Posted inଖେଳ

ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଜାଡେଜା ନମ୍ବର ଓ୍ବାନ ଟେଷ୍ଟ ଅଲ୍‌ରାଉଣ୍ଡର

ଦୁବାଇ, ୨୪ା୬ (ପି.ଟି.)-ସଦ୍ୟ ପ୍ରକାଶିତ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଓ୍ବେଷ୍ଟଇଣ୍ଡିଜର ଜାସନ ହୋଲ୍‌ଡରଙ୍କୁ ହଟାଇ ଭାରତର ରବୀନ୍ଦ୍ର ଜାଡେଜା ବିଶ୍ୱର ନମ୍ବର ଓ୍ବାନ ଅଲ୍‌ରାଉଣ୍ଡର ହୋଇଛନ୍ତି। ହୋଲ୍‌ଡର (୩୮୪)ଙ୍କଠାରୁ ଜାଡେଜା ୨ ପଏଣ୍ଟ ଆଗରେ ରହିଛନ୍ତି। ଇଂଲଣ୍ଡ ଅଲ୍‌ରାଉଣ୍ଡର ବେନ୍‌ ଷ୍ଟୋକ୍ସ ୩୭୭ ପଏଣ୍ଟ ସହ ତୃତୀୟ ସ୍ଥାନରେ ଅଛନ୍ତି। ଅନ୍ୟ ଜଣେ ଭାରତୀୟ ରବିଚନ୍ଦ୍ରନ ଅଶ୍ୱିନ ୩୫୩ ପଏଣ୍ଟ ସହ ଚତୁର୍ଥ ସ୍ଥାନ ଅଧିକାର କରିଛନ୍ତି। ତାଙ୍କ ପଛକୁ ବାଂଲାଦେଶର ଶକିବ ଅଲ୍‌ ହସନ (୩୩୮) ରହିଛନ୍ତି। ବୋଲିଂ ର଼୍ୟାଙ୍କିଙ୍ଗରେ କିନ୍ତୁ ଅଶ୍ୱିନ ୮୫୦ ପଏଣ୍ଟ ସହ ଅଷ୍ଟ୍ରେଲିଆର ପ୍ୟାଟକୁମିନ୍ସ(୯୦୮)ଙ୍କ ପଛରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ନ୍ୟୁଜିଲାଣ୍ଡର ଟିମ୍‌ ସୌଦି (୮୩୦) ତୃତୀୟ ହୋଇଛନ୍ତି। ଅନ୍ୟପକ୍ଷରେ ବ୍ୟାଟ୍ସମ୍ୟାନ ତାଲିକାର ପ୍ରଥମ ୫ଟି ସ୍ଥାନରେ କୌଣସି ପରିବର୍ତ୍ତନ ଘଟି ନାହିଁ। ଭାରତ ଅଧିନାୟକ ବିରାଟ କୋହଲି ୮୧୪ ପଏଣ୍ଟ ସହ ପୂର୍ବଭଳି ଚତୁର୍ଥ ସ୍ଥାନରେ ରହିଛନ୍ତି। ଅଷ୍ଟ୍ରେଲିଆର ଷ୍ଟିଭ୍‌ ସ୍ମିଥ୍‌ ୮୯୧ ପଏଣ୍ଟ ସହ ପ୍ରଥମ ସ୍ଥାନ ବଜାୟ ରଖିଥିବାବେଳେ ତାଙ୍କ ପଛକୁ ପଛ ରହିଛନ୍ତି ନ୍ୟୁଜିଲାଣ୍ଡର କେନ୍‌ ଓ୍ବିଲିୟମସନ (୮୮୬) ଓ ଅଷ୍ଟ୍ରେଲିଆର ମାର୍ନସ ଲାବୁସାନେ (୮୭୮)। ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌ (୭୯୭) ପାଞ୍ଚ ନମ୍ବରରେ ରହିଥିବାବେଳେ ତାଙ୍କ ପଛକୁ ରିଷଭ ପନ୍ତ ଓ ରୋହିତ ଶର୍ମା ପ୍ରତ୍ୟେକ ୭୪୭ ପଏଣ୍ଟ ସହ ମିଳିତ ୬ଷ୍ଠ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାକୁ ଯାଉଥିଲେ ବୈଭବ, ହେଲେ…

ନୂଆଦିଲ୍ଲୀ,୩୧।୮: ଦୁଲୀପ ଟ୍ରଫି ସେମିଫାଇନାଲରେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ପୁଣିଥରେ ଚର୍ଚ୍ଚା ସୃଷ୍ଟି କରିଛନ୍ତି। ଇଷ୍ଟ ଜୋନ ପକ୍ଷରୁ ସେଣ୍ଟ୍ରାଲ ଜୋନ ବିପକ୍ଷରେ…

ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK

ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ…

ବୈଭବଙ୍କ ବଡ଼ କାରନାମା: ନାଁରେ କଲେ ଏମିତି ରେକର୍ଡ ଯାହା ଇତିହାସରେ କେହି କରିନଥିଲେ!

ନୂଆଦିଲ୍ଲୀ, ୩୧।୮: ମାତ୍ର ୧୫ ବର୍ଷ ବୟସରେ ଭାରତୀୟ କ୍ରିକେଟରେ ଲଗାତାର ରେକର୍ଡ କରି ଚାଲିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏବେ ଦୁଲୀପ ଟ୍ରଫି ୨୦୨୬ର ସେମିଫାଇନାଲରେ ଆଉ…

୫ ବର୍ଷ ପରେ ଟିମ୍‌ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ…

୧୫ ବର୍ଷରେ ବୈଭବ ସୂର୍ଯ୍ୟବଂଶୀଙ୍କ ୭ଟି ବଡ଼ ରେକର୍ଡ: ଭାଙ୍ଗିବା ପ୍ରାୟ ଅସମ୍ଭବ! ବଡ଼ ବଡ଼ କ୍ରିକେଟର ଫଡିବେ ଫିକା

ନୂଆଦିଲ୍ଲୀ,୩୧।୮: ବୟସ ମାତ୍ର ୧୫ ବର୍ଷ। କିନ୍ତୁ କ୍ରିକେଟ ମଇଦାନରେ ରେକର୍ଡ ପରେ ରେକର୍ଡ କରି ଚର୍ଚ୍ଚାରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ। ଅତ୍ୟନ୍ତ କମ ବୟସରେ…

ମହିଳା ଏସିଆ କପ୍ ୨୦୨୬: ଇତିହାସ ରଚିଲେ ସ୍ମୃତି ମନ୍ଧାନା, ୨ୟ ସର୍ବାଧିକ…

ନୂଆଦିଲ୍ଲୀ,୩୧।୮: ମହିଳା ଏସିଆ କପ୍‌ ୨୦୨୬ରେ ଭାରତୀୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି । ପ୍ରଥମ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଥାଇଲାଣ୍ଡକୁ ୯୪ ରନ୍‌ରେ…

IPL ରୁ ଉଚ୍ଛେଦ ହେବ ‘ଇମ୍ପାକ୍ଟ ପ୍ଲେୟାର ନିୟମ’! ହଇଚଇ ସୃଷ୍ଟି କଲାଣି BCCI ର ନୂଆ ନିଷ୍ପତ୍ତି

ନୂଆଦିଲ୍ଲୀ,୩୧।୮: ‘ଇମ୍ପାକ୍ଟ ପ୍ଲେୟାର’ ନିୟମ ପ୍ରଥମେ 2023 ମସିହାରେ IPLରେ ପ୍ରଚଳନ କରାଯାଇଥିଲା। ପ୍ରତିବର୍ଷ ଏହାକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଛି ଏବଂ ଶେଷରେ BCCI ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri