Posted inଜାତୀୟ

କଂଗ୍ରେସ ପାଇଁ ପରୀକ୍ଷା

ଗୁଆହାଟୀ,୧୬।୧୨:ଉତ୍ତରପୂର୍ବାଞ୍ଚଳର ୩ ରାଜ୍ୟ ନାଗାଲାଣ୍ଡ, ମେଘାଳୟ ଏବଂ ତ୍ରିପୁରା ନିର୍ବାଚନରେ କଂଗ୍ରେସ କ୍ଷମତାକୁ ଫେରିବାକୁ ହେଲେ ବହୁତ କିଛି କରିବାକୁ ପଡ଼ିବ। ଏକଦା ଏହି ଦଳ ସମଗ୍ର ଉତ୍ତରପୂର୍ବାଞ୍ଚଳରେ କ୍ଷମତାରେ ଥିଲା। ୨୦୧୪ରେ ଭାଜପା କ୍ଷମତାକୁ ଆସିବା ପରେ କଂଗ୍ରେସ ହାତରୁ ଗୋଟିଏ ପରେ ଗୋଟିଏ ରାଜ୍ୟ ଖସିବା ଆରମ୍ଭ ହୋଇଥିଲା। ଫେବୃୟାରୀରେ ଉପରୋକ୍ତ ୩ ରାଜ୍ୟରେ ଏକସଙ୍ଗେ ବିଧାନସଭା ନିର୍ବାଚନ ହେବା ଆଶା କରାଯାଉଛି। ତେବେ କୌଣସି ରାଜ୍ୟରେ କଂଗ୍ରେସ କ୍ଷମତା ଦୌଡ଼ରେ ନାହିଁ ଏବଂ ଅଧିକାଂଶ ନେତା ଦଳ ଛାଡ଼ି ଶାସକ ଦଳ କିମ୍ବା ଅନ୍ୟ ଦଳରେ ସାମିଲ ହୋଇଛନ୍ତି।
ନାଗାଲାଣ୍ଡରେ କଂଗ୍ରେସର ଆଦୌ ବିଧାୟକ ନ ଥିବାବେଳେ ତ୍ରିପୁରା ଓ ମେଘାଳୟରେ ଜଣେ ଲେଖାଏ ବିଧାୟକ ରହିଛନ୍ତି। ଚଳିତ ବର୍ଷ ଆରମ୍ଭରେ ମେଘାଳୟର ୫ କଂଗ୍ରେସ ବିଧାୟେକ କନ୍‌ରାଡ ସାଙ୍ଗମା ସରକାରଙ୍କ ଆଡ଼କୁ ଢଳୁଥିବା ଜଣାପଡ଼ିବା ପରେ ଦଳ ତାଙ୍କୁ ନିଲମ୍ବନ କରିଥିଲା। ୨୦୧୮ ବିଧାନସଭା ନିର୍ବାଚନରେ କଂଗ୍ରେସ ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଥିଲେ ମଧ୍ୟ ସେଠାରେ ନ୍ୟାଶନାଲ ପିପୁଲ୍ସ ପାର୍ଟି (ଏନ୍‌ପିପି) ନେତୃତ୍ୱରେ ସରକାର ଗଢ଼ାଯାଇଥିଲା। ଗତବର୍ଷ ନଭେମ୍ବରରେ ୧୭ କଂଗ୍ରେସ ବିଧାୟକଙ୍କ ମଧ୍ୟରୁ ୧୨ ଜଣ ପୂର୍ବତନ ମୁଖ୍ୟମନ୍ତ୍ରୀ ମୁକୁଲ ସାଙ୍ଗମାଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସରେ ଯୋଗ ଦେଇଥିଲେ। ଫଳରେ ମମତା ବାନାର୍ଜୀଙ୍କ ଦଳ ସେଠାରେ ମୁଖ୍ୟ ବିରୋଧୀ ଦଳ ହୋଇଥିଲା।
ସେହିପରି ତ୍ରିପୁରା ବିଧାନସଭାରେ ସୁଦୀପ ରାୟ ବର୍ମନ ଏକମାତ୍ର କଂଗ୍ରେସ ବିଧାୟକ। ସେ ପୂର୍ବ ନିର୍ବାଚନରେ ଭାଜପା ଟିକେଟରେ ବିଜୟୀ ହୋଇ ମନ୍ତ୍ରିମଣ୍ଡଳରେ ସାମିଲ ହୋଇଥିଲେ ମଧ୍ୟ ପରବର୍ତ୍ତୀ ସମୟରେ ବିଧାନସଭାରୁ ଇସ୍ତଫା ଦେଇଥିଲେ ଏବଂ ଉପନିର୍ବାଚନରେ କଂଗ୍ରେସ ଟିକେଟରେ ବିଜୟୀ ହୋଇଥିଲେ। ସେହିପରି ନାଗାଲାଣ୍ଡ ବିଧାନସଭା ୨୦୧୮ରୁ କଂଗ୍ରେସ ଶୂନ୍ୟ ରହିଛି। ସେଠାରେ ଭାଜପା, ନ୍ୟାଶନାଲ ଡେମୋକ୍ରାଟିକ୍‌ ପ୍ରୋଗ୍ରେସିଭ୍‌ ପାର୍ଟି ଏବଂ ନାଗା ପିପୁଲ୍ସ ଫ୍ରଣ୍ଟର ମେଣ୍ଟ ସରକାର ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri