ବୁଣାକାରଙ୍କ ବିକାଶ ପାଇଁ ବୟନିକା ବଦ୍ଧପରିକର

ଭୁବନେଶ୍ୱର,୬।୫(ବ୍ୟୁରୋ): ଉତ୍କର୍ଷ କଳାର ରାଜ୍ୟ ଓଡ଼ିଶା ନିଜର କଳା ସଂସ୍କୃତି ଓ ସ୍ଥାପତ୍ୟ ପାଇଁ ବିଶ୍ୱବିଦିତ। ଉତ୍କଳୀୟ କଳା ସଂସ୍କୃତି ପାଇଁ ‘ହସ୍ତତନ୍ତ ବସ୍ତ୍ର’ର ଭୂମିକା ସ୍ବତନ୍ତ୍ର। ଭାରତର ଐତିହ୍ୟ, ପରମ୍ପରା ଓ ସଂସ୍କୃତିର ସଂରକ୍ଷଣ କ୍ଷେତ୍ରରେ ଯୁଗଯୁଗରୁ ଓଡ଼ିଶା ହସ୍ତତନ୍ତ ବସ୍ତ୍ର ବିଶେଷ ଭାବେ ‘ବାନ୍ଧବସ୍ତ୍ର’ର ସ୍ବତନ୍ତ୍ର ସ୍ଥାନ ରହିଆସିଛି। ଏହି ପ୍ରାଚୀନ କଳାକୁ ବଂଶାନୁକ୍ରମେ ବୃତ୍ତି ଭାବେ ଆଦରି ନେଇଥିବା ଓଡ଼ିଶାର ଅଗଣିତ ବୁଣାକାର ବଞ୍ଚାଇ ରଖି ଆସିଛନ୍ତି। ଏହି ବୁଣାକାରଙ୍କ ପାଇଁ ଦୀର୍ଘ ୬୭ବର୍ଷ ଧରି ଓଡ଼ିଶା ରାଜ୍ୟ ହସ୍ତତନ୍ତ ବୁଣାକାର ସମବାୟ ସମିତି ଲିଃ ‘ବୟନିକା’ ବ୍ୟାପକ ବଜାର ସୃଷ୍ଟି କରିଛି। ଏଥିସହ ବୁଣାକାରଙ୍କ ବିକାଶ ପାଇଁ ବୟନିକା ବଦ୍ଧପରିକର ବୋଲି ଅତିଥିମାନେ ମତବ୍ୟକ୍ତ କରିଛନ୍ତି। ଶୁକ୍ରବାର ବୟନିକା ତା’ର ୬୭ତମ ପ୍ରତିଷ୍ଠା ଦିବସ ସମାରୋହ ପାଳନ କରିଛି। ଏହି ଅବସରରେ ଭୁବନେଶ୍ୱରସ୍ଥିତ ମୁଖ୍ୟାଳୟ ସମେତ ସମସ୍ତ ଶାଖାରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଭୁବନେଶ୍ୱର ୟୁନିଟ୍‌-୨ ୱେଷ୍ଟର୍ନ ମାର୍କେଟ ବିଲ୍‌ଡିଂସ୍ଥିତ ବୟନିକାର ବିକ୍ରୟ କେନ୍ଦ୍ରକୁ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢୀ ଉଦ୍‌ଘାଟନ କରିଛନ୍ତି। ସେହିପରି ସନ୍ଧ୍ୟାରେ ବୟନ ଭବନଠାରେ ପ୍ରତିଷ୍ଠା ଦିବସ ସମାରୋହ ଅନୁଷ୍ଠିତ ହୋଇଥିଲା। ଏହି ସମାରୋହରେ କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ମେୟର ସୁଲୋଚନା ଦାସ, ବୟନ ଶିଳ୍ପ ଓ ହସ୍ତତନ୍ତ ନିର୍ଦ୍ଦେଶକ ଶୋଭନ କ୍ରିଷ୍ଣ ସାହୁ, ବୟନିକା ସଭାପତି ପ୍ରକାଶ ଚନ୍ଦ୍ର ମେହେର, ପରିଚାଳନା ନିର୍ଦ୍ଦେଶକ ପ୍ରଣତି ଛୋଟରାୟ ପ୍ରମୁଖ ଉପସ୍ଥିତ ଥିଲେ। ବୟନିକା ୨୦୨୨-୨୩ ବର୍ଷରେ ନିଜର ପ୍ରତିଷ୍ଠିତ ବିକ୍ରୟ ଶାଖା ଏବଂ ରାଜ୍ୟ ତଥା ରାଜ୍ୟ ବାହାରେ ବିଭିନ୍ନ ପ୍ରଦର୍ଶନୀରେ ଭାଗନେଇ ଓ ଆୟୋଜନ କରି ୧୬୨ କୋଟିର ବ୍ୟବସାୟ ହାସଲ କରିଛି। ଚଳିତ ୨୦୨୩-୨୪ ବର୍ଷରେ ୨୦୦ କୋଟିର ବ୍ୟବସାୟ ଲକ୍ଷ୍ୟ ରଖାଯାଇଛି। ଆଗାମୀ ଦିନରେ ବୟନିକା ଏହାର ବ୍ୟବସାୟିକ ଅଭିବୃଦ୍ଧି ଘଟାଇବା ପାଇଁ ବଦ୍ଧପରିକର। ଏଥିସହ ଏହି ସଂସ୍ଥା ଅଗଣିତ ବୁଣାକାରଙ୍କ ସାମାଜିକ ଓ ଅର୍ଥନୈତିକ ବିକାଶକୁ ପରିବର୍ଦ୍ଧିତ କରିବା ପାଇଁ ଚେଷ୍ଟା ଜାରି ରଖିବ ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?