ସଂସଦରେ ଉତ୍ପାତ କରିଥିବା ବିଦ୍ରୋହୀଙ୍କୁ ମିଳିବ ୧୦ଲକ୍ଷ ଟଙ୍କା ପୁରସ୍କାର! ସୂଚନା ଦେଲେ…

ନୂଆଦିଲ୍ଲୀ,୧୫।୧୨: ଡିସେମ୍ବର ୧୩ ୨୦୨୩ ନୂଆ ସଂସଦ ଭବନରେ ଶୀତକାଳୀନ ଅଧିବେଶନ ଚାଲିଥିବାବେଳେ ହଠାତ୍‌ ଦୁଇଜଣ ଯୁବକ ଦର୍ଶକ ଗ୍ୟାଲେରୀରୁ ଭିତରକୁ ଡେଇଁଥିଲେ। ଦୁଇଜଣଙ୍କ ହାତରେ ଥିଲା ବିଷାକ୍ତ କାନଷ୍ଟେର ବା ସ୍ମୋକ ଗ୍ୟାସ। ଭିତରେ ପଶିବା ସହ ଦୁଇ ଉପଦ୍ରବକାରୀ ବେଞ୍ଚ ଉପରେ ଚଢି ବାଚସ୍ପତିଙ୍କ ପୋଡିୟମ ନିକଟକୁ ଯିବାକୁ ଚେଷ୍ଟା କରିଥିଲେ। ଏହି ସମୟରେ ଦୁଇଜଣ ଭାରତ ମାତା କି ଜୟ, ଜୟ ଭୀମ ଇତ୍ୟାଦି ନାରା ଲଗାଇବା ସହ ପୁରା ସଂସଦ ଭବନକୁ ବିଷାକ୍ତ ସ୍ମୋକ ଗ୍ୟାସ ଦ୍ୱାରା ଆଚ୍ଛନ କରିଦେଇଥିଲେ। ତେବେ ଏହି ଘଟଣାକୁ ନେଇ ସାରା ଦେଶରେ ହଇଚଇ ସୃଷ୍ଟି ହୋଇଥିବାବେଳେ ସଂସଦର ସୁରକ୍ଷା ବ୍ୟବସ୍ଥାକୁ ନେଇ ମଧ୍ୟ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଯେଉଁ ସଂସଦ ଭବନକୁ କଡାକଡା ସୁରକ୍ଷା ବଳୟରେ ଅଛି ବୋଲି କେନ୍ଦ୍ର ସରକାର ଡିଣ୍ଡିମ ପିଟୁଛନ୍ତି ଏବେ ଏଥିରେ ସନ୍ଦେହ ଜାତ ହୋଇଛି।

ବିଶେଷ କଥା ହେଉଛି ସଂସଦରେ ସୁରକ୍ଷା ତ୍ରୁଟି ଏପରି ଦିନରେ ହୋଇଛି ଯେଉଁଦିନ ୨୦୦୧ ସଂସଦ ଆକ୍ରମଣକୁ ୨୨ବର୍ଷ ପୂର୍ତ୍ତି ହୋଇଛି। ଏହିଦିନ ଆକ୍ରମଣ କରିବା ନେଇ ଖଲିସ୍ତାନୀ ଆତଙ୍କବାଦୀ ଗୁରୁପନ୍ତଓ୍ବନ୍ତ ପନ୍ନୁ ଧମକ ଦେଇଥିବାବେଳେ ଦେଶର ଗୁଇନ୍ଦା ସଂସ୍ଥା ଏହାକୁ ଗମ୍ଭୀରତାର ସହ ନେଇ ନ ଥିବା ମଧ୍ୟ ଅନୁମାନ କରାଯାଉଛି। ତ୍ରୁଟିରେ ସମ୍ପୃକ୍ତ ୬ଜଣଙ୍କୁ ପୋଲିସ ଗିରଫ କରିଥିଲେ ସୁଦ୍ଧା ପନ୍ନୁର ଚେତାବନୀକୁ ପୂର୍ବରୁ ଗୁରୁତ୍ୱ ନେଇ ନ ଥିବା ମଧ୍ୟ ପ୍ରଶ୍ନ ଉଠୁଛି।

ଘଟଣା ଘଟିବାର ୨ଦିନ ଯାଉଣୁ ପନ୍ନୁ ଆଉ ଏକ ଭିଡିଓ ଜାରି କରିଛନ୍ତି। ଯେଉଁଥିରେ ସଂସଦ ସୁରକ୍ଷା ତ୍ରୁଟି ଘଟେଇଥିବା ବିଦ୍ରୋହୀଙ୍କୁ ୧୦ଲକ୍ଷ ଟଙ୍କା ପୁରସ୍କାର ଘୋଷଣା କରଛନ୍ତି।
ଗିରଫ ହୋଇଥିବା ୬ବିଦ୍ରୋହୀଙ୍କ ମଧ୍ୟରୁ ତଦନ୍ତବେଳେ ଖଲିସ୍ତାନୀ ସମ୍ପୃକ୍ତି ନେଇ କୌଣସି ପ୍ରମାଣ ମିଳିନାହିଁ। କିନ୍ତୁ ପନ୍ନୁ ଜାରି କରିଥିବା ଭିଡିଓକୁ ନେଇ ଏବେ ଚର୍ଚ୍ଚା ଜୋର ଧରିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri