Posted inଜାତୀୟ

ଆଇଏସ୍‌ଆଇ ନିର୍ଦ୍ଦେଶରେ ୨୦୦ ଲୋକଙ୍କ ହିଟ୍‌ ଲିଷ୍ଟ୍‌ ପ୍ରସ୍ତୁତ କରିଛନ୍ତି ଆତଙ୍କବାଦୀ…

ଶ୍ରୀନଗର,୧୭।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ ସାଧାରଣ ଲୋକଙ୍କୁ ଟାର୍ଗେଟ କରି ଆତଙ୍କ ସୃଷ୍ଟି କରିବାକୁ ଚେଷ୍ଟା କରୁଛନ୍ତି। ବିଶେଷକରି ଅଣ-ମୁସଲମାନ ଏବଂ ଅଣ-କାଶ୍ମୀରବାସୀଙ୍କୁ ଟାର୍ଗେଟ କରାଯାଉଛି। ପାକିସ୍ତାନ ଗୁପ୍ତଚର ସଂସ୍ଥା ଆଇଏସ୍‌ଆଇ ନିର୍ଦ୍ଦେଶରେ ଏକ ଷଡ଼ଯନ୍ତ୍ର ରଚାଯାଇଛି। ଏନେଇ ଭାରତୀୟ ଗୋଇନ୍ଦା ସଂସ୍ଥା ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି।

ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ଆଇଏସ୍‌ଆଇ ନିର୍ଦ୍ଦେଶରେ ଆତଙ୍କବାଦୀମାନେ ୨୦୦ରୁ ଅଧିକ ସ୍ଥାନୀୟ ଲୋକଙ୍କର ଏକ ହିଟ୍‌ଲିଷ୍ଟ୍‌ ପ୍ରସ୍ତୁତ କରିଛନ୍ତି। ତାଲିକାରେ ସରକାରଙ୍କ ନିକଟତମ ବ୍ୟକ୍ତି ବିଶେଷ, ଗଣମାଧ୍ୟମରେ କାର୍ଯ୍ୟ କରୁଥିବା ଲୋକେ, କଶ୍ମୀର ପଣ୍ଡିତ ଏବଂ ସୁରକ୍ଷା ବାହିନୀ ସହ ଯୋଗାଯୋଗ କରୁଥିବା ବ୍ୟକ୍ତିଙ୍କ ନାମ ରହିଛି।

ପୁରୁଣା ଆତଙ୍କବାଦୀ ସଂଗଠନକୁ ସହାୟତା କରିବା ଲାଗି ଆଇଏସ୍‌ଆଇ ନୂଆ ସଂଗଠନ ଗଠନ ଉପରେ ଗୁରୁତ୍ୱାରୋପ କରୁଛି। ଗତ ବର୍ଷ ଲଶ୍କର ଇ ତୋଏବାର ନୂଆ ସଂଭଗଠନ ‘ଦ ରେଜିଷ୍ଟାନ୍ସ ଫୋର୍ସ’(ଟିଆରଏଫ) ଗଠନ କରାଯାଇଥିଲା। ଏହି ସଂଗଠନ ଦ୍ୱାରା ଲଗାତାର ସାଧାରଣ ନାଗରିକଙ୍କୁ ହତ୍ୟା କରାଯାଉଛି। ଏହି କ୍ରମରେ, ଗିଲାନି ନାମରେ ଏକ ସଂଗଠନ ମଧ୍ୟ ଗଠନ କରାଯାଇଛି।

ଆତଙ୍କବାଦୀଙ୍କ ରାଡାରରେ ଏବେ ସରକାରଙ୍କ ନିକଟତର ଲୋକେ ରହିଛନ୍ତି। ସେହିପରି ଭାରତରେ ସୀମାପାର୍‌ ଅନୁପ୍ରବେଶ ବୃଦ୍ଧି ପାଇଁ ଆଇଏସ୍‌ଆଇ ପକ୍ଷରୁ ଆବଶ୍ୟକ ସହାୟତା ଆତଙ୍କବାଦୀ ସଂଗଠନଗୁଡ଼ିକୁ ଯୋଗାଇ ଦିଆଯାଉଛି। ସେହିପରି ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ନିକଟରେ ଥିବା ଲଞ୍ଚ୍‌ ପ୍ୟାଡ୍‌ରେ ଅନୁପ୍ରବେଶ ଲାଗି ଆତଙ୍କବାଦୀଙ୍କୁ ପ୍ରସ୍ତୁତ ରଖାଯାଇଥିବା ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri