ଭାରତ ଅପରେଟିଂ ସିଷ୍ଟମ୍‌ର ପରୀକ୍ଷଣ ସଫଳ: କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର,୨୫ା୧(ବ୍ୟୁରୋ): ଆଇଆଇଟି ମାଡ୍ରାସ ଦ୍ୱାରା ବିକଶିତ ସ୍ବଦେଶୀ ମୋବାଇଲ ଅପରେଟିଂ ସିଷ୍ଟମ-‘ଭାରତ ଅପରେଟିଂ ସିଷ୍ଟମ’ର ପରୀକ୍ଷଣ ସଫଳ ହୋଇଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ଏହି ଅବସରରେ ଧର୍ମେନ୍ଦ୍ର ଆଇଆଇଟି ମାଡ୍ରାସ୍‌ର ସଫଳ ପ୍ରଚେଷ୍ଟାକୁ ପ୍ରଶଂସା କରି କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଳ୍ପନାରେ ଦେଶରେ ସଶକ୍ତ, ସ୍ବଦେଶୀ ଏବଂ ଆତ୍ମନିର୍ଭର ଭାରତର ଡିଜିଟାଲ ଭିତ୍ତିଭୂମିକୁ ପୂରଣ କରିବା ଦିଗରେ ଏହା ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ। ସରକାରଙ୍କ ପଦକ୍ଷେପ ସହ ନୀତି ନିର୍ଦ୍ଧାରକଙ୍କୁ ପ୍ରୋତ୍ସାହନ ଦେବା, ପ୍ରଧାନମନ୍ତ୍ରୀଙ୍କ ଭିଜନରେ ଏହା ଏକ ପରୀକ୍ଷାମୂଳକ ପଦକ୍ଷେପ। ଡାଟା ପ୍ରାଇଭେସି ଦିଗରେ ଭାରତ ଅପରେଟିଂ ସିଷ୍ଟମ ଏକ ସଫଳ ଶୁଭାରମ୍ଭ। ପ୍ରଧାନମନ୍ତ୍ରୀଙ୍କ ନୀତି ଓ ଦୂରଦୃଷ୍ଟି ଆଧାରରେ ଆଇଆଇଟି ମାଡ୍ରାସ ଦ୍ୱାରା ବିକଶିତ ଭାରତ ଅପରେଟିଂ ସିଷ୍ଟମ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ। ଉଲ୍ଲେଖନୀୟ, ଧର୍ମେନ୍ଦ୍ରଙ୍କ ସହ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri