Posted inଜାତୀୟ

ଏନ୍‌କାଉଣ୍ଟରରେ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା: ଲଞ୍ଚ୍‌ପ୍ୟାଡ୍‌ରେ ସୁଯୋଗ ଉଣ୍ଡି ବସିଛନ୍ତି ୨୫୦

ଶ୍ରୀନଗର,୧୪।୩: ଜମ୍ମୁ-କଶ୍ମୀରରେ ଧୀରେଧୀରେ ଆତଙ୍କବାଦୀ ସଂଗଠନଗୁଡ଼ିକର କାର୍ଯ୍ୟ କଳାପ କମିବାରେ ଲାଗିଛି। ଲଗାତାର ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜାରି ରହିଥିବା ସର୍ଚ୍ଚ ଅପରେଶନ୍‌ ଏବଂ ଏନ୍‌କାଉଣ୍ଟର ଯୋଗୁ ସଂଗଠନ ଦୁର୍ବଳ ହେବାରେ ଲାଗିଛି। ଶନିବାର-ରବିବାର ବିଳମ୍ବିତ ରାତ୍ରରେ ଶୋପିଆନ୍‌ ଜିଲାର ରାଓ୍ବଲପୋରାରେ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏଠାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ କରାଯାଇଥିଲା। ଏହାପରେ ସର୍ଚ୍ଚ ଅପରେଶନ୍‌ କରାଯାଇଥିଲା। ରାଜ୍ୟରେ ୨୦୦ ଆତଙ୍କବାଦୀ ସକ୍ରିୟ ରହିଥିବା କଶ୍ମୀର ଜୋନ୍‌ ପୋଲିସ ମହାନିର୍ଦ୍ଦେଶକ ଦିଲ୍‌ବାଗ୍‌ ସିଂ ସୂଚନା ଦେଇଛନ୍ତି। ସେହିପରି ଭାରତରେ ଅନୁପ୍ରବେଶ ପାଇଁ ପାକିସ୍ତାନରେ ତାଲିମ ନେଇଥିବା ପ୍ରାୟ ୨୫୦ ଆତଙ୍କବାଦୀ ସୁଯୋଗ ଉଣ୍ଡି ବସିଛନ୍ତି। ତେବେ ସୀମାରେ କଡ଼ା ପହରା ସହିତ ଲଗାତାର ପାଟ୍ରୋଲିଂ ଯୋଗୁ ସେମାନଙ୍କ ଅନୁପ୍ରବେଶରେ ବାଧା ସୃଷ୍ଟି ହେଉଥିବା ସେ କହିଛନ୍ତି। ସୂଚନାଯୋଗ୍ୟ, ଏହା ପୂର୍ବରୁ ମାର୍ଚ୍ଚ ୧୧ରେ ଅନନ୍ତନାଗଠାରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଜଣ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri