ଟେକ୍ସାସ ଗୁଳିକାଣ୍ଡରେ ୨୧ ମୃତ, ୩ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କଲେ ରାଷ୍ଟ୍ରପତି

ଟେକ୍ସାସ,୨୫ ।୫: ଆମେରିକାର ଟେକ୍ସାସରେ ଥିବା ଏକ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ସକାଳେ(ସ୍ଥାନୀୟ ସମୟ ଅନୁସାରେ) ଜଣେ ୧୮ ବର୍ଷିୟ ବାଳକ ହଠାତ୍ ଆଖିବୁଜା ଗୁଳିଚାଳନା କରିବାରୁ ୧୮ ଜଣ ଶିଶୁ ଓ ୩ ଜଣ ବୟସ୍କଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଆମେରିକା ମିଡିଆ ଟେକ୍ସାସ ଗଭର୍ନର ଗ୍ରେଗ ଏର୍ବାଟଙ୍କ ସୂଚନା ଅନୁଯାୟୀ, ରାଁବ ପ୍ରାଥମିକ ବିଦ୍ୟାଳୟରେ ହୋଇଥିବା ଗୁଳିକାଣ୍ଡରେ ଡଜନେରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି । ତେବେ ପୋଲିସର ପାଲଟା ଆକ୍ରମଣରେ ଆକ୍ରମଣକାରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ କହିଛନ୍ତି ରାଁବ ଏଲିମେଣ୍ଟାରୀ ସ୍କୁଲରେ ହୋଇଥିବା ଗୁଳିକାଣ୍ଡ ଅତ୍ୟନ୍ତ ଦୁଃଖଦାୟକ । ଏହି ଘଟଣାରେ ମୃତ ଲୋକଙ୍କ ସମ୍ମାନ ଉଦ୍ଦେଶ୍ୟରେ ସମସ୍ତ ସେନା, ନୌସେନା ଜାହାଜ, ଷ୍ଟେଶନ ସମେତ ବିଦେଶରେ ଥିବା ସମସ୍ତ ଆମେରିକା ଦୂତାବାସ ଓ ଅନ୍ୟ କାର୍ଯ୍ୟାଳୟରେ ୨୮ ମେ’ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଜାତୀୟ ପତାକାକୁ ଅର୍ଦ୍ଧ ନମିତ କରି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟପଟେ ରାଷ୍ଟ୍ରପତି ବାଇଡେନ ଟେକ୍ସାସର ଗଭର୍ନର ଗ୍ରେଗ ଏର୍ବାଟଙ୍କ ସହ କଥା ହୋଇଛନ୍ତି, ଯାହାଫଳରେ ସ୍କୁଲରେ ହୋଇଥିବା ଗୁଳିକାଣ୍ଡରେ ସହାୟତା କରାଯାଇ ପାରିବ ।


Enter your email to get our daily news in your inbox.

All Right Reserved By Dharitri.Com

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?