ପାକିସ୍ତାନରେ ଖୋଲା ବୁଲୁଛନ୍ତି ଆତଙ୍କବାଦୀ…

ଜେନେଭା,୧୭।୧୧: ଜାତିସଂଘରେ ପାକିସ୍ତାନକୁ ଭାରତ ପକ୍ଷରୁ ଚେତବାନୀ ଦିଆଯାଇଛି। ସୀମା ପାର କରି ଆତଙ୍କବାଦୀମାନେ ଅନୁପ୍ରବେଶ କରୁଥିବା ନେଇ ମିଳିତ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି)ରେ ଭାରତ ପାକିସ୍ତାନକୁ କଡ଼ା ଜବାବ ଦେଇଛି। ପାକିସ୍ତାନ ଆତଙ୍କବାଦୀମାନେ ଖୋଲା ବୁଲୁଛନ୍ତି ବୋଲି ମିଳିତ ଜାତିସଂଘରେ ଭାରତର ସ୍ଥାୟୀ ମିଶନର କନସୁଲ କାଜଲ ଭଟ କହିଛନ୍ତି।

ପାକିସ୍ତାନ ପ୍ରାୟୋଜିତ ଆତଙ୍କବାଦ କାର୍ଯ୍ୟକଳାପ ବିରୋଧରେ ଦୃଢ଼ ତଥା ନିର୍ଣ୍ଣାୟକ କାର୍ଯ୍ୟାନୁଷ୍ଠାନ ଭାରତ ଜାରି ରଖିବ। ଭାରତୀୟ ପ୍ରତିନିଧି ଏହା ମଧ୍ୟ କହିଛନ୍ତି ଯେ ଯେକୌଣସି ସଫଳ କଥାବାର୍ତ୍ତା ପାଇଁ ଏକ ଅନୁକୂଳ ପରିବେଶ ସୃଷ୍ଟି ହେଉନ ଥିବା ଲାଗି ପାକିସ୍ତାନ ଦାୟୀ। ତେବେ ସଫଳ ଆଳୋନା କେବଳ ଆତଙ୍କବାଦ, ଶତ୍ରୁତା ଏବଂ ହିଂସା ମୁକ୍ତ ପରିବେଶରେ କରାଯାଇପାରିବ ବୋଲି ସେ କହିଛନ୍ତି॥

କାଜଲ କହିଛନ୍ତି ଯେ ପାକିସ୍ତାନ ସମେତ ସମସ୍ତ ପଡୋଶୀ ଦେଶ ସହ ଭାରତ ସ୍ବାଭାବିକ ସମ୍ପର୍କ ଚାହୁଁଛି । ବିଭିନ୍ନ ସମସ୍ୟାର ସମାଧାନ ଭାରତ ସିମଲା ଚୁକ୍ତିନାମା ଏବଂ ଲାହୋର ଘୋଷଣାନାମା ଅନ୍ତର୍ଗତ କରିବାକୁ ଚାହୁଁଛି। ମାତ୍ର ଅନୁକୂଳ ସ୍ଥିତି ସୃଷ୍ଟି ନ ହେବାଯୋଗୁ କୌଣସି ଆଲୋଚନା ଆଗେଇବା ସମ୍ଭବ ହୋଇ ପାରୁନି। ଜମ୍ମୁ-କଶ୍ମୀରରୁ ଅବୈଧ କବ୍‌ଜା ପାକିସ୍ତାନ ଶୀଘ୍ର ହଟାଇବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି।

ଭାରତ କହିଛି, ଜମ୍ମୁ-କଶ୍ମୀର ଏବଂ ଲଦାଖର ୟୁନିଅନ ଟେରିଟୋରୀ ସବୁବେଳେ ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇଆସୁଛି ବୋଲି ଆମେ ସ୍ପଷ୍ଟ କରିବାକୁ ଚାହୁଁଛୁ। ଏହାର କିଛି ଅଂଶ ପାକିସ୍ତାନ ଦ୍ୱାରା ବେଆଇନ ଭାବେ ଦଖଲ କରାଯାଇଛି, ତେଣୁ ପାକିସ୍ତାନକୁ ତୁରନ୍ତ ଏହି ଅଞ୍ଚଳ ଖାଲି କରିବାକୁ ପଡିବ।

ପାକିସ୍ତାନରେ ଆତଙ୍କବାଦୀମାନେ ସାଧାରଣ ଲୋକଙ୍କ ମଧ୍ୟରେ ମୁକ୍ତ ଭାବରେ ବୁଲୁଛନ୍ତିି। ସେଠାରେ ଅଳ୍ପସଂଖ୍ୟକ ସମ୍ପ୍ରଦାୟର ଲୋକମାନେ ହଇରାଣ ହେଉଛନ୍ତି। ସେମାନଙ୍କ ଉପରେ ଅତ୍ୟାଚାର କରାଯାଉଥିବା ଭାରତ ଅଭିଯୋଗ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?