ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ୪-ଟି ମନ୍ତ୍ର ଦେଲେ ମୋଦି

ନୂଆଦିଲ୍ଲୀ,୧୬।୭: ଦେଶରେ କେତେକ ରାଜ୍ୟରେ ଲଗାତର ଭାବେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଉଛି। ଯାହାକୁ ନେଇ କେନ୍ଦ୍ର ସରକାର ଚିନ୍ତା ପ୍ରକଟ କରିଛନ୍ତି। ଇତିମଧ୍ୟରେ କରୋନା ସଂକ୍ରମଣ ସ୍ଥିତିକୁ ନେଇ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୬ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିଥିଲେ। ଏହି ଭର୍ଚୁଆଲ ବୈଠକରେ ତାମିଲନାଡ଼ୁ, ଓଡ଼ିଶା, ଆନ୍ଧ୍ର ପ୍ରଦେଶ, କର୍ନାଟକ, କେରଳ ଓ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ସାମିଲ ହୋଇଥିଲେ। ଏଥିରେ ସମ୍ଭାବ୍ୟ କରୋନାର ତୃତୀୟ ଲହର ଏବଂ କିଛି ରାଜ୍ୟରେ ସଂକ୍ରମଣ ବୃଦ୍ଧିକୁ ନେଇ ଆଲୋଚନା ହୋଇଥିଲା। ସମ୍ଭାବ୍ୟ କରୋନା ତୃତୀୟ ଲହରକୁ ରୋକିବା ପାଇଁ କଡ଼ା ପଦକ୍ଷେପ ଗ୍ରହଣ କରିବାକୁ ପ୍ରଧାନମନ୍ତ୍ରୀ ରାଜ୍ୟସରକାରଙ୍କୁ ପରାମର୍ଶ ଦେଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀମାନଙ୍କୁ ମୋଦି ୪-ଟି ମନ୍ତ୍ର ଦେଇଛନ୍ତି। ଟେଷ୍ଟ, ଟ୍ରାକ, ଟ୍ରିଟ୍‌ ଓ ଟିକା ଉପରେ ଗୁରୁତ୍ୱ ଦେବାକୁ ମୋଦି କହିଛନ୍ତି। ଅନ୍ୟ ରାଜ୍ୟ ତୁଳାନାରେ କରୋନା ସ୍ଥିତି ଅପେକ୍ଷାକୃତ ଏହି ସବୁ ରାଜ୍ୟରେ ଅଧିକ ଥିବାରୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଉପରେ ଧ୍ୟାନ ଦିଆଯିବା ଦେବାକୁ ମୋଦି ମୁଖ୍ୟମନ୍ତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି। ଏଥିସହ ଦେଶର ସବୁ ରାଜ୍ୟଗୁଡ଼ିକରେ ଆଇସିୟୁ ଶଯ୍ୟା ସଂଖ୍ୟା ବଢ଼ାଯିବା ସହ ସବୁ ରାଜ୍ୟରେ ଦୈନିକ ଟେଷ୍ଟିଂ କ୍ଷମତା ବୃଦ୍ଧି କରାଯାଉ। ଯେଉଁ ଜିଲାମାନଙ୍କରେ ପଜିଟିଭ୍‌ ହାର ଯେତେ ଅଧିକ, ସେହି ଜିଲା ଉପରେ ସେତିକି ଅଧିକ ଫୋକସ କରାଯାଉ। ତେବେ ସଂକ୍ରମଣ ଚେନ୍‌କୁ ଭାଙ୍ଗି ହେବ ବୋଲି ମୋଦି କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ବିଶେଷଜ୍ଞମାନଙ୍କ ମତରେ ଅଧିକ ସମୟ ଧରି ଲଗାତାର ସଂକ୍ରମଣ ବଢ଼ିଲେ କରୋନା ଭାଇରସ୍‌ରେ ପରିବର୍ତ୍ତନର ଆଶଙ୍କା ଅଧିକ ରହିଛି। ଏଥିସହ ନୂଆ ଭାରିଏଣ୍ଟର ବିପଦ ବି ବଢ଼ିଯିବ। ତେଣୁ ତୃତୀୟ ଲହର ସଂକ୍ରମଣକୁ ରୋକିବା ପାଇଁ ଏବେଠାରୁ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବା ଆବଶ୍ୟକ ବୋଲି ଉକ୍ତ ବୈଠକରେ ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri