Posted inଖେଳ

ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ: ୫୦ ପ୍ରତିଶତ ଦର୍ଶକଙ୍କୁ ଅନୁମତି ଦେବେ ବିସିସିଆଇ

ନୂଆଦିଲ୍ଲୀ,୨୧।୧(ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ ଆଗାମୀ ଇଂଲଣ୍ଡ ବିପକ୍ଷ ଘରୋଇ ଟେଷ୍ଟ ସିରିଜରେ ୫୦ ପ୍ରତିଶତ ଦର୍ଶକଙ୍କୁ ଷ୍ଟାଡିମୟ ଭିତରକୁ ଛଡାଯିବ। ଚେନ୍ନାଇର ଚିପକ୍‌ ଓ ଅହମ୍ମଦାବାଦର ନବନିର୍ମିତ ମୋଟେରା ଷ୍ଟାଡିୟମରେ ଟେଷ୍ଟ ମ୍ୟାଚ୍‌ଗୁଡିକ ଆୟୋଜନ ହେବ। ତେବେ ମ୍ୟାଚ୍‌ ଅବସରରେ ୫୦ ପ୍ରତିଶତ ଦର୍ଶକଙ୍କୁ ମ୍ୟାଚ୍‌ ଦେଖିବା ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଅନୁମତି ଦେଇପାରେ।
ପ୍ରଥମ ଦୁଇଟି ଟେଷ୍ଟ ଚେନ୍ନାଇରେ ଖେଳାଯିବ। ଫେବୃୟାରୀ ୫ ତାରିଖରୁ ପ୍ରଥମ ଟେଷ୍ଟ ଆରମ୍ଭ ହେବ। ସେହିପରି ଅନ୍ତିମ ଦୁଇଟି ଟେଷ୍ଟ ମୋଟେରାରେ ଆୟୋଜନ ହେବ। ଏବେ ୫୦ ପ୍ରତିଶତ ଦର୍ଶକଙ୍କୁ ଅନୁମତି ଦିଆଯାଇପାରେ ବୋଲି ବିସିସିଆଇ ତରଫରୁ କୁହାଯାଇଛି। ଏ ନେଇ ବିସିସିଆଇ ତାମିଲନାଡୁ କ୍ରିକେଟ ଆସୋସିଏଶନ (ଟିଏନ୍‌ସିଏ) ଓ ଗୁଜରାଟ କ୍ରିକେଟ ଆସୋସିଏଶନ (ଜିସିଏ) ଏବଂ ସ୍ବାସ୍ଥ୍ୟ କର୍ତ୍ତୃପକ୍ଷଙ୍କ ସହିତ ଆଲୋଚନା ଜାରି ରଖିଛି ବୋଲି ବିସିସିଆଇର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଯଦି ଚେନ୍ନାଇ ଓ ଅହମ୍ମଦାବାଦରେ କୋଭିଡ୍‌-୧୯ ସମସ୍ୟାରେ ବୃଦ୍ଧି ହୁଏ ତେବେ ପରିସ୍ଥିତି ଅନୁସାରେ ନିଷ୍ପତ୍ତିରେ ପରିବର୍ତ୍ତନ କରାଯାଇପାରେ। ମୋଟେରା ଷ୍ଟାଡିୟମ ବହୁତ ବଡ଼ ହୋଇଥିବାରୁ ଓ ଏଥିରେ ଲକ୍ଷାଧିକ ଦର୍ଶକ ବସିବାର ସୁବିଧା ଥିବାରୁ ସାମାଜିକ ଦୂରତା ରକ୍ଷା କରାଯାଇପାରିବ।
ଅନ୍ୟପଟେ ପ୍ରଥମ ଦୁଇଟି ଟେଷ୍ଟ ପାଇଁ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ଗୁରୁବାର ଦଳ ଘୋଷଣା କରିବାର କାର୍ଯକ୍ରମ ରହିଛି। କାର୍ଯ୍ୟଭାରକୁ ଦୃଷ୍ଟିରେ ରଖି ଗସ୍ତ କରିବାକୁ ଥିବା କୌଣସି ଦଳ ପୂରା ସିରିଜ ପାଇଁ ଦଳ ଘୋଷଣା କରୁନାହିଁ। ଉଲ୍ଲେଖଥାଉ କି, ଚେନ୍ନାଇ ଓ ଅହମ୍ମଦାବାଦ୍‌ରେ ଦୁଇଟି ସ୍ବତନ୍ତ୍ର ବାୟୋ ବବଲ୍‌ ତିଆରି କରାଯାଇଛି। ଦଳଗୁଡିକ ଚାର୍ଟର୍ଡ ଫ୍ଲାଇଟ୍‌ରେ ଯିବା ଆସିବା କରିବେ। ଏହି କାରଣ ଯୋଗୁ ବୋଧହୁଏ ଭାରତ ଭଳି ଇଂଲଣ୍ଡ ପ୍ରଥମ ଦୁଇଟି ଟେଷ୍ଟ ପାଇଁ ଦଳ ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

ଘୋଷଣା ହେଲା ଟି-୨୦ ବିଶ୍ୱକପ୍ ଦଳ: ଗୌତମ ଗମ୍ଭୀରଙ୍କୁ ଚେତାବନୀ ଦେଲେ ପୁର୍ବତନ କ୍ରିକେଟର

ମୁମ୍ବାଇ,୨୦।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହେବା ପୂର୍ବରୁ ପୂର୍ବତନ ଅଲରାଉଣ୍ଡର ଇରଫାନ୍ ପଠାନ୍ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri