Posted inଜାତୀୟ

ରୋବୋ ଦ୍ୱାରା ଆତଙ୍କବାଦୀ ଷଡ଼ଯନ୍ତ୍ର: ରୋବୋଟିକ୍ସ ପାଠ୍ୟକ୍ରମ ପଢୁଛନ୍ତି ଆଇଏସ ଆତଙ୍କବାଦୀ…

ନୂଆଦିଲ୍ଲୀ,୧।୭ : ଆତଙ୍କବାଦୀ ସଂଗଠନ ଆଇଏସ ଏହାର କାର୍ଯ୍ୟକର୍ତ୍ତାଙ୍କ ଦ୍ୱାରା ରୋବୋ ମାଧ୍ୟମରେ ଭାରତରେ ଆତଙ୍କବାଦୀ ଆକ୍ରମଣ କରିବାକୁ ଷଡଯନ୍ତ୍ର କରୁଛି। ଏଥିପାଇଁ ଆଇଏସ ଭାରତରେ ଉପସ୍ଥିତ ଥିବା ଅନେକ ସଦସ୍ୟଙ୍କୁ ରୋବୋଟିକ୍ସ ପାଠ୍ୟକ୍ରମ କରିବାକୁ କହିଛି। ଆତଙ୍କବାଦୀ ସଂଗଠନର ଉଦ୍ଦେଶ୍ୟ ହେଉଛି ଆଗାମୀ ସମୟରେ ବଡ଼ ଆକ୍ରମଣ ପାଇଁ ରୋବଟ ପ୍ରସ୍ତୁତ କରିବା।

ରୋବୋଟ ମାଧ୍ୟମରେ ଜନଗହଳି ପୂର୍ଣ୍ଣ ସ୍ଥାନ, ବହୁ ମହଲା କୋଠା, ସାମରିକ ସ୍ଥାପନ ଏବଂ ଯାନବାହାନ ଚଳାଚଳ ଅଞ୍ଚଳରେ ବଡ଼ ଧରଣର ଆକ୍ରମଣ କରାଯାଇ ପାରିବ। ଜମ୍ମୁ-କଶ୍ମୀର ଏବଂ ଉତ୍ତର ପୂର୍ବ ଭଳି ଅଞ୍ଚଳରେ, ଯେଉଁଠାରେ ସାମରିକ ବାହିନୀମାନେ ଲଗାତାର ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବା ଆସିବା କରନ୍ତି ,ସେସବୁ ଅଞ୍ଚଳରେ ଆତଙ୍କବାଦୀ ରୋବୋଟଗୁଡିକ ବିପଜ୍ଜନକ ହୋଇପାରେ।

ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନଆଇଏ) କର୍ନାଟକର ଶିବାମୋଗା ଜିଲାର ଆଇଏସ ଆତଙ୍କବାଦୀ ଆକ୍ରମଣ ଷଡଯନ୍ତ୍ର ମାମଲାରେ ନଅ ଜଣଙ୍କ ବିରୋଧରେ ପ୍ରଥମ ସପ୍ଲିମେଣ୍ଟାରୀ ଚାର୍ଜଶିଟ ଦାଖଲ କରିଛି। ଆତଙ୍କବାଦୀ ସଂଗଠନ ଆଇଏସଆଇଏସ ବର୍ତ୍ତମାନ ଆକ୍ରମଣ ପାଇଁ ରୋବୋର ସାହାଯ୍ୟ ନେଇପାରେ ବୋଲି କୁହାଯାଇଛି। ଏହି ମାମଲାରେ ସମ୍ପୃକ୍ତ ଅଭିଯୁକ୍ତମାନେ ଇସଲାମିକ ଷ୍ଟେଟ (ଆଇଏସ) ର ଷଡଯନ୍ତ୍ରର ଏକ ଅଂଶ ଭାବରେ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିବା ଉଦ୍ଦେଶ୍ୟରେ ବିଭିନ୍ନ ସ୍ଥାନରେ ଆକ୍ରମଣ ଏବଂ ବିସ୍ଫୋରଣ କରିବାକୁ ଯୋଜନା କରିଥିଲେ। ଏଥିପାଇଁ ଆତଙ୍କବାଦୀମାନେ ବିଭିନ୍ନ ସ୍ଥାନର ରେକି କରିଥିଲେ। ସେପ୍ଟେମ୍ବର ୨୦୨୨ରେ ଶିବାମୋଗାରେ ଏକ ପରୀକ୍ଷଣ ଆଇଡି ବିସ୍ଫୋରଣ ମଧ୍ୟ କରାଯାଇଥିଲା।

ଏହି ୯ ଅଭିଯୁକ୍ତଙ୍କ ମଧ୍ୟରୁ ମେଜର ମୁନିର ଅହମ୍ମଦ, ସୟଦ ୟାସିନ, ରିଷାନ ତାଜୁଦ୍ଦିନ ଶେଖ, ମାଜିନ ଅବଦୁଲ ରହମାନ ଏବଂ ନାଦିମ ଅହମ୍ମଦ କେ ମେକାନିକାଲ ଏବଂ ଇଲେକ୍ଟ୍ରିକାଲ ଇଞ୍ଜିନିୟରିଂ ଅଧ୍ୟୟନ କରିଛନ୍ତି। ଭାରତ ପାଇଁ ଆଇଏସ ଏଜେଣ୍ଡାକୁ ଆଗକୁ ବଢ଼ାଇବା ପାଇଁ ଭବିଷ୍ୟତରେ ଆତଙ୍କବାଦୀ ଆକ୍ରମଣ କରିବା ପାଇଁ ତାଙ୍କୁ ବିଶେଷ ଦକ୍ଷତା ହାସଲ କରିବାର ଦାୟିତ୍ୱ ଦିଆଯାଇଥିଲା। ବିଦେଶରେ ଅବସ୍ଥାପିତ ଆଇଏସଆଇଏସ ହ୍ୟାଣ୍ଡେଲର୍ମାନେ ତାଙ୍କୁ ରୋବୋଟିକ୍ସ ପାଠ୍ୟକ୍ରମ କରିବାକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?