ଭାରତ ଅପରେଟିଂ ସିଷ୍ଟମ୍‌ର ପରୀକ୍ଷଣ ସଫଳ: କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର,୨୫ା୧(ବ୍ୟୁରୋ): ଆଇଆଇଟି ମାଡ୍ରାସ ଦ୍ୱାରା ବିକଶିତ ସ୍ବଦେଶୀ ମୋବାଇଲ ଅପରେଟିଂ ସିଷ୍ଟମ-‘ଭାରତ ଅପରେଟିଂ ସିଷ୍ଟମ’ର ପରୀକ୍ଷଣ ସଫଳ ହୋଇଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ଏହି ଅବସରରେ ଧର୍ମେନ୍ଦ୍ର ଆଇଆଇଟି ମାଡ୍ରାସ୍‌ର ସଫଳ ପ୍ରଚେଷ୍ଟାକୁ ପ୍ରଶଂସା କରି କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଳ୍ପନାରେ ଦେଶରେ ସଶକ୍ତ, ସ୍ବଦେଶୀ ଏବଂ ଆତ୍ମନିର୍ଭର ଭାରତର ଡିଜିଟାଲ ଭିତ୍ତିଭୂମିକୁ ପୂରଣ କରିବା ଦିଗରେ ଏହା ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ। ସରକାରଙ୍କ ପଦକ୍ଷେପ ସହ ନୀତି ନିର୍ଦ୍ଧାରକଙ୍କୁ ପ୍ରୋତ୍ସାହନ ଦେବା, ପ୍ରଧାନମନ୍ତ୍ରୀଙ୍କ ଭିଜନରେ ଏହା ଏକ ପରୀକ୍ଷାମୂଳକ ପଦକ୍ଷେପ। ଡାଟା ପ୍ରାଇଭେସି ଦିଗରେ ଭାରତ ଅପରେଟିଂ ସିଷ୍ଟମ ଏକ ସଫଳ ଶୁଭାରମ୍ଭ। ପ୍ରଧାନମନ୍ତ୍ରୀଙ୍କ ନୀତି ଓ ଦୂରଦୃଷ୍ଟି ଆଧାରରେ ଆଇଆଇଟି ମାଡ୍ରାସ ଦ୍ୱାରା ବିକଶିତ ଭାରତ ଅପରେଟିଂ ସିଷ୍ଟମ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ। ଉଲ୍ଲେଖନୀୟ, ଧର୍ମେନ୍ଦ୍ରଙ୍କ ସହ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି...

ରାଜ୍ୟର ୬ଟି ଲୋକ ସଭା ଆସନରେ କାହାକୁ ଟିକେଟ ଦେବ ବିଜେଡି, ଚର୍ଚ୍ଚାରେ ଏହି ନାଁ

ଭୁବନେଶ୍ୱର,୨୮।୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାର ୨୧ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ଭିତରୁ ୧୮ଟି ସ୍ଥାନରେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri