ବୁଣାକାରଙ୍କ ବିକାଶ ପାଇଁ ବୟନିକା ବଦ୍ଧପରିକର

ଭୁବନେଶ୍ୱର,୬।୫(ବ୍ୟୁରୋ): ଉତ୍କର୍ଷ କଳାର ରାଜ୍ୟ ଓଡ଼ିଶା ନିଜର କଳା ସଂସ୍କୃତି ଓ ସ୍ଥାପତ୍ୟ ପାଇଁ ବିଶ୍ୱବିଦିତ। ଉତ୍କଳୀୟ କଳା ସଂସ୍କୃତି ପାଇଁ ‘ହସ୍ତତନ୍ତ ବସ୍ତ୍ର’ର ଭୂମିକା ସ୍ବତନ୍ତ୍ର। ଭାରତର ଐତିହ୍ୟ, ପରମ୍ପରା ଓ ସଂସ୍କୃତିର ସଂରକ୍ଷଣ କ୍ଷେତ୍ରରେ ଯୁଗଯୁଗରୁ ଓଡ଼ିଶା ହସ୍ତତନ୍ତ ବସ୍ତ୍ର ବିଶେଷ ଭାବେ ‘ବାନ୍ଧବସ୍ତ୍ର’ର ସ୍ବତନ୍ତ୍ର ସ୍ଥାନ ରହିଆସିଛି। ଏହି ପ୍ରାଚୀନ କଳାକୁ ବଂଶାନୁକ୍ରମେ ବୃତ୍ତି ଭାବେ ଆଦରି ନେଇଥିବା ଓଡ଼ିଶାର ଅଗଣିତ ବୁଣାକାର ବଞ୍ଚାଇ ରଖି ଆସିଛନ୍ତି। ଏହି ବୁଣାକାରଙ୍କ ପାଇଁ ଦୀର୍ଘ ୬୭ବର୍ଷ ଧରି ଓଡ଼ିଶା ରାଜ୍ୟ ହସ୍ତତନ୍ତ ବୁଣାକାର ସମବାୟ ସମିତି ଲିଃ ‘ବୟନିକା’ ବ୍ୟାପକ ବଜାର ସୃଷ୍ଟି କରିଛି। ଏଥିସହ ବୁଣାକାରଙ୍କ ବିକାଶ ପାଇଁ ବୟନିକା ବଦ୍ଧପରିକର ବୋଲି ଅତିଥିମାନେ ମତବ୍ୟକ୍ତ କରିଛନ୍ତି। ଶୁକ୍ରବାର ବୟନିକା ତା’ର ୬୭ତମ ପ୍ରତିଷ୍ଠା ଦିବସ ସମାରୋହ ପାଳନ କରିଛି। ଏହି ଅବସରରେ ଭୁବନେଶ୍ୱରସ୍ଥିତ ମୁଖ୍ୟାଳୟ ସମେତ ସମସ୍ତ ଶାଖାରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଭୁବନେଶ୍ୱର ୟୁନିଟ୍‌-୨ ୱେଷ୍ଟର୍ନ ମାର୍କେଟ ବିଲ୍‌ଡିଂସ୍ଥିତ ବୟନିକାର ବିକ୍ରୟ କେନ୍ଦ୍ରକୁ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢୀ ଉଦ୍‌ଘାଟନ କରିଛନ୍ତି। ସେହିପରି ସନ୍ଧ୍ୟାରେ ବୟନ ଭବନଠାରେ ପ୍ରତିଷ୍ଠା ଦିବସ ସମାରୋହ ଅନୁଷ୍ଠିତ ହୋଇଥିଲା। ଏହି ସମାରୋହରେ କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ମେୟର ସୁଲୋଚନା ଦାସ, ବୟନ ଶିଳ୍ପ ଓ ହସ୍ତତନ୍ତ ନିର୍ଦ୍ଦେଶକ ଶୋଭନ କ୍ରିଷ୍ଣ ସାହୁ, ବୟନିକା ସଭାପତି ପ୍ରକାଶ ଚନ୍ଦ୍ର ମେହେର, ପରିଚାଳନା ନିର୍ଦ୍ଦେଶକ ପ୍ରଣତି ଛୋଟରାୟ ପ୍ରମୁଖ ଉପସ୍ଥିତ ଥିଲେ। ବୟନିକା ୨୦୨୨-୨୩ ବର୍ଷରେ ନିଜର ପ୍ରତିଷ୍ଠିତ ବିକ୍ରୟ ଶାଖା ଏବଂ ରାଜ୍ୟ ତଥା ରାଜ୍ୟ ବାହାରେ ବିଭିନ୍ନ ପ୍ରଦର୍ଶନୀରେ ଭାଗନେଇ ଓ ଆୟୋଜନ କରି ୧୬୨ କୋଟିର ବ୍ୟବସାୟ ହାସଲ କରିଛି। ଚଳିତ ୨୦୨୩-୨୪ ବର୍ଷରେ ୨୦୦ କୋଟିର ବ୍ୟବସାୟ ଲକ୍ଷ୍ୟ ରଖାଯାଇଛି। ଆଗାମୀ ଦିନରେ ବୟନିକା ଏହାର ବ୍ୟବସାୟିକ ଅଭିବୃଦ୍ଧି ଘଟାଇବା ପାଇଁ ବଦ୍ଧପରିକର। ଏଥିସହ ଏହି ସଂସ୍ଥା ଅଗଣିତ ବୁଣାକାରଙ୍କ ସାମାଜିକ ଓ ଅର୍ଥନୈତିକ ବିକାଶକୁ ପରିବର୍ଦ୍ଧିତ କରିବା ପାଇଁ ଚେଷ୍ଟା ଜାରି ରଖିବ ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହିସବୁ ଆସନ ପାଇଁ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହାନ୍ତି ୩ ଦଳ

ଭୁବନେଶ୍ୱର,୨୯ା୪(ସୁନୀତ୍‌ ମିଶ୍ର):ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସୋମବାରଠାରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହେବ। ହେଲେ ଅଦ୍ୟାବଧି ବିଜେଡି, ଭାଜପା ତା’ର ପ୍ରାର୍ଥୀ ତାଲିକା ଘୋଷଣା...

ଆଜି ୩ୟ ପର୍ଯ୍ୟାୟ ଭୋଟ ଲାଗି ବିଜ୍ଞପ୍ତି

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ଦେଶର ଷଷ୍ଠ ଏବଂ ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଅର୍ଥାତ୍‌ ୩ୟ ପର୍ଯ୍ୟାୟ ଲାଗି...

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri