‘ଆକାଶ’ କ୍ଷେପଣାସ୍ତ୍ରର ପରୀକ୍ଷଣ

ବାଲେଶ୍ୱର,୧୨ା୧(ମାନସ ବିଶ୍ୱାଳ): ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ଆକାଶ-ନ୍ୟୁ ଜେନେରେଶନ ଶୁକ୍ରବାର ବ୍ୟବହାରିକ ପରୀକ୍ଷା ଚାନ୍ଦିପୁର ଆଇଟିଆର ପକ୍ଷରୁ କରାଯାଇଥିବା ଜଣାପଡ଼ିଛି। ଆଜି ପୂର୍ବାହ୍ନ ୧୦.୩୦ରେ ଏହି ପରୀକ୍ଷଣ ହୋଇଛି। ଆକାଶ ଏନର୍ଜି ଆକାଶ ସିରିଜର ଏକ ଅତ୍ୟାଧୁନିକ ମିସାଇଲ। ଏହି ସଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ଆକାଶର ଲକ୍ଷ୍ୟଭେଦ ଦୂରତା ୪୦ କିଲୋମିଟର। ଶତ୍ରୁପକ୍ଷର ଯେକୌଣସି ଯୁଦ୍ଧାସ୍ତ୍ରକୁ ଏହା ସହଜରେ ଧ୍ୱଂସ କରିବାରେ ସଫଳ ହୋଇପାରେ। ଏହାର ଲକ୍ଷ୍ୟଭେଦ କ୍ଷମତା, ଗତିବିଧି ଏବଂ ଯୋଗାଯୋଗ କ୍ଷମତାକୁ ଆଇଟିଆରର ଟେଲିମେଟ୍ରିକ୍‌ ରାଡାର ସିଷ୍ଟମ ଦ୍ବାରା ଅନୁଧ୍ୟାନ କରାଯାଇଥିଲା। ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିର ୩ ନମ୍ବର ଲଞ୍ଚ ପ୍ୟାଡ୍‌ରୁ ଡିଆରଡିଓ ପକ୍ଷରୁ ଏହି ପରୀକ୍ଷା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅସଲି ଟ୍ରେଡିଂ କମ୍ପାନୀର ଫେକ୍‌ ଆପ୍‌, ହ୍ବାଟ୍ସଆପ୍‌ ଗ୍ରୁପ କରି ଲୁଟିଥିଲେ ୯୪.୬୨ ଲକ୍ଷ ଟଙ୍କା; ୩ ଯୁବକଙ୍କୁ ବାନ୍ଧିଲା…

ଦେବଗଡ, ୨୯ା୧ (ଶଶାଙ୍କ ଶେଖର ଝାଙ୍କର): ଅବସର ପ୍ରାପ୍ତ ଜଣେ ସରକାରୀ କର୍ମଚାରୀଙ୍କ ଠାରୁ ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇ ଅଭିଯୋଗରେ…

ମୋରମ ପାଇଁ ପାହାଡ଼ କାଟିଦେଲା ପୂର୍ତ୍ତ ବିଭାଗ, ବାରିଝୋଲା ଗ୍ରାମବାସୀ…

ରାୟଗଡ଼ା,୨୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ ଅନ୍ତର୍ଗତ ବାରିଝୋଲା ଗ୍ରାମସ୍ଥିତ ପଦ୍ମାବତୀ ହରିକୁପା ପାହାଡ଼ରୁ ଚାଲିଛି ମୋରମ ଖନନ। ତେବେ ମୋରମ ଖନନ ଯୋଗୁ…

ଶାନ୍ତି ଆଲୋଚନା ପାଇଁ ଜେଲେନସ୍କିଙ୍କୁ ମସ୍କୋ ନିମନ୍ତ୍ରଣ କଲା ରୁଷିଆ

ନୂଆଦିଲ୍ଲୀ,୨୯।୧: ଚାରି ବର୍ଷ ଧରି ଲାଗି ରହିଥିବା ରୁଷ-ୟୁକ୍ରେନ ଯୁଦ୍ଧର ଘଟିବ ଅନ୍ତ। ଏହି କ୍ରେମଲିନ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର…

ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଟଳିପଡ଼ିଲେ ଭକ୍ତ: ମହାପ୍ରଭୁଙ୍କ ଦର୍ଶନ ହେଲା…

ପୁରୀ,୨୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କର ଉତ୍ତରଦ୍ୱାର ନିକଟ ପରିକ୍ରମା…

ଓଡ଼ିଶାର ଆର୍ଥିକ ଅଭିବୃଦ୍ଧି: ଏତିକି ଟଙ୍କାକୁ ବଢିଗଲା ଲୋକଙ୍କ ମୁଣ୍ଡପିଛା ଆୟ

ଭୁବନେଶ୍ୱର,୨୯।୧: ଓଡ଼ିଶାର ଅର୍ଥନୈତିକ ପ୍ରଗତି କ୍ଷେତ୍ରରେ ଏକ ବଡ଼ ସଫଳତା ଦେଖିବାକୁ ମିଳିଛି। ୨୦୨୪-୨୫ ଆର୍ଥିକ ବର୍ଷରେ ରାଜ୍ୟର ମୁଣ୍ଡପିଛା ନିଟ୍ ଘରୋଇ ଉତ୍ପାଦ ୧,୬୮,୯୬୬ ଟଙ୍କାରେ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ: ଏହି କାମ ପାଇଁ ରାଜ୍ୟ ସରକାରଙ୍କୁ କଲେ ପ୍ରଶଂସା

ଭୁବନେଶ୍ୱର,୨୯।୧: ଗୁରୁବାର ଲୋକସେବା ଭାବନାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ବିଶ୍ବବ୍ୟାଙ୍କ ଅଧ୍ୟକ୍ଷ ଅଜ୍ଞ ବାଙ୍ଗା। ଓଡ଼ିଶାର ବିକାଶ ଧାରାକୁ ଆହୁରି ଗତିଶୀଳ କରିବା ଉପରେ…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ପୂର୍ବତନ ବହୁମୁଖୀ ସ୍ବାସ୍ଥ୍ୟ ପରିଦର୍ଶକଙ୍କୁ ୨ବର୍ଷ ଜେଲ

ସୁନ୍ଦରଗଡ,୨୯ା୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ର ଭିଜିଲାନ୍ସ କୋର୍ଟ ଗୁରୁବାର ଏକ ଲାଞ୍ଚ ମାମଲାର ରାୟ ପ୍ରକାଶ କରିଛି। ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍‌ ଲାଞ୍ଚ ମାମଲାର ଶୁଣାଣି…

ଜିଲାସ୍ତରୀୟ କବାଡ଼ି: ଅନାମିକା କ୍ଲବ ଚାମ୍ପିୟନ

ସମ୍ବଲପୁର,୨୯ା୧(ବି.ଶଙ୍କର): ପ୍ରଗତୀ ସାମାଜିକ ଅନୁଷ୍ଠାନ ଆୟୋଜିତ ଜିଲାସ୍ତରୀୟ କବାଡି ପ୍ରତିଯୋଗିତା ଚେରୁଆପଡା ଫାର୍ମରୋଡଠାରେ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ଅନାମିକା କ୍ଲବ ଏବଂ ପାଟଣେଶ୍ୱରୀ(କ) ଦଳ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri