Posted inଖେଳ

ସେମିରେ ସାତ୍ୱିକ-ଅଶ୍ୱିନୀ

ବ୍ୟାଙ୍କକ୍‌,୨୨।୧: ଏଠାରେ ଚାଲିଥିବା ଥାଇଲାଣ୍ଡ ଓପନ ସୁପର ୧୦୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମିକ୍ସଡ୍‌ ଡବଲ୍ସ ବର୍ଗର ସେମିଫାଇନାଲରେ ପ୍ରବେଶ କରିଛି ଭାରତର ସାତ୍ୱିସାଇରାଜ ରାଙ୍କିରେଡ୍ଡୀ ଓ ଅଶ୍ୱିନୀ ପୋନ୍ନାପାଙ୍କ ଯୋଡ଼ି। ଅନ୍ୟପକ୍ଷରେ ପୁରୁଷ ସିଙ୍ଗଲ୍ସ ବର୍ଗରେ ଲଢ଼ୁଆ ପ୍ରଦର୍ଶନ ସତ୍ତ୍ୱେ ସମୀର ବର୍ମାଙ୍କୁ ଇଭେଣ୍ଟରୁ ବିଦାୟ ନେବାକୁ ପଡ଼ିଛି।

ଅଣ ସିଡ୍‌ ଯୋଡ଼ି ସାତ୍ୱିକ ଓ ଅଶ୍ୱିନୀ ବିଶ୍ୱର ୬ଷ୍ଠ ର଼୍ୟାଙ୍କଧାରୀ ମାଲେସିଆର ପେଙ୍ଗ ସୁନ ଚାନ ଓ ଲିଉ ୟିଙ୍ଗ ଗୋଙ୍କୁ ୧୮-୨୧, ୨୪-୨୨,୨୨-୨୦ ଗେମ୍‌ରେ ପରାସ୍ତ କରିଛନ୍ତି। ଏହି ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌କୁ ଜିତିବାକୁ ଭାରତୀୟ ଯୋଡ଼ିକୁ ଲାଗିଥିଲା ଏକ ଘଣ୍ଟା ୧୫ ମିନିଟ୍‌। ବିଶ୍ୱ ମାନ୍ୟତାର ୨୨ତମ ସ୍ଥାନରେ ଥିବା ଭାରତୀୟ ଯୋଡ଼ି ପରବର୍ତ୍ତୀ ମୁକାବିଲାରେ ଟପ୍‌ ସିଡ୍‌ ଥାଇଲାଣ୍ଡ ଖେଳାଳି ଡେକାପୋଲ ପୁଭାରାନୁକ୍ରୋ ଓ ସାପସିରି ତାରେତାନାଚାଇଙ୍କୁ ଭେଟିବେ। ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲ ରାଉଣ୍ଡ ପର୍ଯ୍ୟନ୍ତ ତିଷ୍ଠି ଥିବା ଏକମାତ୍ର ଭାରତୀୟ ପୁରୁଷ ଖେଳାଳି ସମୀର ୧୩-୨୧, ୨୧-୧୯, ୨୦-୨୨ ବ୍ୟବଧାନରେ ବିଶ୍ୱର ୩ନଂ ଖେଳାଳି ଆଣ୍ଡ୍ରେସ ଆଣ୍ଟୋସେନଙ୍କଠାରୁ ପରାସ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri