Posted inଜାତୀୟ

ପୁଣି ଆତଙ୍କବାଦୀଙ୍କ ଟାର୍ଗେଟରେ କଶ୍ମୀର ପଣ୍ଡିତ

ଜମ୍ମୁ,୧୨।୫: ଜମ୍ମୁ-କଶ୍ମୀରରେ ପୁଣି ଆତଙ୍କବାଦୀମାନେ କଶ୍ମୀର ପଣ୍ଡିତଙ୍କୁ ଟାର୍ଗେଟ କରିଛନ୍ତି। ବଡଗାମ ତହସିଲ୍‌ କାର୍ଯ୍ୟାଳୟରେ ରାଜସ୍ବ ବିଭାଗରେ କାମ କରୁଥିବା ଜଣେ କର୍ମଚାରୀଙ୍କୁ ଆତଙ୍କବାଦୀମାନେ ଗୁଳି କରି ହତ୍ୟା କରିଛନ୍ତି। କର୍ମଚାରୀ ଜଣକ ରାହୁଲ ଭଟ୍ଟ ବୋଲି ଜଣାପଡ଼ିଛି। ରାହୁଲ କଶ୍ମୀର ପଣ୍ଡିତ ବୋଲି କୁହାଯାଉଛି। ଯିଏ ଦୀର୍ଘ ଦିନ ଧରି ରାଜସ୍ବ ବିଭାଗରେ କାର୍ଯ୍ୟ କରିଆସୁଥିଲେ। ସୂଚନାଯୋଗ୍ୟ, ଗୁରୁବାର ଆତଙ୍କବାଦୀମାନେ ବଡଗାମର ଚାଡୁରାରେ ଥିବା ତହସିଲ କାର୍ଯ୍ୟାଳୟ ଭିତରକୁ ପଶି ରାହୁଲଙ୍କ ଉପରେ ଗୁଳି ଚଳାଇଥିଲେ। ଏହାପରେ ସେମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ରାହୁଲଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ତେବେ ଏହି ଆକ୍ରମଣ ପାଇଁ ଜୈଶ ସହ ଜଡ଼ିତ ଥିବା ଆତଙ୍କବାଦୀ ସଂଗଠନ କଶ୍ମୀର ଟାଇଗର୍ସ(ଟିଆରଏଫ୍‌) ନିଜକୁ ଦାୟୀ କରିଛି। ଅନ୍ୟପଟେ ଆତଙ୍କବାଦୀଙ୍କୁ ଧରିବା ପାଇଁ ସୁରକ୍ଷାକର୍ମୀମାନେ ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେଶନ୍‌କୁ ଜୋରଦାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

ଆଜି ରାତି ୯:୩୮ ରେ ଚନ୍ଦ୍ର ନିଜର ସ୍ଥାନ ପରିବର୍ତ୍ତନ କରିବେ! ଗୋଟିଏ ରାଶିର ଫିଟିଯିବ ଭାଗ୍ୟ…

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି । ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ…

କ୍ୟାପଟେନ୍ସି ଯିବା ପରେ ପ୍ରଥମଥର ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, କହିଲେ- ୩ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୨୯।୮: ଭାରତୀୟ ଟି-୨୦ ଦଳର କ୍ୟାପ୍ଟେନ୍ସି ହରାଇବା ଏବଂ ଏହା ପରେ ଦଳରୁ ବାଦ ପଡ଼ିବା ନେଇ ପ୍ରଥମଥର ପାଇଁ ଖୋଲାଖୋଲି ମୁହଁ ଖୋଲିଛନ୍ତି ସୂର୍ଯ୍ୟକୁମାର ଯାଦବ।…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

FD ରେ ଟଙ୍କା ରଖୁଛନ୍ତି କି? ସେପ୍ଟେମ୍ୱର ୧ରୁ ବଦଳିବ…

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ନିଜର କଷ୍ଟଉପାର୍ଜିତ ଟଙ୍କାକୁ ବ୍ୟାଙ୍କରେ ଫିକ୍ସଡ ଡିପୋଜିଟ (Bank FD) ରେ ନିବେଶ କରିବାକୁ ଭାବୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri