Posted inଖେଳ

ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ପୂଜାରା ୬ଷ୍ଠ ସ୍ଥାନକୁ ଉନ୍ନୀତ

ଦୁବାଇ, ୩୧ା୧ (ପି.ଟି.)-ଶନିବାର ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ ପ୍ରକାଶ ପାଇଛି। ଭାରତୀୟ ଅଧିନାୟକ ବିରାଟ କୋହଲି ବ୍ୟାଟ୍ସମ୍ୟାନ ତାଲିକାରେ ୪ର୍ଥ ସ୍ଥାନ ବଜାୟ ରଖିଛନ୍ତି। ଚେତେଶ୍ୱର ପୂଜାରା ୬ଷ୍ଠ ସ୍ଥାନକୁ ପଦୋନ୍ନତି ପାଇଛନ୍ତି। କୋହଲି (୮୬୨) ଓ ପୂଜାରା (୭୬୦)ଙ୍କ ବ୍ୟତୀତ ଟପ୍‌ ଟେନ୍‌ରେ ସ୍ଥାନ ପାଇଥିବା ଅନ୍ୟତମ ଭାରତୀୟ ବ୍ୟାଟ୍ସମ୍ୟାନ ହେଲେ ଅଜିଙ୍କ୍ୟ ରାହାନେ। ସେ ୮ମ ସ୍ଥାନରେ ରହିଛନ୍ତି। ପୂଜାରାଙ୍କର ଗୋଟିଏ ସ୍ଥାନ ପଦୋନ୍ନତି ଘଟିଥିବାବେଳେ ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଏବଂ ଷ୍ଟାର ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ଯଥାକ୍ରମେ ପୂର୍ବଭଳି ୧୩ତମ ଓ ୧୮ତମ ସ୍ଥାନରେ ରହିଛନ୍ତି। ବ୍ୟାଟିଂ ତାଲିକାରେ କେନ୍‌ ଓ୍ବିଲିୟମସନ (୯୧୯) ପ୍ରଥମ ସ୍ଥାନ ବଜାୟ ରଖିଛନ୍ତି। ଅଷ୍ଟ୍ରେଲିଆର ଷ୍ଟିଭ୍‌ ସ୍ମିଥ୍‌ (୮୯୧) ଓ ମାର୍ନସ ଲାବୁସେନ୍‌ (୮୭୮) ଦ୍ୱିତୀୟ ଓ ତୃତୀୟରେ ରହିଥିବାବେଳେ ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌ (୮୨୩) ୫ମ ସ୍ଥାନରେ ଅଛନ୍ତି। ବୋଲରମାନଙ୍କ ମଧ୍ୟରେ ଭେଟେରାନ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ (୭୬୦) ଓ ପେସ୍‌ ବୋଲର ଯଶପ୍ରୀତ ବୁମ୍‌ରା (୭୫୭) ଯଥାକ୍ରମେ ସେମାନଙ୍କ ୮ମ ଓ ୯ମ ସ୍ଥାନ ବଜାୟ ରଖିଛନ୍ତି। ଏହି ତାଲିକାରେ ପ୍ୟାଟ କୁମିନ୍ସ (୯୦୮) ପ୍ରଥମ ସ୍ଥାନରେ ରହିଥିବାବେଳେ ତାଙ୍କ ପଛକୁ ପଛ ଇଂଲଣ୍ଡ ପେସ୍‌ ବୋଲର ଷ୍ଟୁଆର୍ଟ ବ୍ରଡ୍‌ (୮୩୯) ଓ ନ୍ୟୁଜିଲାଣ୍ଡର ନିଲ୍‌ ଓ୍ବାଗନର (୮୩୫) ରହିଛନ୍ତି। ଅଲରାଉଣ୍ଡର ତାଲିକାରେ ରବୀନ୍ଦ୍ର ଜାଡେଜା (୪୧୯) ଓ ଅଶ୍ୱିନ (୨୮୧) ଯଥାକ୍ରମେ ତୃତୀୟ ଓ ୬ଷ୍ଠ ସ୍ଥାନରେ ଅଛନ୍ତି। ଇଂଲଣ୍ଡର ବେନ୍‌ ଷ୍ଟୋକ୍ସ (୪୨୭) ଏହି ତାଲିକାର ଶୀର୍ଷରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri