ପାଠ୍ୟପୁସ୍ତକରେ ରହିବ ବାର୍‌କୋଡ୍‌

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): ପ୍ରଥମରୁ ଅଷ୍ଟମଶ୍ରେଣୀ ପର୍ଯ୍ୟନ୍ତ ତ୍ରୁଟିପୂର୍ଣ୍ଣ ପୁସ୍ତକଗୁଡ଼ିକୁ କିପରି ତ୍ରୁଟିଶୂନ୍ୟ କରାଯାଇ ପିଲାଙ୍କ ପାଖରେ ପହଞ୍ଚାଯିବ ସେନେଇ ବିକଳ୍ପ ସମ୍ପର୍କରେ ସୋମବାର ଲୋକସେବା ଭବନରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏକ ଉଚ୍ଚସ୍ତରୀୟ ବୈଠକ କରିଥିବା ସୂଚନା ମିଳିଛି। ବୈଠକରେ ବିଭାଗୀୟ ସଚିବ ଏନ୍‌. ଥିରୁମାଳା ନାଏକ, ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶିକା ଅନନ୍ୟା ଦାସ ଏବଂ ଏସ୍‌ସିଇଆର୍‌ଟି ନିର୍ଦ୍ଦେଶିକା ମଧୁସ୍ମିତା ସାହୁଙ୍କ ସମେତ ଅନ୍ୟ ଅଧିକାରୀ ଉପସ୍ଥିତ ଥିଲେ। ସମ୍ପାଦନା ମଣ୍ଡଳୀ ଦ୍ୱାରା ତ୍ରୁଟିପୂର୍ଣ୍ଣ ପୁସ୍ତକକୁ ସଂଶୋଧନ କରାଯାଉଛି। ସଂଶୋଧିତ ବହିର କିଛି କପି ଛପାଇବାକୁ ଯୋଜନା ଚାଲିଥିବାବେଳେ ସେହି ପୁସ୍ତକରେ ଡିଜିଟାଲ୍‌ ବାର୍‌କୋଡ୍‌ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ସେହି ବାର୍‌କୋଡ୍‌କୁ ସ୍କାନ୍‌ କରିବା ପରେ ସଂଶୋଧିତ ପୁସ୍ତକର ସଫ୍ଟ କପି ମିଳିବ, ଯାହାକୁ ପ୍ରିଣ୍ଟ କରି ଶିକ୍ଷୟିତ୍ରୀଶିକ୍ଷକ ପିଲାଙ୍କୁ ପଢ଼ାଇପାରିବେ। ଏହି ବହିକୁ ଛାତ୍ରୀଛାତ୍ର ଓ ଅଭିଭାବକ ମଧ୍ୟ ଡାଉନଲୋଡ୍‌ କରିପାରିବେ। ଅପରପକ୍ଷରେ ରାଜ୍ୟର ବହୁ ଅଞ୍ଚଳରେ ଏବେଯାଏ ମଧ୍ୟ ଠିକ୍‌ ଭାବେ ଇଣ୍ଟରନେଟ ସୁବିଧା ନାହିଁ। ସବୁ ପିଲାଙ୍କ ନିକଟରେ ସ୍ମାର୍ଟଫୋନ ନ ଥିବାରୁ ସେମାନେ କିଭଳି ଏହି ବହି ଡାଉନ୍‌ଲୋଡ କରିବେ ବୋଲି ଶିକ୍ଷାବିତ୍‌ମାନେ ପ୍ରଶ୍ନ ଉଠାଇଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ଖୋଲା ଆକାଶ ତଳେ ପଡିରହିଛି ଧାନ: ମାଡ଼ି ଆସିଲା ବର୍ଷା

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଚାଷକାର୍ଯ୍ୟ ଆରମ୍ଭ କରିବା ସମୟ ଆସି ଯାଇଛି। ହେଲେ ଟୋକନ ସମସ୍ୟା ଯୋଗୁ ଏପର୍ଯ୍ୟନ୍ତ ରବିରେ ଅମଳ ଧାନକୁ ଅନେକ ଚାଷୀ ବିକ୍ରି…

କାତାରରେ ବିସ୍ଫୋରଣ: ୧୨ ଭାରତୀୟଙ୍କ ସମେତ ୧୩ ମୃତ

ଦୁବାଇ,୨୩ା୬(ପି.ଟି.): କାତାରର ରାସ୍‌ ଲାଫାନ୍‌ ଶିଳ୍ପାଞ୍ଚଳ ସହରରେ ଥିବା ଏକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟି ୧୨ ଭାରତୀୟଙ୍କ ସମେତ ୧୩ ଜଣ ପ୍ରାଣ ହରାଇଛନ୍ତି। ରବିବାର ସନ୍ଧ୍ୟାରେ ଶିଳ୍ପାଞ୍ଚଳ…

ଦିଲ୍ଲୀ ବନ୍ୟା ମୁକାବିଲାରେ ସାହାଯ୍ୟ କରୁଛି ‘ଆରାବଳୀ’

ନୂଆଦିଲ୍ଲୀ,୨୩ା୬: ଦେଶର ରାଜଧାନୀ ଦିଲ୍ଲୀରେ ମୌସୁମୀ ବର୍ଷା ଆରମ୍ଭ ହେବାକୁ ଥିବାବେଳେ ସହରକୁ ବନ୍ୟା ଓ ଜଳବନ୍ଦୀ ସମସ୍ୟାରୁ ରକ୍ଷା କରିବା ପାଇଁ ଆରାବଳୀ ବାୟୋଡାଇଭର୍ସିଟି ପାର୍କ…

ବାପୁନର ବିଚାର

ପୁଅର ରେଜଲ୍ଟ ଭଲ ହୋଇଥିବା ଖୁସିରେ ଡାକ୍ତର ବନ୍ଧୁ ସୁରେଶବାବୁ ଆୟୋଜନ କରିଥିବା ଗୋଟେ ପାରିବାରିକ ଉତ୍ସବରେ ସାମିଲ ହେବାକୁ ପହଞ୍ଚିଲା ବେଳକୁ ଦେଖିଲି ଯେ ଖୁସି…

ତ୍ରୁଟିପୂର୍ଣ୍ଣ ଉପହାର ପ୍ରତ୍ୟାହାର ହେଉ

କୋମଳମତି ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ବଳିଷ୍ଠ, ପୁଷ୍ଟ ଓ ପ୍ରଭାବିତ କରିବାରେ ପାଠ୍ୟପୁସ୍ତକର ଅନିବାର୍ଯ୍ୟ ଭୂମିକା ସର୍ବଜନଗ୍ରାହ୍ୟ। ମାସକ ପୂର୍ବରୁ ୭ମ ଶ୍ରେଣୀର ଓଡ଼ିଆ ପାଠ୍ୟପୁସ୍ତକରେ ଥିବା ତ୍ରୁଟି…

ଦାଦନ ଖଟିବାକୁ ଯାଇଥିଲେ ଗୋଆ, ୪ ମହଲା କୋଠାରୁ ଖସି ପଡ଼ି ଚାଲିଗଲା ଗଣେଶଙ୍କ ଜୀବନ

ମୋହନା, ୨୩।୬( ମନ୍ମଥ ମିଶ୍ର ): ଦାଦନ ଖଟିବାକୁ ଯାଇଥିଲେ ଗୋଆ । ହେଲେ ୪ ମହଲା ଅଟ୍ଟାଳିକାରୁ ତଳକୁ ଖସି ପଡ଼ିବାରୁ ଦାଦନ ଶ୍ରମିକଙ୍କ ମୃତ୍ୟୁ…

ଅବୈଜ୍ଞାନିକ, ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବି : ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କଲେ…

ବଲାଙ୍ଗୀର ,୨୩।୬ (ସୁନିଲ କୁମାର ମହାନ୍ତି): ଓଡ଼ିଶା ଭଳି ଏକ ଆଦିବାସୀ ଅଧ୍ୟୁଷିତ ରାଜ୍ୟରେ ଉତ୍ତମ ସରକାରୀ ଶିକ୍ଷା ଅତ୍ୟନ୍ତ ଜରୁରୀ ଥିବା ସତ୍ତ୍ୱେ ଗତ ସରକାର…

ସାମାନ୍ୟ ବିଳମ୍ବ ପାଇଁ ବହୁ ପିଲା ଏନ୍‌ଇଇଟି ପରୀକ୍ଷାରୁ ବଞ୍ଚିତ

ନୂଆଦିଲ୍ଲୀ,୨୩ା୬: ଏନ୍‌ଇଇଟି-ୟୁଜି ପରୀକ୍ଷା ବାତିଲ ହେବା ପରେ ପାଖାପାଖି ୨୩ ଲକ୍ଷ ଛାତ୍ରୀଛାତ୍ର ପୁନଃ ପରୀକ୍ଷା ପାଇଁ ମାସେରୁ ଅଧିକ ସମୟ ଅପେକ୍ଷା କଲେ। ପୁଣି ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri