ଟେଷ୍ଟିଂ, ଟ୍ରେସିଂ, ଭାକ୍ସିନେଟିଂ ଜୋର୍‌ଦାର

ଭୁବନେଶ୍ୱର, ୧୬।୩(ବ୍ୟୁରୋ): ଦେଶରେ କରୋନାର ନୂଆ ରୂପ କାୟା ବିସ୍ତାର କରିଚାଲିଥିବାରୁ ଓଡ଼ିଶାକୁ ଯେପରି ପଶି ନ ପାରିବ ସେଥିପାଇଁ ସରକାର ସବୁ ସ୍ତରରୁ ଉଦ୍ୟମ ଆରମ୍ଭ କରିଛନ୍ତି। ଆଗକୁ ରାଜ୍ୟରେ ସଂକ୍ରମଣ ବଢ଼ିବା ସମ୍ଭାବନା ରହିଥିବା ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କହିବା ପରେ ଏହାକୁ ଏଡ଼ାଇବା ପାଇଁ ଆଗୁଆ ପଦକ୍ଷେପ ଆରମ୍ଭ ହୋଇଛି। ଟେଷ୍ଟିଂ, ଟ୍ରେସିଂ ଓ ଭାକ୍ସିନେଟିଂକୁ ଜୋର୍‌ଦାର କରିବା ସହ ଆଉଏକ ମହାଲଢ଼େଇ ପାଇଁ ପ୍ରସ୍ତୁତି ଚାଲିଥିବା ସୂଚନା ମିଳିଛି। ରାଜ୍ୟରେ ଦିନକୁ ୭,୩୦୦ ଆର୍‌ଟିପିସିଆର ଟେଷ୍ଟ କରିବାକୁ ନିଷ୍ପତ୍ତି ହୋଇଥିବାବେଳେ ସ୍ଥିତିର ତଦାରଖ କରିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସ୍ବତନ୍ତ୍ର ସଚିବ ଡା. ଅଜିତ କୁମାର ମହାନ୍ତିଙ୍କୁ ଦାୟିତ୍ୱ ଦିଆଯାଇଛି। ଏ ନେଇ ସୋମବାର ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସେରୋ ସର୍ଭେ ପାଇଁ ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶକଙ୍କୁ ପ୍ରସ୍ତାବ ଦିଆଯାଇଛି। ସମ୍ବଲପୁର, ରାଉରକେଲା, କଟକ, ଭୁବନେଶ୍ୱର, ପୁରୀରେ ସେରୋ ସର୍ଭେ ହେବ। ସେହିପରି ଦେବଗଡ଼ ଓ ନୟାଗଡ଼ରେ ଆର୍‌ଟିପିସିଆର ଟେଷ୍ଟିଂ ଲାବରେଟୋରି ତୁରନ୍ତ ଖୋଲାଯିବ। ଆବଶ୍ୟକ ଟେଷ୍ଟିଂ କିଟ୍‌ କିଣିବା ପାଇଁ ରାଜ୍ୟ ଔଷଧ ନିଗମକୁ କୁହାଯାଇଥିବାବେଳେ ବାହାରୁ ଆସୁଥିବା ସମସ୍ତ ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ଏନେଇ ସ୍ବତନ୍ତ୍ର ଗାଇଡ୍‌ଲାଇନ ପ୍ରସ୍ତୁତ କରାଯାଇ ସମସ୍ତ ଜିଲାପାଳ ଓ ସିଡ଼ିଏମ୍‌ଓଙ୍କୁ ପଠାଯାଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।
ସେପଟେ ରବିବାର ଓ ଛୁଟିଦିନ ବ୍ୟତୀତ ଅନ୍ୟସବୁ ଦିନ ଟିକାକରଣ ହେବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ବୟସ୍କଙ୍କ ଟିକାକରଣକୁ ତ୍ୱରାନ୍ବିତ କରାଯିବ। ପ୍ରତିଦିନ ୧ ଲକ୍ଷ ବରିଷ୍ଠ ନାଗରିକଙ୍କୁ ଟିକାଦାନ ଲକ୍ଷ୍ୟ ରଖାଯାଇଛି। ଏହାକୁ ବଢ଼ାଇବାକୁ ଆବଶ୍ୟକ ଭିତ୍ତିଭୂମିକୁ ଉନ୍ନତ କରାଯିବ। ବର୍ତ୍ତମାନ ରାଜ୍ୟରେ ୭୦୦ ଟିକାକରଣ କେନ୍ଦ୍ର ଚାଲୁଛି। ଏହାକୁ ୧ ହଜାରକୁ ବୃଦ୍ଧି କରାଯିବ। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୯୧% ସ୍ବାସ୍ଥ୍ୟ କର୍ମୀ ଓ ୮୦% ସମ୍ମୁଖ ଯୋଦ୍ଧା ଟିକା ନେଇଥିବା ସେ ସୂଚନା ଦେଇଛନ୍ତି।
ଅପରପକ୍ଷରେ ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାର ସମ୍ଭାବନା ରହିଛି ବୋଲି କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର। ସେ କହିଛନ୍ତି, ଅନ୍‌ଲକ୍‌ ଯୋଗୁ ଯାତାୟାତ ବୃଦ୍ଧି ପାଇଛି ଓ ଲୋକେ ସାମାନ୍ୟ ଢିଲା ହୋଇଛନ୍ତି। କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ କରୋନା ନିୟନ୍ତ୍ରଣାଧୀନ ଅଛି। ହେଲେ ଗତ ୨ମାସ ଭିତରେ ସାରା ଦେଶରେ ସଂକ୍ରମଣ କିଛି ପରିମାଣରେ ବଢ଼ିଛି। ୨୪ ଘଣ୍ଟାରେ ୨୪ ହଜାରରୁ ଅଧିକ ନୂଆ କେସ୍‌ ସାରା ଦେଶରୁ ବାହାରୁଛି। ତେଣୁ ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବା ସମ୍ଭାବନା ରହିଛି। ସର୍ଭେଲାନ୍ସ ବୃଦ୍ଧି କରିବାକୁ ଆମେ ଚେଷ୍ଟା କରୁଛୁ। ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ନିର୍ଦ୍ଦିଷ୍ଟ ୫ ରାଜ୍ୟର ସ୍ଥିତିକୁ ଦେଖି ଆମକୁ ସଚେତନ ହେବାକୁ ପଡ଼ିବ। ଟେଷ୍ଟିଂ, ଟ୍ରେସିଂକୁ ଜୋର୍‌ଦାର କରାଯାଇଛି। ବିଦେଶ ଓ ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କ ଉପରେ ନଜର ରଖାଯାଇଛି। ଏହା ଦ୍ୱିତୀୟ ଲହର ନୁହେଁ, ବରଂ କିଛିଦିନ ପରେ ଏହି ସଂଖ୍ୟା ପୁଣି ଥରେ ଖସିବ। କିନ୍ତୁ ଲୋକଙ୍କୁ ସତର୍କ ଓ ସଚେତନ ହୋଇ ନିୟମ ପାଳନ କରିବାକୁ ପଡ଼ିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri