Posted inଜାତୀୟ

ଅନନ୍ତନାଗରେ ଗଡ଼ିଲା ଜଣେ ଆତଙ୍କବାଦୀଙ୍କ ମୁଣ୍ଡ: ୩ଯବାନ,ଜଣେ ନାଗରିକ ଆହତ

ଅନନ୍ତନାଗ,୪।୬: ଜମ୍ମୁ-କଶ୍ମୀରର ଅନନ୍ତନାଗରେ ଶନିବାର ସୁରକ୍ଷାକର୍ମୀଙ୍କୁ ଏକ ବଡ଼ ସଫଳତା ମିଳିଛି। ପୋଲିସ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଏଥିସହ ୩ଜଣ ଯବାନ ଓ ଜଣେ ନାଗରିକ ଆହତ ହୋଇଛନ୍ତି। ତେବେ ମୃତ ଆତଙ୍କବାଦୀ ଜଣକ ହିଜ୍‌ବୁଲ ମୁଜାହିଦିନ ଆତଙ୍କବାଦୀ ସଂଗଠନର ନିସାର ଖାଣ୍ଡେ ବୋଲି ଜଣାପଡ଼ିଛି। ମୃତ ଆତଙ୍କବାଦୀଙ୍କ ନିକଟରୁ ସୁରକ୍ଷାକର୍ମୀ ଅସ୍ତ୍ରଶସ୍ତ୍ର ସହ ଏକେ-୪୭ରାଇଫଲ, ଗୁଳିଗୋଳା ଓ ଆପତ୍ତିଜନକ ସାମଗ୍ରୀ ଜବତ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ସ୍ଥାନୀୟ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ ଜାରି ରହିଛି। ସୂଚନାଯୋଗ୍ୟ, ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲାର ରିଶିିପୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ସୂଚନା ପାଇବା ପରେ ସୁରକ୍ଷାକର୍ମୀ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେଶନ୍‌ କରିଥିଲେ। ଏହି ସମୟରେ ଆତଙ୍କବାଦୀମାନେ ଭୟଭୀତ ହୋଇପଡ଼ି ପ୍ରଥମେ ସୁରକ୍ଷାକର୍ମୀଙ୍କ ଉପରେ ଆଖିବୁଜା ଗୁଳିଚାଳନା କରିଥିଲେ। ସୁରକ୍ଷାକର୍ମୀ ଏହାର ପାଲାଟା ଜବାବରେ ପ୍ରତି ଆକ୍ରମଣ କରିଥିଲେ। ତେବେ ପ୍ରାରମ୍ଭିକ ଗୁଳି ବିନିମୟରେ ୩ଜଣ ସେନା କର୍ମଚାରୀ ଏବଂ ଜଣେ ସାଧାରଣ ନାଗରିକ ଆହତ ହୋଇଥିଲେ। ଏହାପରେ ସୁରକ୍ଷାକର୍ମୀ ପତିଶୋଧ ନେବା ସହ ଆତଙ୍କବାଦୀ ନିସାର ଖାଣ୍ଡେଙ୍କୁ ଏନ୍‌କାଉଣ୍ଟର କରିଥିଲେ। ଅନ୍ୟପଟେ ଆହତଙ୍କୁ ଚିକିତ୍ସା ପାଇଁ ଶ୍ରୀନଗରର ୯୨ବେସ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏବେ ସେମାନଙ୍କ ଅବସ୍ଥା ସ୍ଥିର ଥିବା କୁହାଯାଉଛି। ଶନିବାର କଶ୍ମୀର ଜୋନ ଆଇଜି ବିଜୟ କୁମାର ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ନିଷିଦ୍ଧ ଆତଙ୍କବାଦୀ ସଂଗଠନର ଏଚ୍‌ଏମ୍‌ କମାଣ୍ଡର ନିସାର ଖାଣ୍ଡେଙ୍କୁ ହତ୍ୟା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri