ଆତଙ୍କବାଦୀଙ୍କ ପାଖରେ ବୋମାବର୍ଷୀ ଡ୍ରୋନ୍‌…

ଓ୍ବାଶିଂଟନ, ୬।୨ : ଏବେ ଆତଙ୍କବାଦୀଙ୍କ ସହିତ ଲଢ଼େଇ କରିବା କଷ୍ଟକର ହେବାକୁ ଯାଉଛି। ଏନେଇ ଅନ୍ତର୍ଜାତୀୟସ୍ତରରେ ବିକଶିତ ରାଷ୍ଟ୍ରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ସୌଦି ଏବଂ ୟୁଏଇରେ ଡ୍ରୋନ୍‌ ଆକ୍ରମଣ ଘଟଣା ବଢ଼ିବାରେ ଲାଗିଛି। ଏହି ଦୁଇ ଦେଶରେ ପଡ଼ୋଶୀ ହୌତି ବିଦ୍ରୋହୀଙ୍କ ଆକ୍ରମଣ ବଢ଼ି ଚାଲିଛି। ଏହି ଦୁଇ ଦେଶ ନିଜର ନିଜର ବୋମାବର୍ଷୀ ଡ୍ରୋନ୍‌ ରଖିଥିଲେ ମଧ୍ୟ ହୌତି ବିଦ୍ରୋହୀଙ୍କୁ ନିୟନ୍ତ୍ରଣ କରିବା କଷ୍ଟକର ହୋଇ ପଡୁଛି।

ସେହିପରି ସିରିଆ ଏବଂ ଇରାକରେ ଆମେରିକା ସୈନ୍ୟ ବାହିନୀ ଡ୍ରୋନ୍‌ ଆକ୍ରମଣ ନେଇ ଅସୁବିଧାରେ ପଡ଼ିଛନ୍ତି। ଏଠାରେ ବିଦ୍ରୋହୀଙ୍କ ଡ୍ରୋନ୍‌ ଆକ୍ରମଣରେ ବହୁ ଆମେରିକା ତଥା ବ୍ରିଟେନ୍‌ ସୈନ୍ୟଙ୍କ ମୃତ୍ୟୁ ଘଟି ସାରିଛି। ଏସବୁ ଘଟଣା ନେଇ ଆମେରିକାର ଚିନ୍ତା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ ମଧ୍ୟ ସୀମା ପାର୍‌ ଡ୍ରୋନ୍‌ ଅନୁପ୍ରବେଶ ତଥା ଆକ୍ରମଣ ଘଟଣା ଅଧିକ ଘଟିବାରେ ଲାଗିଛି। ପଞ୍ଜାବ ସୀମାରେ ଡ୍ରୋନ୍‌ ମାଧ୍ୟମରେ ଆତଙ୍କବାଦୀଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଣ ହେଉଥିବାର ପର୍ଦ୍ଦାଫାଶ୍‌ ନେଇ ସରକାର ଚିନ୍ତିତ ରହିଛନ୍ତି।

ଆତଙ୍କବାଦୀଙ୍କ ଡ୍ରୋନ୍‌ ଆକ୍ରମଣକୁ ଦୃଷ୍ଟିରେ ରଖି ବିକଶିତ ରାଷ୍ଟ୍ରଗୁଡ଼ିକ ପକ୍ଷରୁ ସ୍ବାର୍ମ ଡ୍ରୋନ୍‌ ଜ୍ଞାନକୌଶଳ ଆଧାରରେ ଏହାର ମୁକାବିଲା ଉପରେ ଗୁରୁତ୍ୱାରୋପ କରାଯାଉଛି। ଏହା ଦ୍ୱାରା ଆତଙ୍କବାଦୀଙ୍କ ଡ୍ରୋନ୍‌କୁ ଧ୍ୱଂସ କରାଯାଇ ପାରିବ। ଆତଙ୍କବାଦୀଙ୍କ ପାଖରେ ବୋମାବର୍ଷୀ ଡ୍ରୋନ୍‌ ସଂଖ୍ୟା ବଢୁଥିବାରୁ ଏହାକୁ ନେଇ ଏବେ ଯୁଦ୍ଧ କୌଶଳରେ ନୂଆ ଧାରା ଆରମ୍ଭ କରିବାକୁ ବିକଶିତ ରାଷ୍ଟ୍ରମାନେ ଉଦ୍ୟମ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri