Posted inଜାତୀୟ

ମା’ ଭଉଣୀଙ୍କ ସିନ୍ଦୁର ପୋଛିଥିଲେ, ମାଟିରେ ମିଶାଇ ଦେଲୁ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ, ‘ଅପରେଶନ ସିନ୍ଦୂର’ କେବଳ ଏକ ନାମ ନୁହେଁ, ବରଂ ଏହା କୋଟି କୋଟି ଭାରତୀୟଙ୍କ ଭାବନା ଓ ଆକ୍ରୋଶର ପ୍ରତିଫଳନ। ଏପ୍ରିଲ ୨୨ରେ ଜମ୍ମୁ ଓ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ, ଯେଉଁଥିରେ ୨୬ ଜଣ ନିରୀହ ନାଗରିକଙ୍କ ଜୀବନ ହରାଇଥିଲେ, ତାହାର ଜବାବରେ ଭାରତୀୟ ସେନା ପାକିସ୍ତାନ ଓ ପାକିସ୍ତାନ ଅଧିକୃତ କାଶ୍ମୀରରେ ଥିବା ଆତଙ୍କବାଦୀ ଶିବିର ଉପରେ ମେ ୭ ତାରିଖ ପ୍ରଭାତରେ ‘ଅପରେଶନ ସିନ୍ଦୂର’ ଜରିଆରେ ଆକ୍ରମଣ କରିଥିଲା। ଏହି ଅପରେଶନରେ ୯ଟି ଆତଙ୍କବାଦୀ ଶିବିରକୁ ଧ୍ୱଂସ କରାଯାଇଥିଲା।

ଏହି ଅବସରରେ ସେ ଭାରତୀୟ ସେନାର ଅଦମ୍ୟ ସାହସ ଓ ବୀରତ୍ୱକୁ ସାଲ୍ୟୁଟ କରିଛନ୍ତି। ଅପରେଶନ ସିନ୍ଦୁର ପ୍ରଥମଥର ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ଦେଶର ସୁରକ୍ଷା ଓ ସାର୍ବଭୌମତ୍ୱ ରକ୍ଷା ପାଇଁ ସେନାର ଅବଦାନକୁ ଉଚ୍ଚ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, “ଆମ ସୈନିକମାନେ ଦେଶର ଗର୍ବ। ସୀମାରେ ଥାଇ ସେମାନେ ଆମକୁ ନିରାପଦ ରଖିଛନ୍ତି।”

ଏହା ସହିତ ପ୍ରଧାନମନ୍ତ୍ରୀ ଗୋଇନ୍ଦା ସଂସ୍ଥା ଓ ଦେଶର ବୈଜ୍ଞାନିକମାନଙ୍କୁ ମଧ୍ୟ ସାଧୁବାଦ ଜଣାଇଛନ୍ତି। ସେମାନଙ୍କ ଅଭିନବ ଗବେଷଣା ଓ ପ୍ରଯୁକ୍ତିବିଦ୍ୟା ଦେଶର ପ୍ରତିରକ୍ଷା ଶକ୍ତିକୁ ଆହୁରି ସୁଦୃଢ় କରିଛି। ପ୍ରଧାନମନ୍ତ୍ରୀ କହିଛନ୍ତି, “ଆମ ବୈଜ୍ଞାନିକମାନଙ୍କ କାର୍ଯ୍ୟ ବିଶ୍ୱସ୍ତରୀୟ। ସେମାନଙ୍କ ଅବଦାନ ଭାରତକୁ ଆତ୍ମନିର୍ଭର କରିବାରେ ଗୁରୁତ୍ୱପୂର୍ଣ୍ଣ।”

ଏହି ଅବସରରେ ଦେଶବାସୀଙ୍କୁ ଏକତା ଓ ସମର୍ପଣର ବାର୍ତ୍ତା ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ସମସ୍ତେ ମିଳିମିଶି ଭାରତକୁ ଏକ ଶକ୍ତିଶାଳୀ ରାଷ୍ଟ୍ର ଭାବେ ଗଢିତୋଳିବା ଆମର ଲକ୍ଷ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଇରାନ-ଆମେରିକା ଯୁଦ୍ଧବିରତି ମଧ୍ୟରେ ଇସ୍ରାଏଲର ବଡ଼ ଦାବି: ହିଜବୁଲ୍ଲା ମୁଖ୍ୟଙ୍କ ଘନିଷ୍ଠ ସହଯୋଗୀ ନିହତ

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ୧୪ ଦିନିଆ ଯୁଦ୍ଧବିରତି ପାଇଁ ସହମତ ହୋଇଥିଲେ ମଧ୍ୟ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ, ଇସ୍ରାଏଲ ହିଜବୁଲ୍ଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri