ପାକିସ୍ତାନ ସରକାରଙ୍କୁ ଘାରିଛି ଭୟ

ଇସଲାମାବାଦ,୩।୨: ପାକିସ୍ତାନ ଏପର୍ଯ୍ୟନ୍ତ କରୋନା ଟିକାର ଗୋଟିଏ ମାତ୍ର ଡୋଜ କ୍ରୟ କରିପାରି ନାହିଁ। ଚାଇନାକୁ ଟିକା ମାଗିବା ପରେ ସେ ମାତ୍ର ୫ ଲକ୍ଷ ଟିକା ଦେବାର ପ୍ରତିଶୃତି ଦେଇଛି। ଫଳରେ ବିଳମ୍ବରେ ହେଲେ ମଧ୍ୟ ପାକିସ୍ତାନରେ କରୋନା ଟୀକାକରଣର ରାସ୍ତା ସ୍ପଷ୍ଟ ହେବାରେ ଲାଗିଛି। ଗୋଟିଏ ପଟେ ପାକିସ୍ତାନ ଏହି ଟିକା ପାଇ ଖୁସି ହୋଇଛି କିନ୍ତୁ ଅନ୍ୟ ପଟେ ଇମ୍ରାନ ଖାନ ସରକାରଙ୍କ ମନରେ ଏକ ଭୟ ଜାତ ହୋଇଛି। ଦେଶର ଆତଙ୍କବାଦୀମାନେ କାଳେ ଏହି ଟିକା ଲୁଟ୍‌ କରିନେବେ ସେନେଇ ସରକାର ଚିନ୍ତିତ ଅଛନ୍ତି। ଫଳରେ କରୋନା ଟିକା ଉପରେ ନଜର ରଖିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଉଛି। ଟିକାକୁ ଜଗିବା ପାଇଁ ସେନା ନିୟୋଜନ, ସିସିଟିଭିରୁ ତଦାରଖ ଭଳି ବ୍ୟବସ୍ଥା କରାଯାଉଛି। ଏହା ସହିତ ନ୍ୟାସନାଲ କମାଣ୍ଡ ଆଣ୍ଡ ଅପରେସନ ସେଣ୍ଟର (ଏନଓସିସି) କରୋନା ଟିକାକୁ ଆତଙ୍କବାଦୀ ଆକ୍ରମଣରୁ ରକ୍ଷା କରିବା ପାଇଁ ଏକ ନିର୍ଦ୍ଦେଶାବଳୀ ଜାରି କରିଛି। ଜାଲିଆତି, ଚୋରି ଏବଂ ବେଆଇନ ବିଜ୍ଞାପନ ସମ୍ପର୍କରେ ଇଣ୍ଟରପୋଲ ଏକ ସତର୍କ ସୂଚନା ଜାରି କରିଛି। ଆତଙ୍କବାଦୀ ଆକ୍ରମଣ ଭଳି କରୋନା ଟିକାକୁ ନକଲି ଟିକା ସହିତ ବଦଳାଇବା ଭଳି କୌଣସି ଅଘଟଣକୁ ରୋକିବା ପାଇଁ ଟିକା ପରିବହନ, ସଂରକ୍ଷଣ ଏବଂ ପରିଚାଳନା ପାଇଁ ଯୋଜନା ପ୍ରସ୍ତୁତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରିନ୍ସିପାଲଙ୍କୁ ୨୭ ଥର ଛୁରା ମାଡ଼ କଲେ ଛାତ୍ର; ‘ବାବୁ’ ଶବ୍ଦ ଖୋଲିଲା…

ନାଲଗୋଣ୍ଡା,୨୦।୮: ତେଲଙ୍ଗାନା ନାଲଗୋଣ୍ଡା ଜିଲାର ଏକ ଘରୋଇ ସ୍କୁଲର ପ୍ରିନ୍ସିପାଲ ରୂପା ରେଡ୍ଡିଙ୍କୁ ତାଙ୍କ ଘରେ ହତ୍ୟା କରାଯିବାର ଏକ ସପ୍ତାହରୁ ଅଧିକ ସମୟ ପରେ, ପୋଲିସ…

ସୃଷ୍ଟି ହେଲା ଦୁର୍ଲଭ ରାଜଯୋଗ: କର୍କଟ ସମେତ ୫ ରାଶିଙ୍କ ଚମକିବ ଭାଗ୍ୟ, ଅଚାନକ ମିଳିବ ଖୁସିଖବର!

୨୦ ଅଗଷ୍ଟର ରାଶିଫଳ ଅନୁସାରେ, ଏହି ଦିନ ଚନ୍ଦ୍ରମା ଦିନ-ରାତି ବିଛା ରାଶିରେ ବିଶାଖା ପରେ ଅନୁରାଧା ନକ୍ଷତ୍ରରେ ଗୋଚର କରିବେ। ବିଛା ରାଶିରେ ଚନ୍ଦ୍ରମା ନୀଚସ୍ଥ…

ICC ରାଙ୍କିଂରେ ବଡ଼ ଓଲଟପାଲଟ: ଜୋ ରୁଟଙ୍କୁ ହଟାଇ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୦।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ତା’ର ସଦ୍ୟତମ ରାଙ୍କିଂ ପ୍ରକାଶ କରିଛି। ହ୍ୟାରି ବ୍ରୁକ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ତାଙ୍କ ସାଥୀ ଜୋ…

ଶ୍ରାବଣରେ ଶାହରୁଖ ଖାନ୍‌ଙ୍କ ଘରୁ ବାହାରିଲା ସାପ ଯୋଡ଼ି: ଜାଣନ୍ତୁ ଘରେ ସାପ ଆସିବା କେଉଁ ସଙ୍କେତ ଦିଏ…

ହିନ୍ଦୁ ଧର୍ମୀୟ ଶାସ୍ତ୍ରରେ ସାପକୁ ପୂଜନୀୟ ମନେ କରାଯାଏ। ଭଗବାନ ଶିବ ମଧ୍ୟ ନିଜ ବେକରେ ନାଗକୁ ଧାରଣ କରିଥିବାରୁ ନାଗଙ୍କୁ ନେଇ ଧାର୍ମିକ ମାନ୍ୟତା ରହିଛି।…

ଇଣ୍ଡୋନେସିଆରେ ପୁଣି ୫.୭ ତୀବ୍ରତାର ଭୂମିକମ୍ପ

ଜାକର୍ତ୍ତା,୨୦।୮: ଇଣ୍ଡୋନେସିଆର ରୁଟେଙ୍ଗ ନିକଟରେ ୫.୭ ତୀବ୍ରତାର ଭୂମିକମ୍ପ ହୋଇଛି। USGS ଅନୁଯାୟୀ, ଏହାର କେନ୍ଦ୍ରସ୍ଥଳ ରୁଟେଙ୍ଗର ପ୍ରାୟ ୩୨ କିଲୋମିଟର ଉତ୍ତର-ଉତ୍ତରପୂର୍ବ (NNE) ରେ ୧୦…

ଉସେନ ବୋଲ୍ଟଙ୍କୁ ପଛରେ ପକାଇଦେବ ରୋବୋ ‘ସୁପରମ୍ୟାନ୍‌’: ଡେଇଁପାରିବ ୨ ମିଟର

ବେଜିଂ,୨୦ା୮:ଚାଇନାର ପ୍ରସିଦ୍ଧ ରୋବୋଟିକ୍ସ ସଂସ୍ଥା ‘ୟୁନିଟ୍ରି ରୋବୋଟିକ୍ସ’ ଏକ ନୂଆ ହ୍ୟୁମାନଏଡ୍‌ (ମଣିଷ ଭଳି ଦିଶୁଥିବା) ରୋବୋ ପ୍ରସ୍ତୁତ କରିଛି, ଯାହା ମାନବୀୟ ଶାରୀରିକ ଦକ୍ଷତାର ସମସ୍ତ…

GEN-Z ,ଆଲ୍ଫାଙ୍କ ମନ ଜିତିବାକୁ ମୋଦି ସରକାରଙ୍କ ମାଷ୍ଟରପ୍ଲାନ୍‌: କଲେ ଏମିତି କାମ, ଦେଶରେ ଚହଳ

ନୂଆଦିଲ୍ଲୀ,୨୦।୮: ଜନ୍ତର-ମନ୍ତରରେ ନିକଟରେ ହୋଇଥିବା ପ୍ରତିବାଦ ପରେ ଜେନ ଜି ଓ ଜେନ ଆଲ୍ଫା ପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଏକ…

ଚିନି ଦର ବଢ଼ିବା ପରେ ସରକାର ନେଲେ ବଡ଼ ପଦକ୍ଷେପ, ସେପ୍ଟେମ୍ବର ୧ରୁ …

ନୂଆଦିଲ୍ଲୀ,୨୦।୮: ଭାରତ ବିଶ୍ୱରେ ଚିନିର ସବୁଠାରୁ ବଡ଼ ଉପଭୋକ୍ତା। ଅଗଷ୍ଟରୁ ନଭେମ୍ବର ମଧ୍ୟରେ ଗଣେଶ ଚତୁର୍ଥୀ, ଦଶହରା ଏବଂ ଦୀପାବଳି ଭଳି ପର୍ବପର୍ବାଣୀ ଯୋଗୁ ଚିନିର ଚାହିଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri