ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ ନାହିଁ। ଏହାକୁ ନେଇ ସରକାରଙ୍କୁ କଡ଼ା ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଥିବାବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ଆନ୍ଦୋଳନ ତେଜି ଉଠିଛି। ବରଗଡ଼ରେ ମଧ୍ୟ ଏହାର ପ୍ରଭାବ ପଡ଼ିଛି। ବୁଧବାର ଭାରତ ମୁକ୍ତିମୋର୍ଚ୍ଚା ଏବଂ ଭାରତୀୟ ବିଦ୍ୟାର୍ଥୀ ପରିଷଦ, ବରଗଡ଼ ଜିଲା ଶାଖା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଦାବିପତ୍ରରେ ୧୦ଦଫା ଦାବି ହୋଇଛି। ନୂତନ ଶିକ୍ଷାନୀତି ୨୦୨୦ ଦ୍ୱାରା ପ୍ରକାଶିତ ସମ୍ପୁର୍ଣ୍ଣ ପାଠ୍ୟପୁସ୍ତକର ପାଠ ପ୍ରତ୍ୟାହାର କରି ପୁରୁଣା ପାଠ୍ୟପୁସ୍ତକ ଦ୍ୱାରା ଛାତ୍ରୀଛାତ୍ରଙ୍କୁ ପଢ଼ାଇବା, ପାଠ୍ୟପୁସ୍ତକ ଦାୟିତ୍ୱରେ ରହିଥିବା ସମସ୍ତ ଅଧିକାରୀ, ଏଜେନ୍ସି ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା, ଖାଲି ପଡ଼ିଥିବା ଶିକ୍ଷକ ପଦବୀ ପୂରଣ, ପଛୁଆବର୍ଗ ଛାତ୍ରୀଛାତ୍ରଙ୍କୁ ମେଡ଼ିକାଲ, ଇଞ୍ଜିନିୟରିଂ କ୍ଷେତ୍ରରେ ୨୭ପ୍ରତିଶତ ସଂରକ୍ଷଣ, ଅତିଥି ଶିକ୍ଷକଙ୍କୁ ଉଚ୍ଛେଦ କରି ସ୍ଥାୟୀ ଶିକ୍ଷକ ନିଯୁକ୍ତି ଆଦି ଦାବି ସେଥିରେ ରହିଛି। ଉପରୋକ୍ତ ଦାବି ସମୂହ ପୂରଣ ନ ହେଲେ ଆନ୍ଦୋଳନକୁ ଓହ୍ଲାଇବା ପାଇଁ ଦାବିପତ୍ରରେ ଚେତାବନୀ ଦିଆଯାଇଛି। ସେହିପରି ମଙ୍ଗଳବାର ବରଗଡ଼ର କୋସଲ ସେନା ପକ୍ଷରୁ ମଧ୍ୟ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ପ୍ରକାଶନର ଉଚ୍ଚସ୍ତରୀୟ ତଦନ୍ତ, ବିଭାଗୀୟ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ, ପାଠ୍ୟପୁସ୍ତକର ତ୍ରୁଟି ସଂଶୋଧନ କରି ତୁରନ୍ତ ଛାତ୍ରୀଛାତ୍ରୀଙ୍କୁ ସଂଶୋଧିକ ପାଠ୍ୟପୁସ୍ତକ ପ୍ରଦାନ, ପାଠ୍ୟପୁସ୍ତକ ପ୍ରକାଶନ ପୂର୍ବରୁ ଭାଷାବିତ୍‌, ବିଷୟ ବିଶେଷଜ୍ଞ, ଅଭିଜ୍ଞ ଶିକ୍ଷାବିତ୍‌, ଶିକ୍ଷକଙ୍କ ଦ୍ୱାରା ତାହା ଯାଞ୍ଚ କରିବା, ଜନସାଧାରଣଙ୍କୁ ପାଠ୍ୟପୁସ୍ତକ ତ୍ରୁଟି ଘଟଣାର ସ୍ପଷ୍ଟୀକରଣ ଦେବା ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ପାଇଁ ଦାବିପତ୍ରରେ ଦାବି ହୋଇଛି। ଦାବି ପୂରଣ ନ ହେଲେ କୌଣସି ମୁହୂର୍ତ୍ତରେ କୋସଲ ସେନା ଆନ୍ଦୋଳନକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛି। ଦାବିପତ୍ର ପ୍ରଦାନ ସମୟରେ କୋସଲ ସେନାର ବିରବଲ ମହାକୁଡ଼ଙ୍କ ସମେତ ରମେଶ ମହାପାତ୍ର, ଜ୍ଞାନେନ୍ଦ୍ର ବେହେରା, ଚନ୍ଦନ ବାରିକ, ରୋହନ ପ୍ରଧାନ, ଠାକୁର ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?