Posted inଜାତୀୟ

ଭାରତରେ ଅନୁପ୍ରବେଶ ପାଇଁ ଆତଙ୍କବାଦୀଙ୍କ ନୂଆ ଷଡ଼ଯନ୍ତ୍ର: ଲଞ୍ଚପ୍ୟାଡରେ ସୁଯୋଗ ଉଣ୍ଡି ବସିଛନ୍ତି ୨୦୦ ଜଣ…

ଶ୍ରୀନଗର,୨୬।୧୨ : ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ଆତଙ୍କବାଦୀଙ୍କ ଦ୍ୱାରା ୧୮ଟି ଟ୍ରେନିଂ କ୍ୟାମ୍ପ ଏବଂ ୩୭ ଟି ଲଞ୍ଚ ପ୍ୟାଡ ଏବେ ସକ୍ରିୟ କରାଯାଇଛି ଯେଉଁଥିରେ ୨୦୦ ଆତଙ୍କବାଦୀ ସୁଯୋଗ ପାଇବା ମାତ୍ରେ ଭାରତରେ ଅନୁପ୍ରବେଶ କରିବାକୁ ଷଡ଼ଯନ୍ତ୍ର ରଚିଛନ୍ତି। ଏହି ଆତଙ୍କବାଦୀ ତାଲିମ ଶିବିରଗୁଡିକ ଅଲ ବଦର, ଜୈଶ ଏବଂ ହିଜବୁଲ ମୁଜାହିଦ୍ଦିନ ସଂଗଠନ ଦ୍ୱାରା ପରିଚାଳିତ ହେଉଛି। ଆତଙ୍କବାଦୀ ସଂଗଠନ ପକ୍ଷରୁ ପିଓକେର ହାଜି ପୀର ସେକ୍ଟର, ଫରୱାର୍ଡ କହୁଟା, ପଢ଼ ମୋହଲ୍ଲା, ରଙ୍କଡି, ସିଢ଼ିୟାଂ, କୋଟଲି, ଲୀଲା ଉପତ୍ୟକା, ନୀଲମ ଉପତ୍ୟକ ଲଞ୍ଚ ପ୍ୟାଡ ପ୍ରସ୍ତୁତ କରାଯାଇଛି। ଆତଙ୍କବାଦୀଙ୍କୁ ପାକିସ୍ତାନୀ ସେନା ପକ୍ଷରୁ ପାକିସ୍ତାନର ଏସଏସଜି କମାଣ୍ଡୋମାନେ ଜଙ୍ଗଲର ଗରିଲା ଯୁଦ୍ଧ ଏବଂ ମାର୍ଶଲ ଆର୍ଟ ତାଲିମ ପ୍ରଦାନ କରୁଛନ୍ତି।

ଆତଙ୍କବାଦୀମାନେ ସୀମା ନିକଟରେ ପାକିସ୍ତାନୀ ସେନାର ପୋଷ୍ଟରେ ଛାଉଣି କରିଛନ୍ତି ଏବଂ ଏଠାରୁ ସେମାନେ ଭାରତରେ ଅନୁପ୍ରବେଶ ପାଇଁ ପ୍ରସ୍ତୁତି ଚଳାଇଛନ୍ତି। ସେମାନଙ୍କୁ ନିକଟରେ ଥିବା ଆତଙ୍କବାଦୀ ଶିବିରରେ ତାଲିମ ଦିଆଯାଉଛି। କଶ୍ମୀରର ରାଜୌରୀ ଏବଂ ପୁଞ୍ଚ ଅଞ୍ଚଳରୁ ଅନୁପ୍ରବେଶ କରିବାକୁ ବାରମ୍ବାର ଚେଷ୍ଟା କରାଯାଉଛି। ଏଠାରେ ରିପୋର୍ଟ ହୋଇଛି ଆତଙ୍କବାଦୀମାନେ ପୁଣି ଥରେ ପିଓକେରେ ସକ୍ରିୟ ହୋଇଛନ୍ତି। ଅନୁପ୍ରବେଶ ପାଇଁ ସେମାନେ ସମ୍ପୂର୍ଣ୍ଣ ପ୍ରସ୍ତୁତି କରି ସାରିଛନ୍ତି। ତେବେ ଭାରତୀୟ ସେନା ଯେକୌଣସି ପରିସ୍ଥିତିର ସାମ୍ନା କରିବାକୁ ସଜାଗ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri