Posted inଜାତୀୟ

ବାରମୂଳାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ଜଣେ ଆତଙ୍କବାଦୀ ନିପାତ

ଶ୍ରୀନଗର,୨୨।୮: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ଜାରି ରହିଛି। ଶନିବାର ବାରମୂଳାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଏନ୍‌କାଉଣ୍ଟରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବାରମୂଳା ସଲୁସାରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ବିଶ୍ୱସ୍ତ ସୂତ୍ରରୁ ସୁରକ୍ଷାକର୍ମୀଙ୍କୁ ସୂଚନା ମିଳିଥିଲା। ଏହାପରେ ଉକ୍ତ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ୍‌ କରାଯାଇଥିଲା। ଏହି ସମୟରେ ଆତଙ୍କବାଦୀ ଭୟଭୀତ ହୋଇପଡ଼ି ସୁରକ୍ଷାକର୍ମୀଙ୍କ ଉପରେ ଆଖିବୁଜା ଗୁଳିଚାଳନା କରିଥିଲେ। ଏହାର ପ୍ରତି ଜବାବରେ ସୁରକ୍ଷାକର୍ମୀ ମଧ୍ୟ ପାଲଟା ଆକ୍ରମଣ କରିଥିଲେ। ଏହି ଗୁଳିବିନିମୟରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି। ତେବେ ଆହୁରି ଆତଙ୍କାବଦୀ ଲୁଚି ରହିଥିବାରୁ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି ବୋଲି ଜମ୍ମୁ-କଶ୍ମୀର ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

ଆମେରିକା-ଇରାନ ଯୁଦ୍ଧବିରତି ଶେଷ; ଏବେ ହର୍ମୁଜ ସହ ତୈଳ ବଜାର ଉପରେ ନଜର, ଭାରତ ପାଇଁ ଆଗାମୀ ୪୦ ଦିନ କାହିଁକି ଗୁରୁତ୍ୱପୂର୍ଣ୍ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୯।୭: ତିନି ସପ୍ତାହ ପୂର୍ବେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରତିଷ୍ଠିତ ଯୁଦ୍ଧବିରତି ଏବେ ଶେଷ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ କରିଛନ୍ତି ଯେ…

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଶ୍ରେୟସ ଆୟରଙ୍କ ଭଉଣୀ ଶ୍ରେଷ୍ଠା ଦେଲେ ବଡ଼ ବୟାନ, ଭାଇଙ୍କ ଅଧିନାୟକତ୍ୱ ସମ୍ପର୍କରେ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୯।୭: ବିଶ୍ୱକପ ବିଜେତା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଠାରୁ ଆୟରଲ୍ୟାଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କୁ ଭାରତୀୟ ଟି-୨୦ ଦଳର ଦାୟିତ୍ୱ ଦିଆଯାଇଥିଲା। କିନ୍ତୁ, ଅଧିନାୟକ…

ଭାରତ-ଇଂଲଣ୍ଡ ଟି-୨୦ ସିରିଜ ମଧ୍ୟରେ ସଞ୍ଜୁ ସାମସନ ନେଲେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ପ୍ରଶଂସକ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୯।୭: ବ୍ୟକ୍ତିଗତ କାରଣରୁ ସଞ୍ଜୁ ସାମସନ କେରଳ କ୍ରିକେଟ ଲିଗ (KCL 2026)ରେ ଖେଳିବେ ନାହିଁ। ପୂର୍ବରୁ, କୋଚି ବ୍ଲୁ ଟାଇଗର୍ସ ସାମସନଙ୍କୁ ସେମାନଙ୍କର ରିଟେନସନ ତାଲିକାରେ…

ଆଉ ଏକ ସିରିଜ ହାରିଲା ଇଣ୍ଡିଆ; ୧ ୱିକେଟରେ ଜିତି ୨-୧ ରେ ସିରିଜ କବଜା କଲା ପଡୋଶୀ ଦେଶ

ନୂଆଦିଲ୍ଲୀ,୯।୭: ଭାରତୀୟ କ୍ରିକେଟ ଦଳ ଆଉ ଏକ ସିରିଜ ପରାଜୟ ବରଣ କରିଛି। ଏଥର, ଭାରତର ୧୯ ବର୍ଷରୁ କମ ଦଳ ଶ୍ରୀଲଙ୍କା ବିପକ୍ଷରେ ଯୁବ ଦିନିକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri