Posted inଜାତୀୟ

ଆତଙ୍କବାଦୀ-ସୁରକ୍ଷା ବାହିନୀ ମୁହାଁମୁହିଁ: ୩ ଯବାନ ଆହତ

ଶ୍ରୀନଗର,୩।୧୦:ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଜମ୍ମୁ କଶ୍ମୀରର ରାଜୌରୀ ଜିଲାର କାଲାକୋଟେ ଜଙ୍ଗଲ ଅଞ୍ଚଳରେ ସର୍ଚ୍ଚ ଅପରେଶନ ବେଳେ ଏକ ଏନକାଉଣ୍ଟର ହୋଇଛି। ଏଥିରେ ୯ ପାରା କମାଣ୍ଡୋ ସ୍ପେଶାଲ ୟୁନିଟର ୩ ସୈନିକ ଆହତ ହୋଇଛନ୍ତି। ପୋଲିସ ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ସନ୍ଦେହଜନକ କାର୍ଯ୍ୟକଳାପ ସମ୍ପର୍କରେ ସୂଚନା ପାଇବା ପରେ ସୋମବାର ସକାଳେ କାଲାକୋଟ ଅଞ୍ଚଳରେ ପୋଲିସ କର୍ଡନ କରିଥିଲା। ସର୍ଚ୍ଚ ଅପରେଶନ ବିଳମ୍ବିତ ରାତିରେ ଏକ ଏନକାଉଣ୍ଟରରେ ପରିଣତ ହୋଇଥିଲା। ଏହି ଅଞ୍ଚଳରେ ଲୁଚି ରହିଥିବା ଆତଙ୍କବାଦୀମାନେ କର୍ଡନ ଭାଙ୍ଗିବାକୁ ଉଦ୍ୟମ କରି ବାହିନୀ ଉପରେ ଗୁଳି ଚଳାଇବା ଆରମ୍ଭ କରିଥିଲେ।
ସମସ୍ତ ସମ୍ଭାବ୍ୟ ପଳାୟନ ମାର୍ଗ ବନ୍ଦ କରିବାକୁ ଏହି ଅଞ୍ଚଳରେ ଅତିରିକ୍ତ ବାହିନୀ ନିୟୋଜିତ କରାଯାଇଛି। ଏହାପୂର୍ବରୁ କର୍ଡନ ଏବଂ ସର୍ଚ୍ଚ ଅପରେଶନ ସମୟରେ ଗୁଳି ବିନିମୟ ଶୁଣିବାକୁ ମିଳିଥିଲା, କିନ୍ତୁ ପରେ ଜଣାପଡିଥିଲା ଯେ ସନ୍ଦିଗ୍ଧ ଆତଙ୍କବାଦୀଙ୍କ ଉପସ୍ଥିତି ଯାଞ୍ଚ କରିବା ପାଇଁ ସୁରକ୍ଷା ବାହିନୀ ଗୁଳି ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ସୂଚନା, ୧୫ ସେପ୍ଟେମ୍ୱରରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର!

ନୂଆଦିଲ୍ଲୀ,୧୩।୯: ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ବୃଦ୍ଧି କରାଯାଇଥିବା ସମୟସୀମା ଅନୁଯାୟୀ, ବର୍ତ୍ତମାନ ୧୪ ସେପ୍ଟେମ୍ୱର ୨୦୨୬ ସୁଦ୍ଧା ଇ-କେୱାଇସି (eKYC) କରିବାକୁ ପଡ଼ିବ। ର୍ନିଦ୍ଧାରିତ…

ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା…

ଆଜି ସୂର୍ଯ୍ୟଙ୍କ ନକ୍ଷତ୍ର ଗୋଚରରେ ୫ ରାଶିଙ୍କୁ ଅପାର ଲାଭ; ଅଚାନକ ମିଳିବ ଟଙ୍କା, ଗାଡ଼-ଘର କିଣିବେ…

ସୂର୍ଯ୍ୟ ଉତ୍ତରାଫାଲ୍ଗୁନୀ ନକ୍ଷତ୍ରରେ ୨୭ ସେପ୍ଟେମ୍ୱର ପର୍ଯ୍ୟନ୍ତ ରହିବେ। ଏହା ପରେ ହସ୍ତା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ଗ୍ରହଙ୍କର ଏହି ନକ୍ଷତ୍ର ଚଳନ ଯୋଗୁଁ ଅନେକ…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

BRICS ସମ୍ମିଳନୀ ମଧ୍ୟରେ ରାହୁଲ-ପ୍ରିୟଙ୍କାଙ୍କୁ ଭେଟିଲେ ମାଲେସିଆ ପ୍ରଧାନମନ୍ତ୍ରୀ; ବ୍ରେକଫାଷ୍ଟ ସମୟରେ କ’ଣ ଆଲୋଚନା ହେଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୩।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରହିମ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କ ସହ ଏକ ବ୍ରେକଫାଷ୍ଟ…

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?