ପାଠ୍ୟପୁସ୍ତକ ତ୍ରୁଟି: ଆସନ୍ତାବର୍ଷକୁ ଆଉ ଭୁଲ୍‌ ହେବନି କହିଲେ SCERT ନିର୍ଦ୍ଦେଶିକା

ଭୁବନେଶ୍ୱର,୧୮ା୬: ପାଠ୍ୟ ପୁସ୍ତକ ତ୍ରୁଟିକୁ ନେଇ SCERT ନିର୍ଦ୍ଦେଶିକା କହିଛନ୍ତି ଏଥର ଭୁଲ୍‌ ହୋଇଯାଇଛି। ଆସନ୍ତା ବର୍ଷକୁ ଭୁଲ ହେବନି ବୋଲି ପ୍ରତିଶ୍ରୁତି ଦେଇଛନ୍ତି ନିର୍ଦ୍ଦେଶିକା। ଡିଇଓମାନଙ୍କୁ ଏ ବାବଦରେ ଚିଠି ମାଧ୍ୟମରେ ଜଣାଇ ଦିଆଯାଇଛି। ଛୋଟ ପିଲାଙ୍କ ବହିରେ ଶିକ୍ଷକମାନଙ୍କୁ ସଂଶୋଧନ କରିବାକୁ କୁହାଯାଇଛି। ବଡ଼ ପିଲା ଶିକ୍ଷକଙ୍କ ସାହାଯ୍ୟରେ ବହିରେ ନିଜେ ତ୍ରୁଟି ସଂଶୋଧନ କରିବେ। ତେବେ ୨୦୨୭-୨୮ ଶିକ୍ଷା ବର୍ଷରୁ ନୂଆ ବହି ଛପା ହେଲେ ଆଉ ଭୁଲ୍‌ ରହିବନି ବୋଲି ନିର୍ଦ୍ଦେଶିକା କହିଛନ୍ତି।

ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ।

ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଏବଂ ବିଭିନ୍ନ ବିଭାଗୀୟ ବରିଷ୍ଠ ଅଧିକାରୀଙ୍କୁ ନେଇ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଏହି ତ୍ରୁଟି ସୁଧାରିବା ପାଇଁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ନିଷ୍ପତ୍ତି ନେଇଥିଲେ। ଏହି ପରିପ୍ରେକ୍ଷୀରେ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ୩ ଜଣିଆ କମିଟି ଗଠନ କରାଯାଇ ଏହି ତ୍ରୁଟି ପାଇଁ କେଉଁ ଅଧିକାରୀ/ସଂସ୍ଥା ଦାୟୀ ତାହା ନିର୍ଣ୍ଣନ କରିବା ପାଇଁ ବୈଠକରେ ମୁଖମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

୭ ଦିନ ମଧ୍ୟରେ ଏହି କମିଟି ରିପୋର୍ଟ ଦାଖଲ କରିବେ ଏବଂ କମିଟିର ରିପୋର୍ଟ ଆଧାରରେ ଦାୟୀ ଅଧିକାରୀ/ସଂସ୍ଥା ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କଡ଼ା ନିର୍ଦ୍ଦେଶ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?