ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟର ତତ୍ତ୍ୱାବଧାନରେ ବୁଧବାର ମାଲକାନଗିରି ବିମାନବନ୍ଦରରୁ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳତାର ସହ ସମ୍ପନ୍ନ ହୋଇଛି। ମେସର୍ସ ଇଣ୍ଡିଆ ୱାନ୍‌ ଏୟାର୍‌ ପକ୍ଷରୁ ଏକ ୯ ସିଟ୍‌ ବିଶିଷ୍ଟ ସେସନା ଗ୍ରାଣ୍ଡ କାରାଭାନ ୨୦୮ବି ଇଏକ୍ସ ବିମାନ ନିର୍ଦ୍ଧାରିତ ସମୟସୂଚୀ ଅନୁଯାୟୀ ଜୟପୁରରୁ ବାହାରି ମଧ୍ୟାହ୍ନ ୨ଟା ୨୦ରେ ମାଲକାନଗିରି ରନ୍‌ୱେରେ ଅବତରଣ କରିଥିଲା। ଏହାକୁ ଅଗ୍ନିଶମ ବିଭାଗ ପକ୍ଷରୁ ୱାଟର କ୍ୟାନନ ସାଲ୍ୟୁଟ ପ୍ରଦାନ କରାଯାଇଥିଲା। ଏହି ସଫଳ ପରୀକ୍ଷଣ ପରେ ଆସନ୍ତା ୧ ମାସ ମଧ୍ୟରେ ଜିଲାରୁ ପ୍ରାରମ୍ଭିକ ଭାବେ ୯ ସିଟ୍‌ ବିଶିଷ୍ଟ ନନ୍‌-ସିଡ୍ୟୁଲ ବିମାନ ସେବା ଆରମ୍ଭ ହେବ ବୋଲି କୁହାଯାଇଛି। ଟ୍ରାଏଲ ରନ୍‌ ପରେ ମୁଖ୍ୟ ପାଇଲଟ କ୍ୟାପଟେନ ପ୍ରେମ କୁମାର ଗର୍ଗ ଏବଂ କୋ-ପାଇଲଟ ସତୀଶ ଏସ୍‌.କେ. କହିଛନ୍ତି, ବିମାନବନ୍ଦରର ରନୱେ ସମେତ ସମସ୍ତ ଭିତ୍ତିଭୂମି ସମ୍ପୂର୍ଣ୍ଣ ସୁରକ୍ଷିତ ଓ ଉପଯୁକ୍ତ ରହିଛି। ସରକାରଙ୍କ ଆଞ୍ଚଳିକ ସଂଯୋଗୀକରଣ ଯୋଜନା ଅଧୀନରେ ପ୍ରାରମ୍ଭିକ ପର୍ଯ୍ୟାୟରେ ଏହି ବିମାନ ଚଳାଚଳ ବ୍ୟବସ୍ଥା ନନ୍‌-ସିଡ୍ୟୁଲ ଭିତ୍ତିରେ କାର୍ଯ୍ୟ କରିବ, ଯେଉଁଠାରେ ଯାତ୍ରୀମାନଙ୍କର ସମ୍ପୂର୍ଣ୍ଣ ଟିକେଟ ବୁକିଂ ନିଶ୍ଚିତ ହେବା ପରେ ହିଁ ବିମାନ ଉଡ଼ାଣ ଭରିବ। ବର୍ତ୍ତମାନର ୧୫୦୦ ମିଟର ରନୱେକୁ ଆହୁରି ୩୦୦ ମିଟର ପର୍ଯ୍ୟନ୍ତ ସମ୍ପ୍ରସାରଣ କରି ୧୮୦୦ ମିଟର ରନ୍‌ୱେ ତିଆରି କରିବାକୁ ରାଜ୍ୟ ସରକାର ଯୋଜନା ରଖିଛନ୍ତି। ଫଳରେ ଭବିଷ୍ୟତରେ କମର୍ସିଆଲ ଜେଟ୍‌ ଏୟାରକ୍ରାଫ୍ଟ ଅବତରଣ କରିପାରିବ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୭ରୁ ୧୩ ସେପ୍ଟେମ୍ୱର ଯାଏ ଏହି ୪ରାଶିଙ୍କୁ ମିଳିବ ବଡ଼ ଲାଭ; ହୁ ହୁ ହୋଇ ବଢିବ ଇନକମ୍‌, ଘରକୁ ଆସିବ ଖୁସି ଖବର

ସେପ୍ଟେମ୍ୱର ମାସର ଦ୍ୱିତୀୟ ସପ୍ତାହ କିଛି ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଖୁସି ଏବଂ ସଫଳତାର ଉପହାର ନେଇ ଆସିଛି। ଏହି ସମୟ ମଧ୍ୟରେ ମନମୁତାବକ ଲାଭ ମିଳିବା…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri