Posted inଜାତୀୟ

ବାଲାକୋଟରେ ଆତଙ୍କବାଦୀଙ୍କ କଣ୍ଟ୍ରୋଲ୍‌ ରୁମ୍‌: ଭାରତରେ ଆତ୍ମଘାତୀ ଆକ୍ରମଣ ଷଡ଼ଯନ୍ତ୍ର

ଶ୍ରୀନଗର, ୨୨।୧୦: ପାକିସ୍ତାନ ସୈନ୍ୟ ବିଭାଗ ପକ୍ଷରୁ ପୁଣି ଥରେ ବାଲାକୋଟରେ ଆତଙ୍କବାଦୀଙ୍କ ପାଇଁ କଣ୍ଟ୍ରୋଲ ରୁମ୍‌ ସ୍ଥାପନ କରାଯାଇଛି। ମୁଜାଫରାବାଦ ଦେଇ ଭାରତରେ ଅନୁପ୍ରବେଶ କରିବାକୁ ଆତଙ୍କବାଦୀଙ୍କୁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଭାରତ ପକ୍ଷରୁ କରାଯାଇଥିବା ବାଲାକୋଟ ଏୟାର ଷ୍ଟ୍ରାଇକ୍‌ ପରେ ଏଠାରେ ଥିବା ଆତଙ୍କବାଦୀ ଶିବିରଗୁଡ଼ିକୁ ହଟାଇ ନିଆଯାଇଥିଲା। ତେବେ ପୁଣି ଥରେ ଏଠାରେ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ତାଲିମ କାର୍ଯ୍ୟ ଜୋର୍‌ ସୋରରେ ଆରମ୍ଭ ହୋଇଛି। ଜୈଶ୍‌ କମାଣ୍ଡର ଜୁବେର୍‌ ଆତ୍ମଘାତୀ ଆକ୍ରମଣ ସମ୍ପର୍କରେ ଆତଙ୍କବାଦୀ ସଦସ୍ୟଙ୍କୁ ଆବଶ୍ୟକ ତାଲିମ୍‌ ଦେବା ଜାରି ରଖିତ୍ଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଭାରତ ବିଭିନ୍ନ ଅଞ୍ଚଳରେ ବଡ଼ ଧରଣର ଆତ୍ମଘାତୀ ଆକ୍ରମଣ କରାଇବା ଲାଗି ଷଡ଼ଯନ୍ତ୍ର କରାଯାଉଥିବା ଗୋଇନ୍ଦା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଆଫଗାନିସ୍ତାନୀରୁ ଆତଙ୍କବାଦୀମାନଙ୍କୁ ଧୀରେଧୀରେ ଜମ୍ମୁ-କଶ୍ମୀର ଆଡ଼କୁ ମୁହାଁଇବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ମୁଜାଫରାବାଦର ସଓ୍ବାଇ ନାଲାରେ ଜୈଶ୍‌ର କାର୍ଯ୍ୟାଳୟ ମାଧ୍ୟମରେ ଆତଙ୍କବାଦୀଙ୍କୁ ବିଭିନ୍ନ ପ୍ରକାର ଆକ୍ରମଣ ପାଇଁ ପ୍ରସ୍ତୁତ କରାଯାଉଛି। ଆତଙ୍କବାଦୀ ସଦସ୍ୟଙ୍କୁ ଅଲ୍‌-ରହମତ୍‌ ଟଷ୍ଟ୍‌ ଦ୍ୱାରା ତାଲିମ ସମୟରେ ଆବଶ୍ୟକ ପାଣ୍ଠି ଯୋଗାଇ ଦିଆ ଯାଉଥିବା ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri