Posted inଖେଳ

ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ପୂଜାରା ୬ଷ୍ଠ ସ୍ଥାନକୁ ଉନ୍ନୀତ

ଦୁବାଇ, ୩୧ା୧ (ପି.ଟି.)-ଶନିବାର ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ ପ୍ରକାଶ ପାଇଛି। ଭାରତୀୟ ଅଧିନାୟକ ବିରାଟ କୋହଲି ବ୍ୟାଟ୍ସମ୍ୟାନ ତାଲିକାରେ ୪ର୍ଥ ସ୍ଥାନ ବଜାୟ ରଖିଛନ୍ତି। ଚେତେଶ୍ୱର ପୂଜାରା ୬ଷ୍ଠ ସ୍ଥାନକୁ ପଦୋନ୍ନତି ପାଇଛନ୍ତି। କୋହଲି (୮୬୨) ଓ ପୂଜାରା (୭୬୦)ଙ୍କ ବ୍ୟତୀତ ଟପ୍‌ ଟେନ୍‌ରେ ସ୍ଥାନ ପାଇଥିବା ଅନ୍ୟତମ ଭାରତୀୟ ବ୍ୟାଟ୍ସମ୍ୟାନ ହେଲେ ଅଜିଙ୍କ୍ୟ ରାହାନେ। ସେ ୮ମ ସ୍ଥାନରେ ରହିଛନ୍ତି। ପୂଜାରାଙ୍କର ଗୋଟିଏ ସ୍ଥାନ ପଦୋନ୍ନତି ଘଟିଥିବାବେଳେ ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଏବଂ ଷ୍ଟାର ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ଯଥାକ୍ରମେ ପୂର୍ବଭଳି ୧୩ତମ ଓ ୧୮ତମ ସ୍ଥାନରେ ରହିଛନ୍ତି। ବ୍ୟାଟିଂ ତାଲିକାରେ କେନ୍‌ ଓ୍ବିଲିୟମସନ (୯୧୯) ପ୍ରଥମ ସ୍ଥାନ ବଜାୟ ରଖିଛନ୍ତି। ଅଷ୍ଟ୍ରେଲିଆର ଷ୍ଟିଭ୍‌ ସ୍ମିଥ୍‌ (୮୯୧) ଓ ମାର୍ନସ ଲାବୁସେନ୍‌ (୮୭୮) ଦ୍ୱିତୀୟ ଓ ତୃତୀୟରେ ରହିଥିବାବେଳେ ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌ (୮୨୩) ୫ମ ସ୍ଥାନରେ ଅଛନ୍ତି। ବୋଲରମାନଙ୍କ ମଧ୍ୟରେ ଭେଟେରାନ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ (୭୬୦) ଓ ପେସ୍‌ ବୋଲର ଯଶପ୍ରୀତ ବୁମ୍‌ରା (୭୫୭) ଯଥାକ୍ରମେ ସେମାନଙ୍କ ୮ମ ଓ ୯ମ ସ୍ଥାନ ବଜାୟ ରଖିଛନ୍ତି। ଏହି ତାଲିକାରେ ପ୍ୟାଟ କୁମିନ୍ସ (୯୦୮) ପ୍ରଥମ ସ୍ଥାନରେ ରହିଥିବାବେଳେ ତାଙ୍କ ପଛକୁ ପଛ ଇଂଲଣ୍ଡ ପେସ୍‌ ବୋଲର ଷ୍ଟୁଆର୍ଟ ବ୍ରଡ୍‌ (୮୩୯) ଓ ନ୍ୟୁଜିଲାଣ୍ଡର ନିଲ୍‌ ଓ୍ବାଗନର (୮୩୫) ରହିଛନ୍ତି। ଅଲରାଉଣ୍ଡର ତାଲିକାରେ ରବୀନ୍ଦ୍ର ଜାଡେଜା (୪୧୯) ଓ ଅଶ୍ୱିନ (୨୮୧) ଯଥାକ୍ରମେ ତୃତୀୟ ଓ ୬ଷ୍ଠ ସ୍ଥାନରେ ଅଛନ୍ତି। ଇଂଲଣ୍ଡର ବେନ୍‌ ଷ୍ଟୋକ୍ସ (୪୨୭) ଏହି ତାଲିକାର ଶୀର୍ଷରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋମାରେ ଇରାନର ସୁପ୍ରିମ ଲିଡର? କାହିଁକି ବ୍ୟାପିଛି ଏଭଳି ଖବର? ଜାଣନ୍ତୁ ଏହା ପଛର କାରଣ

ତେହରାନ,୭।୪: ବ୍ରିଟିଶ ଖବରକାଗଜ ଦି ଟାଇମ୍ସ ଏକ ଗୁରୁତ୍ୱପୂର୍ଣ୍ଣ ଖୁଲାସା କରିଛି। ରିପୋର୍ଟରେ କୁହାଯାଇଛି ଯେ ମୋଜତାବା ଖାମେନେଇ ଅଚେତ ଅଛନ୍ତି ଏବଂ ବର୍ତ୍ତମାନ ତାଙ୍କjର ଏହି…

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ…

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୮ ଘଣ୍ଟା ଜାତୀୟ ରାଜପଥ ଜାମ୍

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…

ପୂର୍ବତନ ଟେନିସ ଖେଳାଳି, ଓକିଲ ,ମିଡିଆ ହାଉସ ମାଲିକାଣି …, କିଏ ଆସାମ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ରିନିକି ଭୂୟାଁ ଶର୍ମା? ଜାଣନ୍ତୁ…

ଗୁଆହାଟି,୭।୪: ଆସାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି ଥିବାବେଳେ, ରାଜ୍ୟରେ ରାଜନୈତିକ ତାପମାତ୍ରା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ…

ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍

ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ…

ଧୁରନ୍ଧର ୨ ଦେଖିବା ପରେ କୋହଲି ଦେଲେ ଏମିତି ପ୍ରତିକ୍ରିୟା: ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ,୭।୪: ରଣବୀର ସିଂହଙ୍କ ଅଭିନୀତ ଧୁରନ୍ଧର ୨ ଇତିହାସ ରଚିଛି। ଏହି ଫିଲ୍ମଟି ବକ୍ସ ଅଫିସ୍‌ରେ ଏପର୍ଯ୍ୟନ୍ତ ୧୬୦୦ କୋଟିରୁ ଅଧିକ ଟଙ୍କା ରୋଜଗାର କରିଛି। ଏହି…

ଏଇ ଭାରତରେ

ଗାର୍ବେଜ କ୍ଲିନିକ୍‌ ବା ବର୍ଜ୍ୟ କ୍ଲିନିକ୍‌ କଥା ଶୁଣିଛନ୍ତି କି। ହଁ, ଏମିତିକା କ୍ଲିନିକ୍‌ ଚାଲିଛି ଦିଲ୍ଲୀରେ। ପ୍ରବୀଣ ନାୟକ ଇଞ୍ଜିନିୟରିଂ କ୍ୟାରିୟର ଛାଡ଼ି ଦିଲ୍ଲୀକୁ ସବୁଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri