍ଦ୍ରୀୟ ସହର ସେବରେ, ନିୟୋନୋ ଓ ବାଫୋରେ ଏକାଥରେ ଆକ୍ରମଣ ହୋଇଛି । ସେନା କହିଛି ସଶସ୍ତ୍ର ଆତଙ୍କବାଦୀମାନେ ବିସ୍ଫୋରକରେ ଭର୍ତ୍ତି ଆତ୍ମଘତି ଗାଡିର ବ୍ୟବହାର କରି ଏହି ଆକ୍ରମଣ କରିଛନ୍ତି ।
ସନ୍ଦିଗ୍ଧ ଆକ୍ରମଣକାରୀଙ୍କ ଏକ ନିକଟତ ସୁତ୍ର ଦ୍ୱାରା ରବିବାର ସମାଚାର ଏଜେନ୍ସି ଏଏଫପିକୁ ପଠାଇଥିବା ଏକ ଅଡିଓର ସୂଚନା ଅନୁଯାୟୀ, ଫାୟରବ୍ରାଣ୍ଡ ଉପଦେଶକ ଉମାଦୌ ସହ ଜଡିତ ଏକ ଗୋଷ୍ଠୀ ଆକ୍ରମଣ କରିଥିବା ଦାବି କରିଛି । ମୌକିନାର କାତିବା ଗୋଷ୍ଠୀ, ଇସଲାମ ଓ ମୁସଲମାନ(ଜିଏସଆଇଏମ)କୁ ସମର୍ଥନ କରୁଥିବା ଗୋଷ୍ଠୀ ସହ ସମ୍ପର୍କ ରହିଛି, ଯିଏ ଅଲ କାଏଦା ସହ ଜଡିତ ସଙ୍ଗଠନ ଓ ସାହୋଲରେ ସବୁଠାରୁ ବଡ ଜିହାଦି ନେଟୱର୍କ ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଚିତ୍ରା ନକ୍ଷତ୍ରରେ ଶୁକ୍ରଙ୍କ ପ୍ରବେଶ: ଏହି ୫ ରାଶିଙ୍କ ଉପରେ ଧନବର୍ଷା, ହେବେ ମାଲାମାଲ୍‌

ଜ୍ୟୋତିଷଶାସ୍ତ୍ର ଅନୁସାରେ, ଐଶ୍ୱର୍ଯ୍ୟ, ସୁଖ-ସୁବିଧା ଓ ଧନର କାରକ ଭାବେ ପରିଚିତ ଶୁକ୍ର ଗ୍ରହ ମଙ୍ଗଳଙ୍କ ନକ୍ଷତ୍ର ଚିତ୍ରାରେ ପ୍ରବେଶ କରିଛନ୍ତି। ଜ୍ୟୋତିଷବିଦଙ୍କ ମତରେ, ଶୁକ୍ରଙ୍କ ଏହି…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗାଁରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗାଁରେ ୨୦…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri