Posted inଜାତୀୟ

ରିପୋର୍ଟରୁ ହେଲା ନିଶ୍ଚିତ: ତିରୁପତି ମନ୍ଦିର ପ୍ରସାଦରେ ହେଉଛି ଗୋରୁ ମାଂସ, ମାଛ ତେଲ ବ୍ୟବହାର

ତିରୁପତି,୧୯।୯: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ତିରୁପତି ମନ୍ଦିର ପ୍ରସାଦରେ ଘିଅ ବଦଳରେ ପଶୁ ଚର୍ବି ମିଶ୍ରଣ କରିଥିବା ଅଭିଯୋଗ କରିଛନ୍ତି। ଏହା ପରେ ନମୁନା ପରୀକ୍ଷା କରିବାରୁ ଏହା ସ୍ପଷ୍ଟ ହୋଇଛି। ଅନୁସନ୍ଧାନ ପରେ ଆସିଥିବା ରିପୋର୍ଟରେ ମାଛ ତେଲର ସନ୍ଧାନ ନିଶ୍ଚିତ ହୋଇଛି। ବୁଧବାର ଚନ୍ଦ୍ରାବାବୁ ନାଇଡୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ ମୋହନ ରେଡ୍ଡୀଙ୍କ ବିରୋଧରେ ଅଭିଯୋଗ କରି କହିଥିଲେ ଯେ, ପୂର୍ବ ସରକାର ସମୟରେ ତିରୁପତି ମନ୍ଦିରର ପ୍ରସାଦରେ ଘିଅ ବଦଳରେ ପଶୁ ଚର୍ବି ମିଶିବା ଆରମ୍ଭ ହୋଇଥିଲା।

ଏକ କାର୍ଯ୍ୟକ୍ରମ ସମୟରେ ନାଇଡୁ କହିଥିଲେ ଯେ, ଘିଅ ପରିବର୍ତ୍ତେ, ପ୍ରସାଦରେ ପଶୁ ଚର୍ବି ଏବଂ ଖରାପ ଗୁଣବତ୍ତା ଜିନିଷ ବ୍ୟବହାର କରାଯାଉଥିଲା। ଆମେ ଏଥିରେ ଅସଲି ଘିଅ, ପରିଷ୍କାର ପରିଚ୍ଛନ୍ନତା ଏବଂ ଉତ୍ତମ ଗୁଣର ଯତ୍ନ ନିଆଯିବା ଆମେ ନିଶ୍ଚିତ କରିଛୁ।

ନାଇଡୁଙ୍କ ଏହି ବୟାନ ଉପରେ ଜଗନ୍ ମୋହନ ରେଡ୍ଡୀଙ୍କ ପାର୍ଟି YSRCP ପ୍ରତିକ୍ରିୟା ଦେଇଛି। ଏଥିରେ କୁହାଯାଇଛି ଯେ ଚନ୍ଦ୍ରବାବୁ ନାଇଡୁ ତିରୁମାଲାର ମନ୍ଦିରର ପବିତ୍ରତା ଏବଂ କୋଟି କୋଟି ହିନ୍ଦୁଙ୍କ ବିଶ୍ୱାସକୁ କ୍ଷତି ପହଞ୍ଚାଇ ଏକ ବଡ଼ ପାପ କରିଛନ୍ତି। ତିରୁମାଲା ପ୍ରସାଦ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ମନ୍ତବ୍ୟ ଅତ୍ୟନ୍ତ ଅଯୌକ୍ତିକ। ମଣିଷ ଭାବରେ ଜନ୍ମିତ କୌଣସି ବ୍ୟକ୍ତି ଏପରି ଶବ୍ଦ କୁହନ୍ତି ନାହିଁ କିମ୍ବା ଏପରି ଅଭିଯୋଗ କରନ୍ତି ନାହିଁ। ପୁଣିଥରେ ଏହା ପ୍ରମାଣିତ ହୋଇଛି ଯେ ଚନ୍ଦ୍ରବାବୁ ରାଜନୀତି ପାଇଁ କିଛି କରିବାକୁ ଦ୍ୱିଧା କରିବେ ନାହିଁ।

ରେଡ୍ଡୀ କହିଛନ୍ତି ଯେ ଭକ୍ତଙ୍କ ବିଶ୍ୱାସକୁ ଅଧିକ ମଜବୁଥ୍ କରିବା ପାଇଁ ମୁଁ ଏବଂ ମୋ ପରିବାର ତିରୁମାଲା ପ୍ରସାଦ ମାମଲାରେ ଶପଥ ନେବାକୁ ପ୍ରସ୍ତୁତ। ଚନ୍ଦ୍ରବାବୁ ମଧ୍ୟ ତାଙ୍କ ପରିବାର ସହିତ ଶପଥ ନେବାକୁ ପ୍ରସ୍ତୁତ କି?


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। ଚତୁର୍ଥ ଆସନ ପାଇଁ ହୋଇଥିବା କଡ଼ା ମୁକାବିଲାରେ ଭାଜପା…

ବିଶ୍ୱରେ ଚାଲିଛି ଯୁଦ୍ଧ, ଭାରତରେ ହ୍ରାସ ପାଇଲା ବେକାରୀ ହାର

ନୂଆଦିଲ୍ଲୀ,୧୬।୩: ବିଶ୍ୱ ଅର୍ଥନୀତିରେ ଯୁଦ୍ଧ ଓ ଅସ୍ଥିରତା ମଧ୍ୟରେ ଭାରତରୁ ଆସିଛି ଏକ ଆଶ୍ୱସ୍ତିକର ଖବର। ଦେଶରେ ବେକାରୀ ହାରରେ ସାମାନ୍ୟ ହ୍ରାସ ଘଟିଥିବା ପରିସଂଖ୍ୟାନ ମନ୍ତ୍ରଣାଳୟ…

ପାରିବାରିକ କଳହର କରୁଣ ପରିଣତି, ଶାଶୁ-ଶଳାଙ୍କୁ ଛୁରୀ ଭୁସିଲେ ଜ୍ବାଇଁ

ଲକ୍ଷ୍ନୌ,୧୬ା୩: ଉତ୍ତରପ୍ରଦେଶ ବରେଲି ଜିଲାର ଇଜ୍ଜତନଗର ପୋଲିସ ଷ୍ଟେସନ ଅଞ୍ଚଳର ରାହପୁରା ଚୌଧୁରୀ ଅଞ୍ଚଳରେ ସୋମବାର ଏକ ପାରିବାରିକ ବିବାଦର ସମାଧାନ ପାଇଁ ଏକ ବୈଠକ ବସିଥିଲା…

ଖୁସିଖବର: ଯୁଦ୍ଧ ମଧ୍ୟରେ ଭାରତରେ ପହଞ୍ଚିଲା ଏତେ ମେଟ୍ରିକ ଟନ୍‌ ଗ୍ୟାସ, ଏବେ କମିଯିବ…

ନୂଆଦିଲ୍ଲୀ,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଅନେକ ଦେଶର ଜାହାଜ ହର୍ମୁଜ ପ୍ରଣାଳୀ ପାର୍‌ କରିପାରିନଥିଲେ, କିନ୍ତୁ ଦୁଇଟି ଭାରତୀୟ ଜାହାଜକୁ ଅନୁମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri