Posted inଜାତୀୟ

ବାରମୂଳାରେ ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ: ୩ ଲଶ୍କର ସହଯୋଗୀ ଗିରଫ, ଅସ୍ତ୍ରଶସ୍ତ୍ର ଜବତ…

ଶ୍ରୀନଗର,୧୧।୯ : ଜମ୍ମୁ-କଶ୍ମୀର ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବାରମୁଳା ପୋଲିସ ଏକ ବଡ ଆତଙ୍କବାଦୀ ନିଯୁକ୍ତି ମଡ୍ୟୁଲର ପର୍ଦ୍ଦାଫାଶ କରିଛି। ଏହା ସହିତ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବାର ତିନି ସହଯୋଗୀଙ୍କୁ ମଧ୍ୟ ପୋଲିସ ଗିରଫ କରିଛି। ସେମାନଙ୍କ ନିକଟରୁ ଅସ୍ତ୍ରଶସ୍ତ୍ର ଏବଂ ଗୁଳି ଜବତ କରାଯାଇଛି। କୁହାଯାଉଛି ବନ୍ଦୀ ହୋଇଥିବା ଆତଙ୍କବାଦୀ ସହଯୋଗୀମାନେ ସ୍ଥାନୀୟ ଲୋକଙ୍କୁ ସେମାନଙ୍କ ସଂଗଠନରେ ସାମିଲ କରୁଥିଲେ।

ନ୍ୟୁଜ ଏଜେନ୍ସି ଅନୁଯାୟୀ ବାରମୁଳା ପୋଲିସ ଏନେଇ ସୂଚନା ପ୍ରଦାନ କରିଛି। ସୂଚନାନୁସାରେ, ଗିରଫ ଆତଙ୍କବାଦୀମାନେ ୪ ଜଣ ଯୁବକଙ୍କୁ ଆତଙ୍କବାଦୀ ସଂଗଠନରେ ନିଯୁକ୍ତି ଦେବାକୁ ଯାଉଥିଲେ। ଏହାପୂର୍ବରୁ ପୋଲିସ ଗୁପ୍ତ ସୂଚନା ପାଇ ସେମାନଙ୍କୁ ଗିରଫ କରିଥିଲା। ପୋଲିସ ସେମାନଙ୍କଠାରୁ ୩ ଟି ହ୍ୟାଣ୍ଡ ଗ୍ରେନେଡ ଏବଂ ୩୦ ଲାଇଭ ରାଉଣ୍ଡ ଏକେ-୪୭ ଜବତ କରିଛି। ଏହା ବ୍ୟତୀତ ଅନ୍ୟ ଆପତ୍ତିଜନକ ସାମଗ୍ରୀ ମଧ୍ୟ ସେମାନଙ୍କଠାରୁ ଜବତ କରାଯାଇଛି।

ବାରମୁଳା ପୋଲିସର ସୂଚନାନୁସାରେ, ଗିରଫ ହୋଇଥିବା ଆତଙ୍କବାଦୀ ସହଯୋଗୀଙ୍କ ବିରୋଧରେ ପୋଲିସ ଷ୍ଟେଶନ କ୍ରେରିରେ ୟୁଏ (ପି) ଏବଂ ଆର୍ମସ ଆକ୍ଟ ଅନ୍ତର୍ଗତ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri