Posted inଜାତୀୟ

ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ: ଅଖନୁର୍‌ରେ ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର, ୨୦।୧: ଜାନୁୟାରୀ ୨୬ ପୂର୍ବରୁ ଜମ୍ମୁ-କଶ୍ମୀରରେ ଏକ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ ହୋଇଛି। ଏଲ୍‌ଓସିସ୍ଥିତ ଅଖନୁର୍‌ର ଖୌର ସେକ୍ଟରରେ ଭାରତୀୟ ଯବାନଙ୍କ ପାଲଟା ଆକ୍ରମଣରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଆତଙ୍କବାଦୀମାନେ ଅନୁପ୍ରବେଶ ଉଦ୍ୟମ କରୁଥିବା ବେଳେ ସେମାନଙ୍କୁ ସର୍ତକ ସୂଚନା ଦିଆଯାଇଥିଲା। ମାତ୍ର ଆତଙ୍କବାଦୀମାନେ ଭାରତୀୟ ଫରଓ୍ବାର୍ଡ ପୋଷ୍ଟକୁ ଲକ୍ଷ୍ୟ କରି ଗୁଳି ଚାଳନା କରିଥିଲେ। ଏହାର ଜବାବରେ ଭାରତୀୟ ସେନାଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ଆତଙ୍କବାଦୀଙ୍କୁ ଅନୁପ୍ରବେଶ ସମୟରେ ସହାୟତା ଯୋଗାଇ ଦେବା ଲାଗି ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରୁ ମୋର୍ଟାର ଶେଲିଂ ମାଡ଼ କରାଯାଇଥିଲେ ମଧ୍ୟ ଅନୁପ୍ରବେଶ ଉଦ୍ୟମ ସଫଳ ହୋଇ ନ ଥିବା ଭାରତୀୟ ସେନା ପକ୍ଷରୁ ସୂଚନା ଦିଆଯାଇଛି। ପାକିସ୍ତାନର ମୋର୍ଟାର ଶେଲିଂ ମାଡ଼ରେ ୪ ଜଣ ଭାରତୀୟ ଯବାନ ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇ ବଡ଼ ଧରଣର ଆକ୍ରମଣ ଷଡ଼ଯନ୍ତ୍ର ପାକିସ୍ତାନୀ ଗୁପ୍ତଚର ସଂସ୍ଥା ଆଇଏସ୍‌ଆଇ ରଚିଥିବା ଥିବା ଅନୁମାନ କରାଯାଉଛି। ସୁରକ୍ଷା ଦୃଷ୍ଟିରୁ ଏଲ୍‌ଓସିରେ ପାଟ୍ରୋଲିଂକୁ କଡ଼ାକଡ଼ି କରାଯାଇଥିବା ଭାରତୀୟ ସେନା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭…

ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?