ପହଲଗାମ ଆକ୍ରମଣରେ ସାମିଲ ଆତଙ୍କବାଦୀ, ଅପରେଶନ ମହାଦେବରେ ନିହତ, ସଂସଦରେ ଏମିତି କହିଲେ ଶାହା

ନୂଆଦିଲ୍ଲୀ,୨୯।୭: ମଙ୍ଗଳବାର (୨୯ ଜୁଲାଇ, ୨୦୨୫) ସଂସଦରେ ଅପରେଶନ ସିନ୍ଦୂର ଉପରେ ଆଲୋଚନା ସମୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ସରକାରଙ୍କ ପକ୍ଷ ରଖିଥିଲେ। ଅମିତ ଶାହ ାକହିଛନ୍ତି ଯେ ପହଲଗାମରେ ପାକିସ୍ତାନୀ ଆତଙ୍କବାଦୀଙ୍କ ଆକ୍ରମଣର ଜବାବରେ, ଦେଶର ପ୍ରଧାନମନ୍ତ୍ରୀ ଦୃଢ଼ ଇଚ୍ଛାଶକ୍ତି ଦେଖାଇ ଅପରେଶନ ସିନ୍ଦୂରକୁ ଅନୁମତି ଦେଇଥିଲେ।
ଶାହା କହିଛନ୍ତି, ପହଲଗାମରେ ଲୋକମାନଙ୍କୁ ସେମାନଙ୍କ ଧର୍ମ ପଚାରି ହତ୍ୟା କରାଯାଇଥିଲା, ମୁଁ ଏହାକୁ ଦୃଢ଼ ନିନ୍ଦା କରୁଛି ଏବଂ ପୀଡିତ ପରିବାର ପ୍ରତି ମୋର ସମବେଦନା ପ୍ରକାଶ କରୁଛି। ଅପରେଶନ ସିନ୍ଦୂରର ଜବାବରେ, ପାକିସ୍ତାନର ଆତଙ୍କବାଦୀ ଆଡ୍ଡାଗୁଡ଼ିକୁ ଧ୍ୱଂସ କରାଯାଇଥିଲା। ସେ କହିଛନ୍ତି ଯେ ଗତକାଲିଠାରୁ ଏଠାରେ ଭଲ ଏବଂ ଖରାପ ବିଷୟରେ ଆଲୋଚନା ଚାଲିଛି। ମୁଁ ‘ଅପରେଶନ ମହାଦେବ’ ବିଷୟରେ ସମଗ୍ର ଦେଶକୁ ଜଣାଇବାକୁ ଚାହୁଁଛି।
ଅମିତ ଶାହା କହିଛନ୍ତି ଯେ ‘ଅପରେଶନ ମହାଦେବ’ରେ ସେନା ଏବଂ ସିଆରପିଏଫ ଏବଂ ଜମ୍ମୁ-କଶ୍ମୀର ପୋଲିସର ମିଳିତ ଅପରେଶନରେ ତିନି ଜଣ ଆତଙ୍କବାଦୀ ସୁଲେମାନ ଓରଫ ଫୈଜଲ, ଆଫଗାନ ଏବଂ ଜିବ୍ରାନଙ୍କୁ ହତ୍ୟା କରାଯାଇଥିଲା। ସୁଲେମାନ ଲସ୍କର-ଏ-ତୈବାର କମାଣ୍ଡର ଥିଲେ। ଆମର ଏଜେନ୍ସିଗୁଡ଼ିକ ପାଖରେ ପହଲଗାମ ଆକ୍ରମଣ ଏବଂ ଗଗନଗିର ଆତଙ୍କବାଦୀ ଆକ୍ରମଣରେ ସୁଲେମାନ ସମ୍ପୃକ୍ତ ଥିବାର ଅନେକ ପ୍ରମାଣ ଅଛି। ଏହା ସହିତ, ଆଫଗାନ ଲସ୍କର-ଏ-ତୋଇବାର ଜଣେ ଆତଙ୍କବାଦୀ ଥିଲା ଏବଂ ଜିବ୍ରାନ ମଧ୍ୟ ଜଣେ ଆତଙ୍କବାଦୀ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri