Posted inଜାତୀୟ

ଜନଜାତି ଭାଷାରେ ଉଚ୍ଚ ଶିକ୍ଷା ପାଇଁ ଉପଲବ୍ଧ ହେବ ପାଠ୍ୟ ପୁସ୍ତକ, ୟୁଜିସି କରିବ ଅନୁବାଦ…

ନୂଆଦିଲ୍ଲୀ,୨୨।୧୨ : କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ଉଚ୍ଚଶିକ୍ଷା ପାଇଁ ପୁସ୍ତକ ୧୨ଟି ଭାରତୀୟ ଭାଷାରେ ତଥା ଆଦିବାସୀ ଭାଷାରେ ଉପଲବ୍ଧ ହେବ। ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସ) ଏସବୁର ଅନୁବାଦ କରିବ। ସେ କେନ୍ଦ୍ର ସରକାରଙ୍କ ଆଦିବାସୀ କଲ୍ୟାଣ ଯୋଜନା ବିଷୟରେ ଆଲୋଚନା କରି ଏସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି।

ସେ କହିଛନ୍ତି ଯେ ଜାତୀୟ ଶିକ୍ଷା ନୀତି (ଏନଇପି) ଅଧୀନରେ ସ୍ଥାନୀୟ ଭାଷାରେ ଶିକ୍ଷାକୁ ପ୍ରୋତ୍ସାହିତ କରାଯାଉଛି ଯାହା ଆଦିବାସୀ ସମ୍ପ୍ରଦାୟ ପାଇଁ ମଧ୍ୟ ଲାଭଦାୟକ ହେବ। ବିଦ୍ୟାଳୟ ଶିକ୍ଷା ଏବଂ ଇଞ୍ଜିନିୟରିଂ କଲେଜଗୁଡ଼ିକରେ ଆଦିବାସୀ ଭାଷାରେ ଏନସିଇଆରଟି ପ୍ରଥମ ବର୍ଷର ପାଠ୍ୟ ପୁସ୍ତକ ଯୋଗାଇବା କାର୍ଯ୍ୟ ଦ୍ରୁତ ଗତିରେ ଚାଲିଛି। ଦୁଇଟି ଆଦିବାସୀ ବିଶ୍ୱବିଦ୍ୟାଳୟ ମଧ୍ୟ ଏହା ଆରମ୍ଭ ହୋଇଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଆଦିବାସୀ କଲ୍ୟାଣ ପାଇଁ ବଜେଟକୁ ଯଥେଷ୍ଟ ବୃଦ୍ଧି କରିଛନ୍ତି। ୨୦୧୪ ମସିହାରେ, ପ୍ରାୟ ୧୮ ହଜାର କୋଟିର ବଜେଟ ବ୍ୟବସ୍ଥା କରାଯାଇଥିଲା, ଯାହା ସମ୍ପ୍ରତି ୯୧ ହଜାର କୋଟିରୁ ଅଧିକ ହୋଇଛି। ଏହା ସହିତ ସମଗ୍ର ଦେଶରେ ୧୦ ଟି ଆଦିବାସୀ ସଂଗ୍ରହାଳୟ ମଧ୍ୟ ଖୋଲାଯାଇଛି।

ପ୍ରଧାନମନ୍ତ୍ରୀ ଗ୍ରାମ ଯୋଜନା ଅଧୀନରେ, ୫୦ ପ୍ରତିଶତରୁ ଅଧିକ ଆଦିବାସୀ ଜନସଂଖ୍ୟା ବିଶିଷ୍ଟ ୩୪,୬୨୮ ଟି ଗ୍ରାମ ମୌଳିକ ସୁବିଧା ସହିତ ସଂଯୁକ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri