୪ରୁ ଝାରସୁଗୁଡ଼ା ଦେଇ ଏଲାୟନ୍ସ ଏୟାର ବିମାନର ପରୀକ୍ଷାମୂଳକ ଉଡ଼ାନ

ଝାରସୁଗୁଡ଼ା ଅଫିସ,୩ା୧୧- ଝାରସୁଗୁଡ଼ା ଭିଏସ୍‌ଏସ୍‌ (ବୀର ସୁରେନ୍ଦ୍ର ସାଏ)ବିମାନ ବନ୍ଦର ଦେଇ ଚଳାଚଳ କରୁଥିବା ଏକମାତ୍ର ସ୍ପାଇସଜେଟ ବିମାନ ଯାତ୍ରୀଙ୍କ ଚାହିଦା ମେଣ୍ଟାଇ ପାରୁ ନ ଥିବାବେଳେ ଅତିରିକ୍ତ ବିମାନ ଚଳାଚଳ କରିବାର ଆବଶ୍ୟକତା ରହିଥିଲା। ଏହାକୁ ଦୃଷ୍ଟିରେ ରଖି ନଭେମ୍ବର ୪ରୁ ଏହି ବିମାନବନ୍ଦର ଦେଇ ଆଉ ଏକ ଏଲାୟନ୍ସ ଏୟାର ବିମାନ ପରୀକ୍ଷାମୂଳକ ଭାବେ ଉଡାନ କରିବାକୁ ଯାଉଛି। ଏହା ସଫଳ ହେଲେ ବିମାନ ଯାତ୍ରୀମାନେ ଉପକୃତ ହେବେ। ଏହା ଝାରସୁଗୁଡ଼ା ରୁଟ୍‌ରେ ଦ୍ୱିତୀୟ ବିମାନ ହେବ। ଭିଏସ୍‌ଏସ୍‌ ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ସୂଚନା ଅନୁଯାୟୀ ଏଲାୟନ୍ସ ଏୟାର ବିମାନ ନମ୍ବର ୯ ଆଇ ୮୪୭ ଦିଲ୍ଲୀରୁ ପୂର୍ବାହ୍ନ ୧୦ଟାରେ ବାହାରି ରାୟପୁରରେ ୧୨ଟା ୪୫ ମିନିଟରେ ପହଞ୍ଚିବ। ରାୟପୁରରୁ ଅପରାହ୍ନ ୧ଟା ୧୨ମିନିଟରେ ବାହାରି ଝାରସୁଗୁଡ଼ାରେ ୨ଟା ୧୫ମିନିଟରେ ପହଞ୍ଚିବ। ପୁଣି ଝାରସୁଗୁଡ଼ାରୁ ଅପରାହ୍ନ ୨ଟା ୪୫ମିନିଟରେ ବାହାରି ଦିଲ୍ଲୀରେ ୫ଟା ୧୫ମିନିଟରେ ପହଞ୍ଚିବ। ସମୟ ସାରଣୀ ଘୋଷଣା ପରେ ଝାରସୁଗୁଡ଼ା ଦେଇ ଚଳାଚଳ କରୁଥିବା ଏଲାୟନ୍ସ ଏୟାରର କେତେକ ରୁଟ୍‌ରେ ପରିବର୍ତ୍ତନ କରାଯାଇଥିବା ବିମାନ ବନ୍ଦର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।

ଏଲାୟନ୍ସ ଏୟାରର ବିମାନ ନଂ. ୯ ଆଇ-୭୪୫ କୋଲକାତାରୁ ମଧ୍ୟାହ୍ନ ୧୨ଟା ୩୦ ମିନିଟରେ ବାହାରି ଝାରସୁଗୁଡ଼ାରେ ୧ଟା ୫୦ ମିନିଟରେ ପହଞ୍ଚିବ। ପୁଣି ବିମାନ ଝାରସୁଗୁଡ଼ାରୁ ଅପରାହ୍ନ ୨ଟା ୪୦ ମିନିଟରେ ବାହାରି ଭୁବନେଶ୍ବରରେ ୩ଟା ୪୫ ମିନିଟରେ ପହଞ୍ଚିବ। ସେହିପରି ଏଲାୟନ୍ସ ଏୟାର ବିମାନ ନଂ ୯ ଆଇ-୭୪୬ ଭୁବନେଶ୍ବରରୁ ଅପରାହ୍ନ ୪ଟା ୩୫ମିନିଟରେ ବାହାରି ଝାରସୁଗୁଡ଼ାରେ ୫ଟା ୩୫ ମିନିଟରେ ପହଞ୍ଚିବ। ପୁନଶ୍ଚ ଏହି ବିମାନ ଝାରସୁଗୁଡ଼ାରୁ ସା ୬ଟା ୦୫ରେ ବାହାରି କୋଲକାତାରେ ୭ଟା ୨୫ରେ ପହଞ୍ଚିବ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?