Posted inଜାତୀୟ

ଆତଙ୍କବାଦୀ ସଂଗଠନରେ ମହିଳା,ନାବାଳକ ମଧ୍ୟ ସାମିଲ…

ଶ୍ରୀନଗର,୨୬।୯ : ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ବିରୋଧରେ ସେନା କ୍ରମାଗତ ଭାବେ ଅପରେଶନ ଜାରି ରଖିଛି। ରାଜ୍ୟର ବାରମୁଳା ଜିଲାରେ ଆତଙ୍କବାଦୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଏବଂ ସେମାନଙ୍କ ସମର୍ଥନ ନେଟୱାର୍କରେ ଥିବା ୬ ଜଣଙ୍କୁ ସେନା ଗିରଫ କରିଛି। ସେମାନଙ୍କ ମଧ୍ୟରେ ଦୁଇଜଣ ମହିଳା ଏବଂ ଜଣେ ନାବାଳକ ଅଛନ୍ତି। ସେନା ଏବଂ ଜମ୍ମୁ-କଶ୍ମୀର ପୋଲିସ ମିଳିତ ଭାବେ ଏହି ଅପରେଶନ କରିଥିଲେ।

ଗିରଫ ବ୍ୟକ୍ତିଙ୍କ ନିକଟରୁ ତିନିଟି ପିସ୍ତଲ ଏବଂ ପାଞ୍ଚଟି ହ୍ୟାଣ୍ଡ ଗ୍ରେନେଡ ସମେତ ଅସ୍ତ୍ରଶସ୍ତ୍ର ତଥା ଗୁଳି ଜବତ କରାଯାଇଛି ବୋଲି ପୋଲିସ କହିଛି। ବାରମୁଳାର ବରିଷ୍ଠ ପୋଲିସ ଅଧୀକ୍ଷକ ଆମୋକ ନାଗପୁରେ କହିଛନ୍ତି, ୬ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ମଧ୍ୟରେ ଜଣେ ସକ୍ରିୟ ଆତଙ୍କବାଦୀ ୟାସିର ଅହମ୍ମଦ ଶାହା ଅଛନ୍ତି। ଜଣେ କିଶୋରଙ୍କ ସମେତ ଅନ୍ୟ ଚାରିଜଣ ତାଙ୍କର ସହଯୋଗୀ ଅଛନ୍ତି।

ବାରମୁଳା ଏସଏସପିଙ୍କ ଅନୁଯାୟୀ ୟାସିର ଅହମ୍ମଦ ଶାହା ଗିରଫ ହେବା ପରେ ସେମାନେ ତାଙ୍କ ସହଯୋଗୀଙ୍କୁ ଗିରଫ କରିବାରେ ସଫଳ ହୋଇଥିଲେ। ସେ କହିଛନ୍ତି ଆତଙ୍କବାଦୀ ସଂଗଠନରେ ମହିଳାମାନଙ୍କୁ ଏଭଳି କାର୍ଯ୍ୟକଳାପରେ ଲୋଭ ଦେଖାଇ ସାମିଲ କରାଯାଉଛି। କାରଣ ସାଧାରଣତଃ ସେମାନଙ୍କୁ କେହି ସନ୍ଦେହ କରନ୍ତି ନାହିଁ। ନାଗପୁରେ କହିଛନ୍ତି ଏଭଳି କାର୍ଯ୍ୟକଳାପରେ ଜଡିତ ମହିଳା ଏବଂ ନାବାଳକଙ୍କ ପ୍ରତି ପୋଲିସ କୌଣସି ବିନମ୍ରତା ଦେଖାଇବ ନାହିଁ। ଗତ ସପ୍ତାହରେ ଅନନ୍ତନାଗରେ ଘଟିଥିବା ଏନକାଉଣ୍ଟରରେ ତିନିଜଣ ଅଧିକାରୀଙ୍କ ସମେତ ଚାରିଜଣ ସୁରକ୍ଷା କର୍ମୀ ନିହତ ହେବା ପରେ ଜମ୍ମୁ-କଶ୍ମୀରରେ ସନ୍ଦିଗ୍ଧ ଆତଙ୍କବାଦୀଙ୍କ ଉପରେ କଡ଼ା ନଜର ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

ଓଡ଼ିଶା ବିଧାନସଭା ଅଧିବେଶନ, ସୁନା ଖଣି ଚର୍ଚ୍ଚା

ଭୁବନେଶ୍ୱର,୧୯।୨: ଓଡ଼ିଶା ବିଧାନସଭାର ଚଳିତ ବଜେଟ୍ ଅଧିବେଶନରେ ପୁଣିଥରେ ରାଜ୍ୟର ସୁନା ଖଣି ପ୍ରସଙ୍ଗ ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁବାର ଗୃହରେ ବଡମ୍ବା ବିଧାୟକ ବିଜୟ କୁମାର…

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri