ଓଡ଼ିଶାରେ କୃଷି ପରେ କର୍ମ ସଂସ୍ଥାନ ଯୋଗାଉଛି ବୟନ ଶିଳ୍ପ: ମନ୍ତ୍ରୀ

ଭୁବନେଶ୍ୱର, ୩୦। ୮(ବ୍ୟୁରୋ): ଦେଶର ପୂର୍ବ ଓ ଉତ୍ତର ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକ ପାଇଁ ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ) ପକ୍ଷରୁ ଗ୍ରାମୀଣ କାରିଗରଙ୍କ ସଶକ୍ତୀକରଣ ନିମନ୍ତେ ‘ହସ୍ତକାରୀ’ ନାମରେ ଏକ ଅଭିନବ ଉପକ୍ରମ ଆରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ଶନିବାର ଏକ ପ୍ରାନ୍ତୀୟ ୱେବିନାର ଆୟୋଜିତ ହୋଇଥିଲା। ରାଜ୍ୟ ଶିଳ୍ପ, ଶକ୍ତି ତଥା ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ର ଏଥିରେ ଅଂଶ ଗ୍ରହଣକରି ଓଡ଼ିଶାର କାରିଗର ଓ ଶିଳ୍ପୀଙ୍କ ଦକ୍ଷତା ସମ୍ପର୍କରେ ତଥ୍ୟ ଉପସ୍ଥାପନ କରିଥିଲେ।

ସେ କହିଲେ, ସମ୍ପ୍ରତି ସିଆଇଆଇ ଓଡ଼ିଶା ଚାପ୍ଟର ରାଜ୍ୟରେ କ୍ଷୁଦ୍ର ଶିଳ୍ପ ଓ ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହିତ କରିବା ଦିଗରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଛି। ଓଡ଼ିଶାରେ ବିପୁଳ ଖଣିଜ ସମ୍ପଦ, ସୁଦୀର୍ଘ ଉପକୂଳ, ପ୍ରାକୃତିକ ସମ୍ପଦ, ଜଳ ସମ୍ପଦ, ଗମନାଗମନର ସୁବିଧା ପ୍ରଭୃତି ଆମ ପାଇଁ ବଡ଼ ସମ୍ବଳ। ଏଥିସହିତ ଓଡ଼ିଶାର ସମ୍ବଲପୁରୀ ଶାଢ଼ି, ମାଣିଆବନ୍ଧ ପାଟ, ରଘୁରାଜପୁରର ପଟଚିତ୍ର ସହ ଆଦିବାସୀ କଳାଶୈଳୀର ବହୁ ସୁନାମ ଓ ଆଦୃତି ରହିଛି। କୃଷି ପଛକୁ ଯଦି କୌଣସି ବୃତ୍ତି ଅଧିକ ଲୋକଙ୍କୁ କର୍ମ ସଂସ୍ଥାନ ଯୋଗାଉଛି ତାହା ହେଲା ବୟନ ଶିଳ୍ପ। ତେଣୁ ଏକ୍ଷେତ୍ରରେ ବ୍ୟାପକ ସୁଯୋଗ ରହିଥିବା ସେ ଦର୍ଶାଇଥିଲେ। ସେହିପରି ଅନ୍ୟ ହସ୍ତ କାରିଗରିରେ ଓଡ଼ିଶା ଅଗ୍ରଣୀ ତଥା ଦକ୍ଷ। ରାଜ୍ୟର କଂସା-ପିତ୍ତଳ କାମ, ରୁପା ତାରକସୀ କାମ, ଟେରାକୋଟା, ଚାନ୍ଦୁଆ ପ୍ରଭୃତି ଶିଳ୍ପୀଙ୍କ ଦକ୍ଷତା ପ୍ରତିପାଦିତ କରେ ବୋଲି ମନ୍ତ୍ରୀ ଦର୍ଶାଇଥିଲେ।

ତ୍ରିପୁରା ଉପମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ବର୍ମା, ଭାରତ ସରକାରଙ୍କ ଶିଶୁ ଓ ମହିଳା ବିକାଶ ମନ୍ତ୍ରୀ ଦେବଶ୍ରୀ ଚୌଧୁରୀ, ସିକିମ ବାଣିଜ୍ୟ ଶିଳ୍ପ ଏବଂ ପର୍ଯ୍ୟଟନ ଓ ନାଗରିକ ଉଡ଼ାଣ ମନ୍ତ୍ରୀ ବେଦୁ ସିଂ ପନ୍ଥ, ସିଆଇଆଇ ଅଧ୍ୟକ୍ଷ, ପୂର୍ବାଞ୍ଚଳ ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅଭିଜିତ ରାୟ, ସିଆଇଆଇର ଉତ୍ତର ପୂର୍ବାଞ୍ଚଳ ପରିଷଦ ସଦସ୍ୟ ଡ. ଅତୋଷୀ ପ୍ରମୁଖ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri