Posted inଖେଳ

ଟେଷ୍ଟ ସିରିଜ: ପାକିସ୍ତାନ ବିପକ୍ଷରେ ନ୍ୟୁଜିଲାଣ୍ଡର କ୍ଲିନ୍‌ ସୁଇପ୍‌

ଖ୍ରୀଷ୍ଟଚର୍ଚ୍ଚ, ୭।୧(ଏପି): ଯୁବ ଦ୍ରୁତ ବୋଲର କାଇଲ ଜେମିସନଙ୍କ ଅସାଧାରଣ ପ୍ରଦର୍ଶନ ବଳରେ ନ୍ୟୁଜିଲାଣ୍ଡ ସ୍ଥାନୀୟ ହାଗଲି ଓଭାଲ ଗ୍ରାଉଣ୍ଡରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଭ୍ରମଣକାରୀ ପାକିସ୍ତାନକୁ ବୁଧବାର ଏକ ଇନିଂସ ଓ ୧୭୬ ରନରେ ପରାସ୍ତ କରିଛି। ଫଳରେ ଦୁଇ ମ୍ୟାଚବିଶିଷ୍ଟ ଏହି ସିରିଜରେ ନ୍ୟୁଜିଲାଣ୍ଡ କ୍ଲିନ୍‌ ସୁଇପ୍‌ କରିଛି। ନ୍ୟୁଜିଲାଣ୍ଡ ଏଥିସହିତ ଚଳିତ ଗ୍ରୀଷ୍ମରେ କ୍ରମାଗତ ଦୁଇଟି ଟେଷ୍ଟ ସିରିଜରେ କ୍ଲିନ୍‌ ସୁଇପ୍‌ କରିଛି ଓ ୪ଟି ଟେଷ୍ଟରେ ବିଜୟୀ ହୋଇଛି। ପ୍ରଥମ ଇନିଂସରେ ୫ ଓ ଦ୍ୱିତୀୟ ଇନିଂସରେ ୬ ଉଇକେଟ ହାସଲ କରିଥିବା ଜେମିସନ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଛନ୍ତି। ସେହିପରି ସିରିଜରେ ଦମ୍‌ଦାର ବ୍ୟାଟିଂ ପ୍ରଦର୍ଶନ କରିଥିବା ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନ ପ୍ଲେୟାର ଅଫ୍‌ ଦି ସିରିଜ ବିବେଚିତ ହୋଇଛନ୍ତି। ଗତ ୬ଟି ଟେଷ୍ଟରେ ଏହା ଜେମିସନଙ୍କ ଚତୁର୍ଥ ୫ ଉଇକେଟ ସଫଳତା ସାବ୍ୟସ୍ତ ହୋଇଛି।
ଟସ୍‌ ହାରି ପାକିସ୍ତାନ ପ୍ରଥମ ଇନିଂସରେ ଲଢୁଆ ପ୍ରଦର୍ଶନ କରି ୮୩.୫ ଓଭରରେ ୨୯୭ ରନ ସଂଗ୍ରହ କରିଥିଲା। ଜବାବରେ ନ୍ୟୁଜିଲାଣ୍ଡ ଓ୍ବିଲିୟମସନଙ୍କ ୨୩୮ ରନର ଦ୍ୱିଶତକୀୟ ଇନିଂସ, ହେନେରୀ ନିକୋଲ୍ସଙ୍କ ୧୫୭ ଓ ଡାରିଲ ମିଚେଲଙ୍କ ଅପରାଜିତ ୧୦୨ ରନର ଶତକୀୟ ପାଳି ବଳରେ ୧୫୮.୫ ଓଭରରେ ୬ ଉଇକେଟ ହରାଇ ୬୫୯ ରନ ସଂଗ୍ରହ କରିଥିଲା। ଫଳରେ ପାକିସ୍ତାନ ବୃହତ୍‌ ୩୬୨ ରନରେ ପଛରେ ପଡିଥିଲା। ଏହାପରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ପାକିସ୍ତାନ ମାମୁଲି ବ୍ୟାଟିଂ ପ୍ରଦର୍ଶନ କରି ୮୧.୪ ଓଭରରେ ୧୮୬ ରନ କରି ଅଲ୍‌ଆଉଟ ହୋଇଥିଲା ଓ ଇନିଂସ ପରାଜୟ ବରଣ କରିଥିଲା।
ତୃତୀୟ ଦିନର ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୮/୧ରୁ ପାକିସ୍ତାନ ଖେଳ ଆରମ୍ଭ କରିଥିଲା। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ଆବିଦ ଅଲି ୭ରୁ ଖେଳ ଆରମ୍ଭ କରି ୨୬ ଓ ମହମ୍ମଦ ଆବାସ ୧ରୁ ଖେଳ ଆରମ୍ଭ କରି ମାତ୍ର ୩ ରନ କରି ପ୍ୟାଭିଲିୟନ ଫେରିଥିଲେ। ଏହା ପରେ ଘରୋଇ ଦ୍ରୁତ ବୋଲରଙ୍କ ସମ୍ମୁଖୀନ ହୋଇ ନ ପାରି ନିୟମିତ ବ୍ୟବଧାନରେ ଉଇକେଟ ହରାଇ ପାକିସ୍ତାନ ଅଲ୍‌ଆଉଟ ହୋଇଥିଲା। ଦଳ ତରଫରୁ ଆଝାର ଅଲି ୩୭, ହାରିସ ସୋହେଲ ୧୫, ଫଓ୍ବାଦ ଆଲମ ୧୬, ଅଧିନାୟକ ମହମ୍ମଦ ରିଜଓ୍ବାନ ୧୦, ଫହିମ ଆଶ୍ରଫ ୨୮, ଜାଫର ଗୋହର ୩୭ ରନ କରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ବିଫଳ ହୋଇଥିଲେ। ନ୍ୟୁଜିଲାଣ୍ଡ ତରଫରୁ ଜେମିସନ ସର୍ବାଧିକ ୬, ଟ୍ରେଣ୍ଟ ବୋଲ୍ଟ ୩, କେନ୍‌ ଓ୍ବିଲିୟମସନ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ପାକିସ୍ତାନ ପ୍ରଥମ ଇନିଂସ: ୮୩.୫ ଓଭରରେ ୨୯୭।
ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ: ୧୫୮.୫ ଓଭରରେ ୬୫୯/୬ରେ ଇନିଂସ ଘୋଷଣା
ପାକିସ୍ତାନ ଦ୍ୱିତୀୟ ଇନିଂସ: ୮୧.୪ ଓଭରରେ ୧୮୬ ଅଲ୍‌ଆଉଟ
(ଆବିଦ ଅଲି-୨୬, ଆଝାର ଅଲି- ୩୭, ଫହିମ- ୨୮, ଜାଫର ଗୋହର- ୩୭, ଜେମିସନ-୬/୪୮, ବୋଲ୍ଟ- ୩/୪୩, ଓ୍ବିଲିୟମସନ- ୧/ ୧୬)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଗିଯାଇ କାନ୍ଥରେ ବ୍ୟାଟ୍‌ ପିଟିଦେଲେ ରିଷଭ ପନ୍ତ: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୯।୩; ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପିଟାଲକୁ ୧୨ ରନରେ ପରାସ୍ତ କରିଛି। ଏହିପରି...

ଜାତୀୟ ପିକଲବଲ୍‌ରେ ଓଡ଼ିଶାର ସଫଳତା

ଭୁବନେଶ୍ୱର, ୨୮।୩(ତପନ ସ୍ବାଇଁ):ପିକଲବଲ୍‌ ଆସୋସିଏଶନ ଅଫ୍‌ ଓଡ଼ିଶା ଆନୁକୂଲ୍ୟରେ ଆୟୋଜିତ ପ୍ରଥମ ଜାତୀୟ ପିକଲବଲ୍‌ ଟୁର୍ନାମେଣ୍ଟରେ ଓଡ଼ିଶା ପ୍ରତିଯୋଗୀମାନେ ପ୍ରଦର୍ଶନର ଛାପ ଛାଡ଼ିଛନ୍ତି। ଏହି ସମ୍ମାନଜନକ...

ଲାଟିନ୍‌ ଆମେରିକା ଲିଗ୍‌ରେ ବିଜୟ ପ୍ରଥମ ଭାରତୀୟ

ଚେନ୍ନାଇ,୨୮ା୩(ପି.ଟି.):ଡିଫେଣ୍ଡର ବିଜୟ ଛେତ୍ରୀ ପ୍ରଥମ ଭାରତୀୟ ଖେଳାଳି ଭାବରେ ଏକ ଲାଟିନ୍‌ ଆମେରିକୀୟ କ୍ଲବରେ ସାମିଲ ହେବାକୁ ଯାଉଛନ୍ତି। ଉରୁଗୁଏର କ୍ଲବ କଲୋନା ଏଫ୍‌ସି ସହିତ...

ଭାରତୀୟ ହକି ଦଳକୁ ଓସ୍‌ଜାର ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’

ଭୁବନେଶ୍ବର, ୨୯ା୩ (ବିଜୟ ରଣା):ଭାରତୀୟ ପୁରୁଷ ହକି ଦଳକୁ ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଛି ଓ ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍‌ଜା)। ଗୁରୁବାର ସଂଧ୍ୟାରେ...

ଏହି କ୍ରିକେଟର୍‌ଙ୍କୁ ଚପଲରେ ପିଟିବାକୁ ଚାହୁଁଛନ୍ତି ଯୁବରାଜ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୯।୩: ସନରାଇଜର୍ସ ହାଇଦ୍ରାବାଦ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ହୋଇଥିବା ମ୍ୟାଚରେ ବିସ୍ଫୋରକ ଇନିଂସ ଜରିଆରେ ଅଭିଷେକ ଶର୍ମା ଚର୍ଚ୍ଚାକୁ ଆସିଛନ୍ତି। ସେ ମାତ୍ର ୧୬...

୩ ଦିନ ହେବ ପେନ୍‌କିଲର ନେଉଥିବା ଖେଳାଳି ପଡିଆରେ ସାଜିଲେ ବିଜୟର ହିରୋ

ନୂଆଦିଲ୍ଲୀ,୨୯।୩: ଚଳିତ ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପଟାଲ୍ସକୁ ପରାସ୍ତ କରିଛି। ସଞ୍ଜୁ ସାମସନଙ୍କ ଦଳର ବିଜୟର ରିୟାନ ପରାଗ ଥିଲେ। ସେ...

ଆଇପିଏଲ୍‌ ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି

ନୂଆଦିଲ୍ଲୀ,୨୯।୩: ଦିଲ୍ଲୀ କ୍ୟାପଟାଲ୍ସ ବିପକ୍ଷରେ ରିୟାନ ପରାଗ ଏକ ଚମତ୍କାର ଇନିଂସ ଖେଳିଥିଲେ। ରିୟାନ ପାରାଗ ୪୫ ବଲରେ ୮୪ ରନ ସଂଗ୍ରହ କରିଥିଲେ। ଏହି...

ରାଜସ୍ଥାନର କ୍ରମାଗତ ଦ୍ୱିତୀୟ ବିଜୟ

ଜୟପୁର,୨୮ା୩: ଜୟପୁରର ସଓ୍ବାଇ ମାନସିଂ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ୯ତମ ଆଇପିଏଲ୍‌ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୧୨ ରନ୍‌ରେ ହରାଇ କ୍ରମାଗତ ଦ୍ୱିତୀୟ ବିଜୟୀ ହୋଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri