Posted inଜାତୀୟ

ଜନଜାତି ଭାଷାରେ ଉଚ୍ଚ ଶିକ୍ଷା ପାଇଁ ଉପଲବ୍ଧ ହେବ ପାଠ୍ୟ ପୁସ୍ତକ, ୟୁଜିସି କରିବ ଅନୁବାଦ…

ନୂଆଦିଲ୍ଲୀ,୨୨।୧୨ : କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ଉଚ୍ଚଶିକ୍ଷା ପାଇଁ ପୁସ୍ତକ ୧୨ଟି ଭାରତୀୟ ଭାଷାରେ ତଥା ଆଦିବାସୀ ଭାଷାରେ ଉପଲବ୍ଧ ହେବ। ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସ) ଏସବୁର ଅନୁବାଦ କରିବ। ସେ କେନ୍ଦ୍ର ସରକାରଙ୍କ ଆଦିବାସୀ କଲ୍ୟାଣ ଯୋଜନା ବିଷୟରେ ଆଲୋଚନା କରି ଏସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି।

ସେ କହିଛନ୍ତି ଯେ ଜାତୀୟ ଶିକ୍ଷା ନୀତି (ଏନଇପି) ଅଧୀନରେ ସ୍ଥାନୀୟ ଭାଷାରେ ଶିକ୍ଷାକୁ ପ୍ରୋତ୍ସାହିତ କରାଯାଉଛି ଯାହା ଆଦିବାସୀ ସମ୍ପ୍ରଦାୟ ପାଇଁ ମଧ୍ୟ ଲାଭଦାୟକ ହେବ। ବିଦ୍ୟାଳୟ ଶିକ୍ଷା ଏବଂ ଇଞ୍ଜିନିୟରିଂ କଲେଜଗୁଡ଼ିକରେ ଆଦିବାସୀ ଭାଷାରେ ଏନସିଇଆରଟି ପ୍ରଥମ ବର୍ଷର ପାଠ୍ୟ ପୁସ୍ତକ ଯୋଗାଇବା କାର୍ଯ୍ୟ ଦ୍ରୁତ ଗତିରେ ଚାଲିଛି। ଦୁଇଟି ଆଦିବାସୀ ବିଶ୍ୱବିଦ୍ୟାଳୟ ମଧ୍ୟ ଏହା ଆରମ୍ଭ ହୋଇଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଆଦିବାସୀ କଲ୍ୟାଣ ପାଇଁ ବଜେଟକୁ ଯଥେଷ୍ଟ ବୃଦ୍ଧି କରିଛନ୍ତି। ୨୦୧୪ ମସିହାରେ, ପ୍ରାୟ ୧୮ ହଜାର କୋଟିର ବଜେଟ ବ୍ୟବସ୍ଥା କରାଯାଇଥିଲା, ଯାହା ସମ୍ପ୍ରତି ୯୧ ହଜାର କୋଟିରୁ ଅଧିକ ହୋଇଛି। ଏହା ସହିତ ସମଗ୍ର ଦେଶରେ ୧୦ ଟି ଆଦିବାସୀ ସଂଗ୍ରହାଳୟ ମଧ୍ୟ ଖୋଲାଯାଇଛି।

ପ୍ରଧାନମନ୍ତ୍ରୀ ଗ୍ରାମ ଯୋଜନା ଅଧୀନରେ, ୫୦ ପ୍ରତିଶତରୁ ଅଧିକ ଆଦିବାସୀ ଜନସଂଖ୍ୟା ବିଶିଷ୍ଟ ୩୪,୬୨୮ ଟି ଗ୍ରାମ ମୌଳିକ ସୁବିଧା ସହିତ ସଂଯୁକ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri