Posted inଜାତୀୟ

ଆତଙ୍କବାଦୀଙ୍କ ଟାର୍ଗେଟରେ ସାଧାରଣ ଲୋକେ-ସିଆରପିଏଫ୍‌ ଯବାନ…

ଶ୍ରୀନଗର,୨୦।୩ : ଜମ୍ମୁ-କଶ୍ମୀରରେ ଏବେ ଆତଙ୍କବାଦୀମାନେ ସାଧାରଣ ଲୋକଙ୍କୁ ଟାର୍ଗେଟ କରିଛନ୍ତି। ଶନିବାର ଆତଙ୍କବାଦୀମାନେ ପୁଲୱାମା ଜିଲାର ସ୍ଥାନୀୟ ଲୋକଙ୍କ ଉପରକୁ ଗୁଳି ଚଳାଇଥିଲେ। ସେ ଗୁରୁତର ଆହତ ହୋଇଛନ୍ତି। ରାତି ପ୍ରାୟ ୯ ଟା ୧୧୦ ସମୟରେ ମହମ୍ମଦ ଆକ୍ରାମ ନାମ ଜଣେ କାରପେଣ୍ଟରଙ୍କୁ ଗୁଳି କରାଯାଇଥିବା ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଆହତ ଆକ୍ରାମ ଉତ୍ତରପ୍ରଦେଶୀ ବିଜନୋରର ବାସିନ୍ଦା।

ଅଧିକାରୀ କହିଛନ୍ତି ଯେ ସେ ପୁଲୱାମାର ଆରିହଲରେ ରହୁଥିଲେ। ଚିକିତ୍ସା ପାଇଁ ତାଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଇଥିଲା ଏବଂ ପରେ ଏସଏମଏଜଏସ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଅପରପକ୍ଷରେ ଆତଙ୍କବାଦୀମାନେ ଶନିବାର ଜମ୍ମୁ-କଶ୍ମୀରର ଶୋପିଆନ ଏବଂ ପୁଲୱାମା ଜିଲାରେ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ୍‌) କ୍ୟାମ୍ପ ଉପରେ ଗ୍ରେନେଡ ମାଡ଼ କରିଥିଲେ।

ଏଥିରେ ତିନିଜଣ କର୍ମଚାରୀ ଆହତ ହୋଇଛନ୍ତି। ସିଆରପିଏଫ୍‌ ଜମ୍ମୁରେ ଏହାର ୮୩ ତମ ପ୍ରତିଷ୍ଠା ଦିବସ ପାଳନ କରିଛି। ପ୍ରଥମ ଥର ପାଇଁ ଜାତୀୟ ରାଜଧାନୀ ବାହାରେ ପାଳନ କରାଯାଉଥିବା ସିଆରପିଏଫ୍‌ର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଯୋଗ ଦେଇଥିଲେ। ରାତି ପ୍ରାୟ ୮ଟା ୧୦ ସମୟରେ ଆତଙ୍କବାଦୀମାନେ ଦକ୍ଷିଣ କଶ୍ମୀରର ଶୋପିଆନ ଜିଲାର ଜାଇନାପୁରା ଅଞ୍ଚଳର ବାବାପୋରା ଠାରେ ସିଆରପିଏଫ୍‌ର ୧୭୮ ବାଟାଲିୟନର କ୍ୟାମ୍ପରେ ଗ୍ରେନେଡ ଫିଙ୍ଗିଥିଲେ।

ଏହି ଗ୍ରେନେଡ ଆକ୍ରମଣରେ ଜଣେ ଯବାନ ଆହତ ହୋଇଛନ୍ତି। ଅଧିକାରୀଙ୍କ ଅନୁଯାୟୀ ଅନ୍ୟ ଏକ ଘଟଣାରେ ଆତଙ୍କବାଦୀମାନେ ଦକ୍ଷିଣ କଶ୍ମୀରର ପୁଲୱାମା ଜିଲାର ତ୍ରାଲ ଅଞ୍ଚଳର ନୋଡାଲରେ ସିଆରପିଏଫ୍‌ର ୧୮୦ ବାଟାଲିୟନରେ ଗ୍ରେନେଡ ଫିଙ୍ଗିଥିଲେ। ଏହି ଆକ୍ରମଣରେ ଦୁଇ ଜଣ ସିଆରପିଏଫ୍‌ ଯବାନ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri